Posted inଜାତୀୟ

୨୦୨୨ ନିର୍ବାଚନ ପୂର୍ବରୁ ଯୋଗୀଙ୍କୁ ହଟାଇବାକୁ ହୋଇଥିଲା ପ୍ରସ୍ତୁତି! ଏଠାରେ କରାଯାଇଛି ଦାବି

ନୂଆଦିଲ୍ଲୀ,୧୬।୬: ୨୦୨୪ ଲୋକ ସଭା ନିର୍ବାଚନର ଫଳାଫଳ ଭାଜପାକୁ ଏକ ବଡ ଝଟକା ଦେଇଛି। ଦେଶକୁ ସର୍ବାଧିକ ଏମପି ପ୍ରଦାନ କରୁଥିବା ଉତ୍ତରପ୍ରଦେଶରେ ଭାଜପାର ପ୍ରଦର୍ଶନ ନିରାଶାଜନକ ଥିଲା ଏବଂ ଏଠାରେ ସମାଜବାଦୀ ପାର୍ଟି ସର୍ବାଧିକ ୩୭ ଟି ଆସନ ଜିତିଛି।
ଉତ୍ତରପ୍ରଦେଶରେ ଭାଜପାର ଖରାପ ପ୍ରଦର୍ଶନ ପରେ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ବିଷୟରେ ଅନେକ କଳ୍ପନାଜଳ୍ପନା ଚାଲିଛି। ଏହି ସମୟରେ ଯୋଗୀ ଆଦିତ୍ୟନାଥଙ୍କ ବିଷୟରେ ଏକ ବଡ ଦାବି କରାଯାଇଛି।
ଇଣ୍ଡିଆନ ଏକ୍ସପ୍ରେସ ସହ ଜଡିତ ଜଣେ ବରିଷ୍ଠ ସାମ୍ବାଦିକ ଶ୍ୟାମଲାଲ ଯାଦବ ତାଙ୍କ ପୁସ୍ତକ “ଦି ହାର୍ଟ ଅଫ ପାୱାର: ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ” ରେ ଦାବି କରିଛନ୍ତି ଯେ ୨୦୨୨ରେ ଅନୁଷ୍ଠିତ ୟୁପି ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ହଟାଇବା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତି ଚାଲଥିଲା।
ଶ୍ୟାମ ଲାଲ ଯାଦବ ତାଙ୍କ ପୁସ୍ତକରେ ଲେଖିଛନ୍ତି ଯେ ଏକ ସମୟରେ ନିଷ୍ପତ୍ତି ନିଆଯାଇଥିଲା ଯେ ଯୋଗୀ ଆଦିତ୍ୟନାଥଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଇ ଦିଆଯିବ। ତେବେ ପରେ ଦଳ ହୃଦୟଙ୍ଗମ କରିଛି ଯେ ଯଦି ତାଙ୍କୁ ୟୁପିରୁ ହଟାଇ ଦିଆଯାଏ ତେବେ ଭାଜପାକୁ କ୍ଷତି ସହିବାକୁ ପଡିବ।
ଯଦିଓ, ଏହି ପୁସ୍ତକରେ ସେ ଯୋଗୀ ଆଦିତ୍ୟନାଥଙ୍କୁ ହଟାଇବା ପାଇଁ ଉଦ୍ୟମ କରିବାର କାରଣ ଦର୍ଶାଇ ନାହାଁନ୍ତି, କିନ୍ତୁ ଏଥିରେ ଉଲ୍ଲେଖ କରାଯାଇଛି ଯେ ୟୁପିର ତତ୍କାଳୀନ ଉପ ମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କ ସହ ତାଙ୍କର ମତଭେଦ ବଢିବାରେ ଲାଗିଛି।
ସୂଚନାଯୋଗ୍ୟ, ଉତ୍ତର ପ୍ରଦେଶରେ ଭାଜପେ କେବଳ ୩୩ ଟି ଲୋକ ସଭା ଆସନ ଜିତିଛି। ଏହାପୂର୍ବରୁ ୨୦୧୪ ଏବଂ ୨୦୧୯ରେ ଭାଜପା ଚମତ୍କାର ପ୍ରଦର୍ଶନ କରିଥିଲା।
ଏହାପୂର୍ବରୁ ଅରବିନ୍ଦ କେଜରିୱାଲ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ସମ୍ପର୍କରେ ଏକ ବିବୃତ୍ତି ଦେଇଛନ୍ତି। ସେ କହିଥିଲେ ଯେ ଯୋଗୀ ଆଦିତ୍ୟନାଥଙ୍କୁ ହଟାଇବାକୁ ଭାଜପା ପ୍ରସ୍ତୁତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri