ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ପାଇଁ ପ୍ରସ୍ତୁତି

ଭୁବନେଶ୍ୱର, ୧୬।୩(ବ୍ୟୁରୋ): ଆସନ୍ତା ୨୧ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ରାଉରକେଲା ଏନ୍‌ଆଇଟି ସମାବର୍ତ୍ତନ ଉତ୍ସବ ସମେତ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ଏହି ଗସ୍ତ ନିମନ୍ତେ ବ୍ୟାପକ ପ୍ରଶାସନିକ ପ୍ରସ୍ତୁତି ଆରମ୍ଭ ହୋଇଛି। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ସୋମବାର ଲୋକସେବା ଭବନଠାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା। ରାଷ୍ଟ୍ରପତିଙ୍କ ପାଖକୁ ଯିବାକୁ ଥିବା ସମସ୍ତ ଅଧିକାରୀ, କର୍ମଚାରୀ ଓ ସେବା ଯୋଗାଣକାରୀଙ୍କର ଆର୍‌ଟିପିସିଆର୍‌ କୋଭିଡ୍‌-୧୯ ପରୀକ୍ଷା ନିଶ୍ଚିତ କରାଇବା ପାଇଁ ମୁଖ୍ୟ ଶାସନ ସଚିବ ସ୍ବାସ୍ଥ୍ୟ ବିଭାଗ ଓ ସମ୍ପୃକ୍ତ ଜିଲାର ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏନ୍‌ଆଇଟି ସମାବର୍ତ୍ତନ ଉତ୍ସବ ମଞ୍ଚରେ ବସିବାକୁ ଥିବା ଅତିଥି, ଶିକ୍ଷାବିତ୍‌ ଓ ପ୍ରମାଣପତ୍ର ବା ଡିଗ୍ରୀ ଆଦି ଗ୍ରହଣ କରୁଥିବା ଛାତ୍ରୀଛାତ୍ରଙ୍କର ମଧ୍ୟ କୋଭିଡ୍‌ ଟେଷ୍ଟ କରାଇବାକୁ କହିଛନ୍ତି। ବିମାନବନ୍ଦରଠାରୁ ଆରମ୍ଭ କରି ସଭା ଓ ରହଣିସ୍ଥଳ ଆଦି ସମସ୍ତ ସ୍ଥାନରେ କୋଭିଡ୍‌ ନିୟମର କଡ଼ାକଡ଼ି ଅନୁପାଳନ ନିଶ୍ଚିତ କରାଇବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।
ବୈଠକରେ ଗୃହ ବିଭାଗ ସ୍ବତନ୍ତ୍ର ଶାସନ ସଚିବ ସନ୍ତୋଷ ବାଲା ରାଷ୍ଟ୍ରପତିଙ୍କ ଗସ୍ତ ନେଇ ସମସ୍ତ ତଥ୍ୟ ଉପସ୍ଥାପନ କରିଥିଲେ। ଉକ୍ତଦିନ ରାଷ୍ଟ୍ରପତି ପ୍ରଥମେ ଏନ୍‌ଆଇଟିର ବାର୍ଷିକ ସମାବର୍ତ୍ତନ ଉତ୍ସବରେ ଯୋଗଦେବା ପରେ ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟ୍‌ର ସୁପର ସ୍ପେଶାଲିଟି ଡାକ୍ତରଖାନା ଉଦ୍‌ଘାଟନ କରିବେ। ପରଦିନ ରାଷ୍ଟ୍ରପତି ଶ୍ରୀକ୍ଷେତ୍ର ଯାଇ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ ପରେ କୋଣାର୍କ ମନ୍ଦିର ପରିଦର୍ଶନ କରିବେ। ବୈଠକରେ ପୋଲିସ ଡିଜି ଅଭୟ, ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସଞ୍ଜୀବ ଚୋପ୍ରାଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ଝାରସୁଗୁଡ଼ା, ଖୋର୍ଦ୍ଧା ଓ ପୁରୀ ଆଦି ଜିଲାର ଜିଲାପାଳ, ଏନ୍‌ଆଇଟି ଓ ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟ୍‌ର ବରିଷ୍ଠ ଅଧିକାରୀ ଭିଡିଓ କନ୍‌ଫରେନ୍ସରେ ତଥ୍ୟ ଉପସ୍ଥାପନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?