୪ ଦିନ ରହିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା; ଚୂଡାନ୍ତ ପର୍ଯ୍ୟାୟରେ ପ୍ରସ୍ତୁତି, ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

ଭଞ୍ଜନଗର,୨୧।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହେବ । ମଝିରେ ଆଉ ୪ ଦିନ ରହିଥିବା ବେଳେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ତେବେ ଯାତ୍ରାରେ ଯୋଗଦେବା ପାଇଁ ମୁଖ୍ଯମନ୍ତ୍ରୀ ମୋହନ ଚରଣ ମାଝୀ , ବାଚସ୍ପତିଙ୍କ ସମେତ ଅନେକ ମନ୍ତ୍ରୀ, ବିଧାୟକ, ଏମପିଙ୍କୁ ନିମନ୍ତ୍ରଣ କରାଯାଇଛି । ଏଥିସହ ବରିଷ୍ଠ ସର୍ବ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ତଥା ଘୁମୁସର ମାଟିର ସୁଯୋଗ୍ୟ ସନ୍ତାନ ଅରିନ୍ଦମ ଡାକୁଆଙ୍କ ସମେତ ଗଞ୍ଜାମ ଜିଲାପାଳ, ଏସପି ସମେତ ଅନେକ ଅଧିକାରୀଙ୍କୁ ନିମନ୍ତ୍ରଣ ଦିଆଯାଇଛି।

ଉକ୍ତ ନେତା ଓ ଅଫିସରଙ୍କୁ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ, ମ୍ୟୁନିସିପାଲଟି ଅଧକ୍ଷ ଗୋପବନ୍ଧୁ ମହାପାତ୍ର, ଯାତ୍ରା କମିଟି କାର୍ଯ୍ୟକାରି ସଭାପତି ବିଷ୍ଟୁ ପ୍ରସାଦ ପ୍ରଧାନ, ଅବସରପ୍ରାପ୍ତ ତହସିଲଦାର ପ୍ରମୋଦ ଦଳବେହେରା, ବୁବୁନି ମହାନ୍ତି ଏବଂ ଅନ୍ୟମାନେ ବ୍ୟକ୍ତିଗତ ଭାବେ ଭେଟି ନିମନ୍ତ୍ରଣ କରିଛନ୍ତି। ଏହି ସମୟରେ ସେମାନେ ଯାତ୍ରା ସମୟରେ ଦେବୀଙ୍କ ଦର୍ଶନ ପାଇଁ ଯିବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି । ଯାତ୍ରା ଦିବସ ଯେତେ ନିକଟତର ହେଉଛି ସେହି ଅନୁସାରେ ପ୍ରସ୍ତୁତି ମଧ୍ଯ ଦ୍ରୁତ ଗତିରେ ଚାଲିଛି। ଉପ ଜିଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ଚଳିତ ବର୍ଷ ରାମ ଦୋଳି ପଡୁଛି । ଏଥିସହ ପୁରୁଣା ଜେଲ ପରିସରରେ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ପାର୍କିଂ ବ୍ୟବସ୍ଥା ହେଉଛି। ଏହାଦ୍ବାରା ମୁଖ୍ୟ ସଡକରେ ଆଉ ଟ୍ରାଫିକ ସମସ୍ୟା ଦେବୀଙ୍କ ନଗର ଭ୍ରମଣ ସମୟରେ ହେବନାହିଁ ବୋଲି ଆଶା କରାଯାଉଛି ।

ଅନ୍ୟପଟେ ଯାତ୍ରାକୁ ଆକର୍ଷଣୀୟ କରିବା ପାଇଁ ମୁଖ୍ୟ ସଡ଼କରେ ଏକାଧିକ ବିରାଟ ବିରାଟ ତୋରଣ ନିର୍ମାଣ ଚାଲିଛି। ଯାତ୍ରାର ୨୦୦ ବର୍ଷର ଇତିହାସରେ ଚଳିତ ବର୍ଷ ଯାତ୍ରାକୁ ଅଧିକ ଆକର୍ଷଣୀୟ କରିବା ପାଇଁ ସବୁ ପ୍ରକାରର ପଦକ୍ଷେପ ନିଆଯାଇଛି। ସୂଚନା ଯୋଗ୍ୟ ଯେ ଭଞ୍ଜନଗର ଯାତ୍ରା ପ୍ରତି ୩ ବର୍ଷକୁ ଥରେ ହେଉଛି। ଭଞ୍ଜନଗର ଯାତ୍ରାରେ କୁଲାଡ ବ୍ୟାଘ୍ର ଦେବୀ ଏବଂ ଭଞ୍ଜନଗର ଦେବୀ ଠାକୁରାଣୀଙ୍କୁ ପୂଜା କରାଯାଉଛି । ତେଣୁ ୨୬ ତାରିଖରେ ଉକ୍ତ ଦୁଇ ଦେବୀଙ୍କୁ ସ୍ଥାୟୀ ମଣ୍ଡପରୁ ଏକ ବିରାଟ ଶୋଭାଯାତ୍ରାରେ ଭଞ୍ଜନଗର ଆଣି ଅସ୍ଥାୟୀ ମଣ୍ଡପରେ ରଖାଯିବ। ଉପଜିଲାପାଳ ଉମା ଶଙ୍କର ବେହେରା ଦେବୀଙ୍କୁ ଧରି ଖାଲି ପାଦରେ ଚାଲି ଚାଲି ଅସ୍ଥାୟୀ ମଣ୍ଡପକୁ ଆଣିବେ। ଯାହାକି ଏକ ପରମ୍ପରା ରହିଛି ।
୨୫ ଦିନ ଧରି ଯାତ୍ରା ଚାଲିବ। ଏହାପରେ ଯାତ୍ରା ୨୦ ତାରିଖରେ ଉଦଯାପିତ ହେବ। ଅପରପକ୍ଷେ ଯାତ୍ରା ନିକଟତର ହୋଇ ଆସୁଥିବା ବେଳେ ଉପ ଜିଲାପାଳ ଉମା ଶଙ୍କର ବେହେରା ଏନେଇ ବାରମ୍ବାର ସମୀକ୍ଷା କରୁଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri