ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ପାଇଁ ପ୍ରସ୍ତୁତି

ଭୁବନେଶ୍ୱର, ୧୬।୩(ବ୍ୟୁରୋ): ଆସନ୍ତା ୨୧ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ରାଉରକେଲା ଏନ୍‌ଆଇଟି ସମାବର୍ତ୍ତନ ଉତ୍ସବ ସମେତ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ଏହି ଗସ୍ତ ନିମନ୍ତେ ବ୍ୟାପକ ପ୍ରଶାସନିକ ପ୍ରସ୍ତୁତି ଆରମ୍ଭ ହୋଇଛି। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ସୋମବାର ଲୋକସେବା ଭବନଠାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା। ରାଷ୍ଟ୍ରପତିଙ୍କ ପାଖକୁ ଯିବାକୁ ଥିବା ସମସ୍ତ ଅଧିକାରୀ, କର୍ମଚାରୀ ଓ ସେବା ଯୋଗାଣକାରୀଙ୍କର ଆର୍‌ଟିପିସିଆର୍‌ କୋଭିଡ୍‌-୧୯ ପରୀକ୍ଷା ନିଶ୍ଚିତ କରାଇବା ପାଇଁ ମୁଖ୍ୟ ଶାସନ ସଚିବ ସ୍ବାସ୍ଥ୍ୟ ବିଭାଗ ଓ ସମ୍ପୃକ୍ତ ଜିଲାର ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏନ୍‌ଆଇଟି ସମାବର୍ତ୍ତନ ଉତ୍ସବ ମଞ୍ଚରେ ବସିବାକୁ ଥିବା ଅତିଥି, ଶିକ୍ଷାବିତ୍‌ ଓ ପ୍ରମାଣପତ୍ର ବା ଡିଗ୍ରୀ ଆଦି ଗ୍ରହଣ କରୁଥିବା ଛାତ୍ରୀଛାତ୍ରଙ୍କର ମଧ୍ୟ କୋଭିଡ୍‌ ଟେଷ୍ଟ କରାଇବାକୁ କହିଛନ୍ତି। ବିମାନବନ୍ଦରଠାରୁ ଆରମ୍ଭ କରି ସଭା ଓ ରହଣିସ୍ଥଳ ଆଦି ସମସ୍ତ ସ୍ଥାନରେ କୋଭିଡ୍‌ ନିୟମର କଡ଼ାକଡ଼ି ଅନୁପାଳନ ନିଶ୍ଚିତ କରାଇବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।
ବୈଠକରେ ଗୃହ ବିଭାଗ ସ୍ବତନ୍ତ୍ର ଶାସନ ସଚିବ ସନ୍ତୋଷ ବାଲା ରାଷ୍ଟ୍ରପତିଙ୍କ ଗସ୍ତ ନେଇ ସମସ୍ତ ତଥ୍ୟ ଉପସ୍ଥାପନ କରିଥିଲେ। ଉକ୍ତଦିନ ରାଷ୍ଟ୍ରପତି ପ୍ରଥମେ ଏନ୍‌ଆଇଟିର ବାର୍ଷିକ ସମାବର୍ତ୍ତନ ଉତ୍ସବରେ ଯୋଗଦେବା ପରେ ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟ୍‌ର ସୁପର ସ୍ପେଶାଲିଟି ଡାକ୍ତରଖାନା ଉଦ୍‌ଘାଟନ କରିବେ। ପରଦିନ ରାଷ୍ଟ୍ରପତି ଶ୍ରୀକ୍ଷେତ୍ର ଯାଇ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ ପରେ କୋଣାର୍କ ମନ୍ଦିର ପରିଦର୍ଶନ କରିବେ। ବୈଠକରେ ପୋଲିସ ଡିଜି ଅଭୟ, ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସଞ୍ଜୀବ ଚୋପ୍ରାଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ଝାରସୁଗୁଡ଼ା, ଖୋର୍ଦ୍ଧା ଓ ପୁରୀ ଆଦି ଜିଲାର ଜିଲାପାଳ, ଏନ୍‌ଆଇଟି ଓ ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟ୍‌ର ବରିଷ୍ଠ ଅଧିକାରୀ ଭିଡିଓ କନ୍‌ଫରେନ୍ସରେ ତଥ୍ୟ ଉପସ୍ଥାପନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri