Posted inଜାତୀୟ

ନିର୍ବାଚନରେ ହାରିବା ପରେ ବି ଏହି ଭାଜପା ନେତାଙ୍କୁ ରାଜ୍ୟ ସଭା ପଠାଇବାକୁ ପ୍ରସ୍ତୁତି, ବଡ଼ ଗେମ୍‌ ଖେଳିବ…

ନୂଆଦିଲ୍ଲୀ,୧୭।୮: କିଛିଦିନ ପରେ ରାଜ୍ୟ ସଭା ପାଇଁ ନିର୍ବାଚନ ହେବାକୁ ଯାଉଛି। ତେବେ ନିର୍ବାଚନ ହେବାକୁ ଥିବାବେଳେ ଭାରତୀୟ ଜନତା ପାର୍ଟି ଏମିତି ଜଣଙ୍କୁ ରାଜ୍ୟ ସଭା ପଠାଇବାକୁ ଯାଉଛି ଯିଏକି ଲୋକ ସଭାରେ ବଡ଼ ପରାଜୟର ସମ୍ମୁଖୀନ ହୋଛନ୍ତି। ଭାଜପା ହରିୟାଣାରୁ କେନ୍ଦ୍ର ମନ୍ତ୍ରୀ ବିଟୁଙ୍କୁ ରାଜସ୍ଥାନରୁ ରାଜ୍ୟ ସଭାକୁ ପଠାଇବାକୁ ଯାଉଛି। ରାଜ୍ୟ ସଭା ନିର୍ବାଚନ ପାଇଁ ନାମାଙ୍କନ ଦାଖଲ କରିବାର ଶେଷ ତାରିଖ ହେଉଛି ୨୧ ଅଗଷ୍ଟ। ଏଭଳି ପରିସ୍ଥିତିରେ ତାଙ୍କୁ ରାଜ୍ୟ ସଭାକୁ ପଠାଇବା ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି। କହିରଖୁଛୁ କି, ରବନୀତ ସିଂ ବିଟୁ କଂଗ୍ରେସ ଛାଡି ୨୦୧୪ ଲୋକ ସଭା ନିର୍ବାଚନ ପୂର୍ବରୁ ଭାଜପାରେ ଯୋଗ ଦେଇଥିଲେ। ବିଟୁ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବେଅନ୍ତ ସିଂଙ୍କ ନାତି ଏବଂ ପୂର୍ବତନ ମନ୍ତ୍ରୀ ତେଜ ପ୍ରକାଶ ସିଂଙ୍କ ପୁଅ ଅଟନ୍ତି।

ଚଳିତ ଲୋକ ସଭା ନିର୍ବାଚନରେ ଭାଜପା ତାଙ୍କୁ ଲୁଧିଆନାରୁ ଟିକେଟ ଦେଇଥିଲା, କିନ୍ତୁ ତାଙ୍କୁ କଂଗ୍ରେସ ପ୍ରାର୍ଥୀ ଅମରିନ୍ଦର ସିଂ ରାଜା ଭେଡିଂଙ୍କ ଠାରୁ ପରାଜୟର ସାମ୍ନା କରିବାକୁ ପଡିଥିଲା। ତେବେ ଏହା ପରେ ମଧ୍ୟ ଭାଜପା ବିଟୁଙ୍କୁ ମୋଦି ୩.୦ ରେ କେନ୍ଦ୍ର ମନ୍ତ୍ରୀ କରିଛନ୍ତି।

ପଞ୍ଜାବ ବ୍ୟତୀତ ୯ଟି ରାଜ୍ୟରେ ୧୨ଟି ଆସନ ପାଇଁ ରାଜ୍ୟ ସଭା ନିର୍ବାଚନ ଅନୁଷ୍ଠିତ ହେଉଛି। ପଞ୍ଜାବରେ ରାଜ୍ୟ ସଭା ଆସନ ୨୦୨୮ପୂର୍ବରୁ ଖାଲି ରହିବ ନାହିଁ। ଏଭଳି ପରିସ୍ଥିତିରେ ବିଟୁଙ୍କୁ ରାଜସ୍ଥାନରୁ ରାଜ୍ୟ ସଭାକୁ ପଠାଯାଇପାରେ ବୋଲି କୁହାଯାଉଛି।

ହରିୟାଣାର ରୋହତକରୁ ଦେବେନ୍ଦ୍ର ହୁଡା ଲୋକ ସଭା ଏମପି ଭାବରେ ନିର୍ବାଚିତ ହେବା ପରେ ଏହି ଆସନ ଖାଲି ହୋଇଯାଇଥିଲା। ଏହା ପରେ କୁହାଯାଇଥିଲା ଯେ ଏହି ଆସନରୁ ବିଟୁଙ୍କୁ ରାଜ୍ୟ ସଭାକୁ ପଠାଯାଇପାରିବ। ତେବେ ରାମ ବିଳାସ ଶର୍ମା, କ୍ୟାପଟେନ ଅଭିମନ୍ୟୁ, ଓପି ଧନଖର, ସଞ୍ଜୟ ଭାଟିଆ, ମନୀଷ ଗ୍ରୋଭର, କୁଲଦୀପ ବିଷ୍ଣୁ ଏବଂ ସୁନୀତା ଡଗଲଙ୍କ ଭଳି ବଡ ନେତା ଏହି ଆସନ ପାଇଁ ପ୍ରତିଦ୍ୱନ୍ଦ୍ୱୀ ଅଟନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?