ପିପିଲି ଉପନିର୍ବାଚନ ପାଇଁ ପ୍ରସ୍ତୁତି

ଭୁବନେଶ୍ୱର, ୨୬।୧(ବ୍ୟୁରୋ): ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ପ୍ରଦୀପ ମହାରଥୀଙ୍କ ବିୟୋଗରେ ପିପିଲି ବିଧାନସଭା ଆସନ ଖାଲି ପଡ଼ିଛି। ଏଠାରେ ଉପନିର୍ବାଚନ କରିବାକୁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଯଦିଓ ଏହି ଉପନିର୍ବାଚନ ପାଇଁ ଭାରତର ନିର୍ବାଚନ କମିଶନ ବିଜ୍ଞପ୍ତି ପ୍ରକାଶ କରିନାହାନ୍ତି, ତେବେ ଏ ନେଇ ରାଜ୍ୟ ସରକାର ପ୍ରସ୍ତୁତ ଥିବା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ କହିଛନ୍ତି।
ସୋମବାର ଗଣମାଧ୍ୟମକୁ ସୂଚନା ଦେଇ ଲୋହାନୀ କହିଛନ୍ତି ଯେ କୋଭିଡ୍‌-୧୯ ମହାମାରୀକୁ ଦୃଷ୍ଟିରେ ରଖି ପିପିଲି ବିଧାନସଭା ନିର୍ବାଚନ ମଣ୍ଡଳୀର ବୁଥ୍‌ ସଂଖ୍ୟା ବୃଦ୍ଧି କରାଯାଇଛି। ଯେପରି ଗୋଟିଏ ବୁଥ୍‌ରେ ଅଧିକ ଲୋକ ଜମା ନ ହେବେ ତାହାକୁ ଦୃଷ୍ଟିରେ ରଖି ପ୍ରତି ୧ ହଜାର ଲୋକଙ୍କ ପାଇଁ ଗୋଟିଏ ଲେଖାଏ ବୁଥ୍‌ କରାଯିବ। ଉକ୍ତ ନିର୍ବାଚନ ପରିଚାଳନା ପାଇଁ ନିୟୋଜିତ ହେବାକୁ ଥିବା କର୍ମଚାରୀମାନଙ୍କୁ ଖୁବ୍‌ଶୀଘ୍ର ତାଲିମ ଦେବା କାର୍ଯ୍ୟ ଆରମ୍ଭ ହେବ ବୋଲି ସେ ସୂଚନା ଦେଇଛନ୍ତି। ୧୧୦ ପିପିଲି ବିଧାନସଭା ଆସନ ପାଇଁ ସମୁଦାୟ ୨୭୩ ବୁଥ୍‌ ରହିଥିବା ବେଳେ କୋଭିଡ୍‌ ମହାମାରୀକୁ ଦୃଷ୍ଟିରେ ରଖି ଆହୁରି ୭୫ ବୁଥ୍‌ ବୃଦ୍ଧି କରାଯିବ। ଏହି ନିର୍ବାଚନ ମଣ୍ଡଳୀରେ ମୋଟ ୨ ଲକ୍ଷ ୨୯ ହଜାର ୯୦୩ ଜଣ ମତଦାତା ରହିଛନ୍ତି। ସେମାନଙ୍କ ମଧ୍ୟରୁ ପୁରୁଷ ମତଦାତାଙ୍କ ସଂଖ୍ୟା ୧ ଲକ୍ଷ ୯୦ ହଜାର ୨୦, ମହିଳା ମତଦାତା ୧ ଲକ୍ଷ ୧୦ ହଜାର ୫୬୧, ସର୍ଭିିସ ଭୋଟର ୩୨୦ ଏବଂ କିନ୍ନର ମତଦାତା ସଂଖ୍ୟା ୨ ରହିଛି।
ଏଠାରେ ସୂଚନାଯୋଗ୍ୟ, କୋଭିଡ୍‌-୧୯ ସଂକ୍ରମିତ ହୋଇ ୨୦୨୦ ଅକ୍ଟୋବର ୪ ତାରିଖରେ ବିଜେଡି ବିଧାୟକ ପ୍ରଦୀପ ମହାରଥୀଙ୍କ ମୃତ୍ୟୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଟିନ ଯିବେ ଆମେରିକା! ବଡ଼ ଘୋଷଣା କଲେ ଟ୍ରମ୍ପ ସରକାର, ଟେନସନରେ ଜେଲେନ୍ସକି

ଓ୍ବାଶିଂଟନ,୧୮।୧୨: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଏକ ଜଟିଳ ପ୍ରସଙ୍ଗ ହୋଇ ରହିଛି ଯାହାର ସମାଧାନ ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟ...

ଚାଇନାକୁ ବଡ଼ ଝଟକା, ତାଇୱାନକୁ ଏହି ସାହାଯ୍ୟ କରିବେ ଟ୍ରମ୍ପ

ନୂଆଦିଲ୍ଲୀ,୧୮।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପ୍ରଶାସନ ତାଇୱାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି । ଯାହା ଚାଇନାକୁ ଏକ ବଡ଼ ଧକ୍କା ଦେଇଛି...

ଚକରା ଘାଟିରେ ପର୍ଯ୍ୟଟକ-ଦନ୍ତା ମୁହାଁମୁହିଁ: ଲୋକେ ଆତଙ୍କିତ

ଭଞ୍ଜନଗର,୧୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ରେ ଦନ୍ତା ହାତୀମାନଙ୍କ ଦୌରାତ୍ମ ଦିନକୁ ଦିନ ବଢ଼ିବାରେ ଲାଗିଛି। ଯାହାକୁ ନେଇ ଜଙ୍ଗଲ...

ବାହାଘରରେ ଯୋଗ ଦେବାକୁ ଯାଉଥିବାବେଳେ ଅଘଟଣ: ୪୦ ଫୁଟ୍‌ ତଳକୁ ଖସିଲା ବୋଲେରୋ

ମୋରଡା,୧୮।୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଞ୍ଚଳରେ ଏକ ପୋଲରୁ ୪୦ ଫୁଟ୍‌ ତଳକୁ ବୋଲେରୋ ଖସି ପଡିଛି। ଫଳରେ ୩ ଜଣ ଗୁରୁତର...

୨୦୨୬ରୁ ଚମକିବ ୩ରାଶିଙ୍କ ଭାଗ୍ୟ, ଯାହା ଛୁଇଁବେ ପାଲଟିବ ସୁନା!

୨୦୨୬ ବର୍ଷ ପାଖେଇ ଆସୁଛି, ଏବଂ ଏହି ନୂତନ ବର୍ଷରେ ହେଉଥିବା ଗ୍ରହ ପରିବର୍ତ୍ତନ କିଛି ରାଶି ପାଇଁ ବିଶେଷ ସୌଭାଗ୍ୟ ଆଣିବ ବୋଲି କହିଛନ୍ତି...

୨୬ ମାର୍ଚ୍ଚରୁ IPL ଆରମ୍ଭ , ଏହି ଦିନ ଖେଳାଯିବ ଫାଇନାଲ; କାର୍ଯ୍ୟସୂଚୀ ଘୋଷଣାରେ ପାକିସ୍ତାନରେ ହଙ୍ଗାମା

ନୂଆଦିଲ୍ଲୀ,୧୮।୧୨: IPL ୨୦୨୬ ମିନି ନିଲାମ ପରେ, ସମସ୍ତ ୧୦ଟି ଦଳର ଦଳ ଚୂଡ଼ାନ୍ତ ହୋଇଛି। ଏହି ସମୟରେ, ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI)...

ହଠାତ୍‌ ରାଗିଗଲେ ବୁମ୍‌ରା, ପ୍ରଶଂସକଙ୍କ ମୋବାଇଲ୍‌ ଛଡ଼ାଇନେଲେ…ଦେଖନ୍ତୁ VIDEO

ଲକ୍ଷ୍ନୌ,୧୮।୧୨: ଲକ୍ଷ୍ନୌରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚତୁର୍ଥ ଟି-୨୦ ମ୍ୟାଚ ବାତିଲ ହୋଇଗଲା। ଜସପ୍ରୀତ ବୁମରାଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ନୂତନ ବର୍ଷର ଉପହାର: ଜାନୁଆରୀ ୧ରୁ ସାରା ଦେଶରେ…

ନୂଆଦିଲ୍ଲୀ,୧୮।୧୨: ନୂତନ ବର୍ଷ ୨୦୨୬ ସାରା ଦେଶର ଲକ୍ଷ ଲକ୍ଷ ଗ୍ୟାସ ଗ୍ରାହକଙ୍କୁ ଖୁସି କରିବ ବୋଲି ଖୁସିର ଖବର ଆଣିଛି। ପେଟ୍ରୋଲିୟମ ଏବଂ ପ୍ରାକୃତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri