ଶୀତ ମହୋତ୍ସବ ପାଇଁ ପ୍ରସ୍ତୁତି ଜୋରଦାର: ପୂଜାର୍ଚ୍ଚନା ସହ ଆରମ୍ଭ ହେଲା ପାଣ୍ଠି ସଂଗ୍ରହ

ଦାରିଙ୍ଗବାଡି, ୫।୧୨ (ଅରୁଣ ସାହୁ ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ରେ ଆସନ୍ତା ଜାନୁୟାରୀ ୮ ଠାରୁ ୧୧ ପର୍ଯ୍ୟନ୍ତ ୪ ଦିନ ଧରି ଶୀତ ମହୋତ୍ସବ ଅନୁଷ୍ଠିତ ହେବ। ଏନେଇ ଶୀତ ମହୋତ୍ସବ ପାଳନ କମିଟିର ସମ୍ପାଦକ ତଥା ବିଡ଼ିଓ ପ୍ରୀତିରଞ୍ଜନ ରଥ ଶୁକ୍ରବାର ଦାରିଙ୍ଗବାଡି ସ୍ଥିତ ମା’ପଟ୍ଟାଖଣ୍ଡାଙ୍କ ପୀଠରେ ପୂଜାର୍ଚ୍ଚନା କରିବା ସହ ଏହି ମହୋତ୍ସବ ପାଳନ ନେଇ ଦିନ ଘୋଷଣା କରିଛନ୍ତି। ଏଥି ସହ ମହୋତ୍ସବ ପାଇଁ ଆବଶ୍ୟକ ପାଣ୍ଠି ସଂଗ୍ରହର ଶୁଭାରମ୍ଭ କରିଛନ୍ତି। ଏଥିରେ ବ୍ଲକ ବରିଷ୍ଠ ନାଗରିକ ସଂଘର ସମ୍ପାଦକ ତଥା ହିମଗିରି କଳାପରିଷଦ ର ସମ୍ପାଦକ ପତିତପାବନ ରାଉତ ପ୍ରଥମ ପାଣ୍ଠି ଦାନ କରିଛନ୍ତି।
ପ୍ରକାଶ ଯେ, ଗୋଟିଏ ଦଶନ୍ଧି ଧରି ଦାରିଙ୍ଗବାଡିରେ ଶୀତ ମହୋତ୍ସବ ଅନୁଷ୍ଠିତ ହେଉଥିବା ବେଳେ ଚଳିତ ବର୍ଷ ଅନ୍ୟ ବର୍ଷ ତୁଳନାରେ ଆହୁରି ବ୍ୟାପକ ଓ ଉତ୍ସବମୁଖର କରିବାକୁ ବିଡ଼ିଓ ରଥ ଘୋଷଣା କରିଛନ୍ତି । ଜିଲା ପ୍ରଶାସନ, କନ୍ଧମାଳ ଏମପି ଏବଂ ଜିଲା ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ସହଯୋଗ ସହ ଅଞ୍ଚଳର ହୋଟେଲ, ବଣିକ ସଙ୍ଘ ସମେତ ବିଭିନ୍ନ ବିଭାଗ ଓ ଅନୁଷ୍ଠାନର ସହଯୋଗରେ ଏହି ମହୋତ୍ସବକୁ ଧୁମଧାମ ରେ ପାଳନ ପାଇଁ ଯୋଜନା ରହିଥିବା ବିଡ଼ିଓ କହିଛନ୍ତି। ଏହି ପୂଜାର୍ଚ୍ଚନା ସମୟରେ ରାଜସ୍ୱ ନିରୀକ୍ଷକ ଦୁର୍ଗା ପ୍ରସାଦ ପ୍ରଧାନ, ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ, ଅତିରିକ୍ତ ତହସିଲଦାର ଦୁଃଶାସନ ସ୍ବାଇଁ, ସହକାରୀ ନିର୍ବାହୀ ଯନ୍ତ୍ରୀ ସଞ୍ଜୟ କୁମାର ରଥ, କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ପ୍ରଧାନ,ବିପିସି ଜଗନ୍ନାଥ ରଥ, ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ବିଶ୍ୱଜିତ ଜାଲି, ଜାଗୃତି ସମ୍ପାଦକ କୈଳାଶ ଚନ୍ଦ୍ର ଦଣ୍ଡପାଟ, ପତିତପାବନ ରାଉତ, ଭାଜପା ମଣ୍ଡଳ ସଭାପତି ମିଟୁ ସାହୁ, ହୋଟେଲ ସଙ୍ଘ ର ଦିଲୀପ କୁମାର ସାହୁ, ଭାଲୁ ସାହୁଙ୍କ ସମେତ ବହୁ କର୍ମକର୍ତ୍ତା ଓ ଗ୍ରାମବାସୀ ଉପସ୍ଥିତ ଥିଲେ

Dharitri – Odisha’s No.1 Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍‌, ଲକ୍‌ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…

ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ…

ଗାଡ଼ି ଉପରେ ଏୟାର ଷ୍ଟ୍ରାଇକ୍‌, ଲେବାନନ୍‌ ସେନା ଅଫିସରଙ୍କ ସମେତ ଚାଲିଗଲା ୯ ଜୀବନ

ବେରୁଟ୍‌ ,୬ା୬: ଇସ୍ରାଏଲ ଏବଂ ଲେବାନନ୍‌ ମଧ୍ୟରେ ନୂଆ ଅସ୍ତ୍ରବିରତି ଚୁକ୍ତିନାମା ସତ୍ତ୍ୱେ ଇସ୍ରାଏଲୀ ସେନା ଆକ୍ରମଣ ଜାରି ରଖିଛି। ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ରେ…

ମେଗା ପ୍ରକଳ୍ପର ମେନ୍ ପାଇପ୍ ଫାଟିଲା, ପ୍ରବଳ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ୫ରୁ ଊର୍ଦ୍ଧ୍ୱ ଗ୍ରାମକୁ ପାନୀୟ ଜଳ ଯୋଗାଣ ଠପ୍

ଭେଡ଼େନ, ୬ ଜୁନ୍ (ହୃଷିକେଶ ଖମାରୀ): ସମଗ୍ର ଅଞ୍ଚଳରେ ତାପମାତ୍ରା ଥମିବାର ନାଁ ନେଉ ନଥିବା ବେଳେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏଭଳି…

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

କୂଅ ସଫା କରିବା ବେଳେ ବ୍ଲିଚିଂ ଗ୍ୟାସରେ ଶ୍ରମିକ ଅଣନିଶ୍ୱାସୀ, ଅଗ୍ନିଶମ ବାହିନୀ ଦ୍ୱାରା…

ଭଞ୍ଜନଗର, ୬ ଜୁନ୍ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଏକ ସାହିରେ କୂଅ ସଫା କରିବା ସମୟରେ ଜଣେ ଶ୍ରମିକ ବିଷାକ୍ତ ଗ୍ୟାସ ସଂସ୍ପର୍ଶରେ…

ଶୁଳିଆ ପାହାଡ଼ରେ ରୋପଣ ହେଲା ୪ ହଜାର ବାଉଁଶ ଚାରା: ଜଙ୍ଗଲ ଓ ବନ୍ୟପ୍ରାଣୀ ସୁରକ୍ଷା ପାଇଁ…

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ରେଞ୍ଜର ରୂପକ ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

ଥୁଆମୂଳ ରାମପୁରରେ ପରିବର୍ତ୍ତନ କ୍ଲାସେସ୍ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ: ସଫେଇ ଅଭିଯାନ ସହ ଛାତ୍ରଛାତ୍ରୀ ପୁରସ୍କୃତ

ଥୁଆମୂଳ ରାମପୁର, ୦୬ ଜୁନ୍ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରଠାରେ ସ୍ଥାନୀୟ ଅଗ୍ରଣୀ ଶିକ୍ଷାନୁଷ୍ଠାନ ‘ପରିବର୍ତ୍ତନ କ୍ଲାସେସ୍’ ଆନୁକୂଲ୍ୟରେ ବିଶ୍ୱ ପରିବେଶ ଦିବସ ସମାରୋହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri