ଯୁଦ୍ଧ ପାଇଁ ପ୍ରସ୍ତୁତି: ବ୍ରିଟେନ୍‌ ତିଆରି କରିବ ୮୦ ନୂଆ ପରମାଣୁ ବୋମା

ଲଣ୍ଡନ,୧୭।୩: ଚାଇନା ସହିତ ବ୍ରିଟେନର ବିବାଦ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ବ୍ରିଟେନ ୮୦ ନୂଆ ପରମାଣୁ ବୋମା ତିଆରି କରିବାକୁ ଯୋଜନା ରଖିଛି। ସମ୍ପ୍ରତି ବ୍ରିଟେନ୍‌ ପାଖରେ ୧୮୦ଟି ପରମାଣୁ ବୋମା ରହିଛି। ତେବେ ନୂଆ ବୋମା ପରେ ଏହି ସଂଖ୍ୟା ୨୬୦ରେ ପହଞ୍ଚିବ। ସେହିପରି ୨୦୩୦ ସୁଦ୍ଧା ଆତଙ୍କବାଦୀ ସଂଗଠନଗୁଡ଼ିକ ପାଖରେ ଜୈବିକ ଏବଂ ଆଣବିକ ଅସ୍ତ୍ରଶସ୍ତ୍ର ସଂଖ୍ୟା ବଢ଼ିବାର ଆଶଙ୍କା ରହିଛି। ଏପରିସ୍ଥଳେ ସୁରକ୍ଷା ପାଇଁ ପରମାଣୁ ବୋମାର ଆବଶ୍ୟକତା ପଡ଼ିବ ବୋଲି ବ୍ରିଟେନ ଚିନ୍ତା କରୁଛି। ବ୍ରିଟେନର ବହିର୍ବ୍ୟାପାର ଏବଂ ପ୍ରତିରକ୍ଷା ନୀତି ସମୀକ୍ଷା ସମ୍ପର୍କରେ ଉଲ୍ଲେଖ ଥିବା ଏକ ୧୦୦ ପୃଷ୍ଠାର ଗୋପନୀୟ ରିପୋର୍ଟରେ ଏହା ସୂଚିତ ହୋଇଛି। ଚାଇନା ଏବଂ ରୁଷିଆ ଦ୍ୱାରା ସୃଷ୍ଟି ହେଉଥିବା ଆହ୍ବାନର ମୁକାବିଲା ଲାଗି ଏହି ନୂଆ ନୀତି ସମୀକ୍ଷା ରିପୋର୍ଟ ଅନୁସାରେ ବ୍ରିଟେନ ଏବେ ପରମାଣୁ ବୋମା ତିଆରି କରିବାର ପ୍ରତିବନ୍ଧକକୁ ହଟାଇବାକୁ ଯାଉଛି। ୧୯୮୯ରେ ଶୀତଳଯୁଦ୍ଧ ପରିସମାପ୍ତି ପରେ ଦୀର୍ଘ ୩୦ ବର୍ଷ ଧରି ବ୍ରିଟେନ ଆଣବିକ ନିରସ୍ତ୍ରିକରଣକୁ ଗୁରୁତ୍ୱ ଦେଉଥିବାବେଳେ ଏବେ ସାମ୍ପ୍ରତିକ ସ୍ଥିତିକୁ ଦୃଷ୍ଟିରେ ରଖି ନିଜର ପ୍ରତିରକ୍ଷା ଶକ୍ତି ବୃଦ୍ଧି କରିବାକୁ ଚାହୁଁଥିବା ରିପୋର୍ଟରେ ଦର୍ଶାଯାଇଛି। ଖୁବ୍‌ ଶୀଘ୍ର ଦେଶ ୧୦ ଶହ କୋଟି ପାଉଣ୍ଡ ଏଥିରେ ବିନିଯୋଗ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ, ଦେବୀ ଗଙ୍ଗାଙ୍କୁ ଆବାହନ ପରେ କଳସ ଯାତ୍ରା

ଦିଗପହଣ୍ଡି,୧୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବଜାର ସାହି ପୂଜା କମିଟି ପକ୍ଷରୁ ୪୬ ତମ ଶ୍ରୀ ଗଣେଶ ପୂଜା ମହୋତ୍ସବ ସୋମବାର ଠାରୁ…

ଘାଟିରେ ଓଲଟିଲା ଚାଉଳ ବୋଝେଇ ଟ୍ରକ୍‌

ପଟାଙ୍ଗି,୧୪ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଜୋଡିମାଦଲି ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି ଚାଉଳ ବୋଝେଇ ଟ୍ରକ୍‌ । ସୂଚନା ଅନୁସାରେ…

ଦିଶା ମୃତ୍ୟୁ ମାମଲା; CBI ଏଫ୍‌ଆଇଆର୍‌ରେ ଆଦିତ୍ୟ ଠାକ୍‌ରେ….

ମୁମ୍ବାଇ,୧୪।୯: ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପୂର୍ବତନ ମ୍ୟାନେଜର ଦିଶା ସାଲିଆନଙ୍କ ମୃତ୍ୟୁ ମାମଲାରେ ବଡ଼ ଖବର ସାମ୍ନାକୁ ଆସିଛି । ପ୍ରାୟ ୬ ବର୍ଷ…

ସାଉଦି ପାଇପଲାଇନ୍‌କୁ ବନ୍ଦ କରିଦେଲା ଡ୍ରୋନ୍‌ ଆକ୍ରମଣ, ଏହା ଭାରତକୁ ପ୍ରଭାବିତ କରିବ କି ଜାଣନ୍ତୁ…

ରିୟାଦ୍‌,୧୪ା୯: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବେ ବିଶ୍ୱ ତୈଳ ବଜାର ଉପରେ ଗୁରୁତର ପ୍ରଭାବ ପକାଉଛି। ଡ୍ରୋନ୍‌ ଆକ୍ରମଣ ପରେ ସାଉଦି ଆରବର ଗୁରୁତ୍ୱପୂର୍ଣ୍ଣ ପୂର୍ବ-ପଶ୍ଚିମ ତୈଳ…

ବାଇକକୁ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ, ବାପା ଆଗରେ ଚାଲିଗଲା ମା’-ଛୁଆଙ୍କ ଜୀବନ

​ସମ୍ବଲପୁର,୧୪।୯(ପ୍ରମୋଦ ବହିଦାର): ନୂଆଁଖାଇ ପର୍ବ ପାଳନ ପାଇଁ ଖୁସି ମନରେ ଘରକୁ ଫେରୁଥିବା ଏକ ନିଷ୍ପାପ ପରିବାର ଉପରେ କାଳ ସାଜି ମାଡ଼ିଆସିଲା ଦ୍ରୁତଗାମୀ ଟ୍ରକ୍ ।…

ପୁଣି ରୋମାନ୍ସ କରିବେ ବିଜୟ-ରଶ୍ମିକା: ଏଥର ବଢୁଛି ଚର୍ଚ୍ଚା

ସାଉଥ ସୁପରଷ୍ଟାର ବିଜୟ ଦେବରକୋଣ୍ଡା ଓ ରଶ୍ମିକା ମନ୍ଦାନାଙ୍କ ଅନସ୍କ୍ରିନ୍‌ କେମିଷ୍ଟ୍ରିକୁ ଦର୍ଶକେ ସବୁବେଳେ ପସନ୍ଦ କରିଆସିଛନ୍ତି। ଏବେ ଦୁହେଁ ପୁଣିଥରେ ଏକାଠି ପରଦାରେ ନଜର ଆସିବେ।…

ପୁଟିନ ନା ଜିନପିଙ୍ଗ? କାହାର ବିମାନ ଅଧିକ ମହଙ୍ଗା, ଜାଣନ୍ତୁ ଦୁଇ ବିମାନର ରହସ୍ୟ

ନୂଆଦିଲ୍ଲୀ,୧୪।୯: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଦିଲ୍ଲୀରେ ଆୟୋଜିତ ୧୮ତମ BRICS ଶିଖର ସମ୍ମିଳନୀରେ ଯୋଗଦେବାକୁ ଭାରତ ଆସିଥିଲେ। ଦୁଇ…

ନେରେଡି ବ୍ୟାରେଜ ବିବାଦ: ‘ବଂଶଧାରା ବଞ୍ଚାଅ, ଓଡ଼ିଶା ବଞ୍ଚାଅ’ ଦାବିରେ ନୀରବ ସତ୍ୟାଗ୍ରହ

ଗୁଣପୁର,୧୪ା୯(ସୁଜାତା ପାଢ଼ୀ): ବଂଶଧାରା ନଦୀ ତଳମୁଣ୍ଡରେ ପ୍ରସ୍ତାବିତ ନେରେଡି ବ୍ୟାରେଜ ପାଇଁ ଓଡ଼ିଶାର ୧୦୬ ଏକର ସରକାରୀ ଜମି ଆନ୍ଧ୍ରପ୍ରଦେଶକୁ ହସ୍ତାନ୍ତର ପ୍ରସଙ୍ଗକୁ ବିରୋଧ କରି ଦଣ୍ଡକାରଣ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?