ପିପିଲି ଉପନିର୍ବାଚନ ପାଇଁ ପ୍ରସ୍ତୁତି

ଭୁବନେଶ୍ୱର, ୨୬।୧(ବ୍ୟୁରୋ): ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ପ୍ରଦୀପ ମହାରଥୀଙ୍କ ବିୟୋଗରେ ପିପିଲି ବିଧାନସଭା ଆସନ ଖାଲି ପଡ଼ିଛି। ଏଠାରେ ଉପନିର୍ବାଚନ କରିବାକୁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଯଦିଓ ଏହି ଉପନିର୍ବାଚନ ପାଇଁ ଭାରତର ନିର୍ବାଚନ କମିଶନ ବିଜ୍ଞପ୍ତି ପ୍ରକାଶ କରିନାହାନ୍ତି, ତେବେ ଏ ନେଇ ରାଜ୍ୟ ସରକାର ପ୍ରସ୍ତୁତ ଥିବା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ କହିଛନ୍ତି।
ସୋମବାର ଗଣମାଧ୍ୟମକୁ ସୂଚନା ଦେଇ ଲୋହାନୀ କହିଛନ୍ତି ଯେ କୋଭିଡ୍‌-୧୯ ମହାମାରୀକୁ ଦୃଷ୍ଟିରେ ରଖି ପିପିଲି ବିଧାନସଭା ନିର୍ବାଚନ ମଣ୍ଡଳୀର ବୁଥ୍‌ ସଂଖ୍ୟା ବୃଦ୍ଧି କରାଯାଇଛି। ଯେପରି ଗୋଟିଏ ବୁଥ୍‌ରେ ଅଧିକ ଲୋକ ଜମା ନ ହେବେ ତାହାକୁ ଦୃଷ୍ଟିରେ ରଖି ପ୍ରତି ୧ ହଜାର ଲୋକଙ୍କ ପାଇଁ ଗୋଟିଏ ଲେଖାଏ ବୁଥ୍‌ କରାଯିବ। ଉକ୍ତ ନିର୍ବାଚନ ପରିଚାଳନା ପାଇଁ ନିୟୋଜିତ ହେବାକୁ ଥିବା କର୍ମଚାରୀମାନଙ୍କୁ ଖୁବ୍‌ଶୀଘ୍ର ତାଲିମ ଦେବା କାର୍ଯ୍ୟ ଆରମ୍ଭ ହେବ ବୋଲି ସେ ସୂଚନା ଦେଇଛନ୍ତି। ୧୧୦ ପିପିଲି ବିଧାନସଭା ଆସନ ପାଇଁ ସମୁଦାୟ ୨୭୩ ବୁଥ୍‌ ରହିଥିବା ବେଳେ କୋଭିଡ୍‌ ମହାମାରୀକୁ ଦୃଷ୍ଟିରେ ରଖି ଆହୁରି ୭୫ ବୁଥ୍‌ ବୃଦ୍ଧି କରାଯିବ। ଏହି ନିର୍ବାଚନ ମଣ୍ଡଳୀରେ ମୋଟ ୨ ଲକ୍ଷ ୨୯ ହଜାର ୯୦୩ ଜଣ ମତଦାତା ରହିଛନ୍ତି। ସେମାନଙ୍କ ମଧ୍ୟରୁ ପୁରୁଷ ମତଦାତାଙ୍କ ସଂଖ୍ୟା ୧ ଲକ୍ଷ ୯୦ ହଜାର ୨୦, ମହିଳା ମତଦାତା ୧ ଲକ୍ଷ ୧୦ ହଜାର ୫୬୧, ସର୍ଭିିସ ଭୋଟର ୩୨୦ ଏବଂ କିନ୍ନର ମତଦାତା ସଂଖ୍ୟା ୨ ରହିଛି।
ଏଠାରେ ସୂଚନାଯୋଗ୍ୟ, କୋଭିଡ୍‌-୧୯ ସଂକ୍ରମିତ ହୋଇ ୨୦୨୦ ଅକ୍ଟୋବର ୪ ତାରିଖରେ ବିଜେଡି ବିଧାୟକ ପ୍ରଦୀପ ମହାରଥୀଙ୍କ ମୃତ୍ୟୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ଫାଇନାଲ ମ୍ୟାଚ୍‌ ପୂର୍ବରୁ ନ୍ୟୁଜିଲାଣ୍ଡ ଅଧିନାୟକଙ୍କ ବଡ଼ ବୟାନ, ଯଦି ଆମକୁ ହୃଦୟ ଭାଙ୍ଗିବାକୁ ପଡ଼େ…

ଅହମଦାବାଦ,୭।୩: ଟୁର୍ନାମେଣ୍ଟ ଜିତିବା ପାଇଁ ଆମେ ଫେଭରାଇଟ୍‌ ଦଳ ନୁହେଁ। କିନ୍ତୁ ଥରେ ଟ୍ରଫି ଉଠାଇବା ପାଇଁ ଯଦି ଆମକୁ କିଛି ହୃଦୟ ଭାଙ୍ଗିବାକୁ ପଡ଼େ, ତେବେ…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ସେମିଫାଇନାଲରେ ପହଞ୍ଚିଲେ ଲକ୍ଷ୍ୟ ସେନ୍‌

ବର୍ମିଂହାମ୍‌,୭ା୩:ଭାରତର ଲକ୍ଷ୍ୟ ସେନ୍‌ ଅଲ୍‌ ଇଂଲଣ୍ଡ ଓପନ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ୨୦୨୨ ସଂସ୍କରଣରେ ରନର-ଅପ୍‌ ବିଶ୍ୱର ୧୨ତମ ମାନ୍ୟତାପ୍ରାପ୍ତ ଏହି…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri