ରାମାୟଣ ମଞ୍ଚସ୍ଥ ପାଇଁ ଚାଲିଥିଲା ପ୍ରସ୍ତୁତି: ଘଟିଲା ବଡ଼ ଅଘଟଣ, ଲାଇଟ୍‌ ଲଗାଉଥିବାବେଳେ ଯୁବକଙ୍କୁ…

ଦିଗପହଣ୍ଡି,୨୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମ ଢେପସାହିରେ ଥିବା ମା ’ ମଙ୍ଗଳା ମନ୍ଦିର ପ୍ରତିଷ୍ଠାର ବାର୍ଷିକୋତ୍ସବ ପାଇଁ ଗଜପତି ଜିଲା ଚାନ୍ଦିପୁଟ ଏବଂ ଗଞ୍ଜାମ ଜିଲା କେ. ଖରିଡ଼ା ଗ୍ରାମର ପୌରାଣିକ ରାମାୟଣ ଥିଏଟର ମଞ୍ଚସ୍ଥ ପାଇଁ ଷ୍ଟେଜ୍‌ ଉପରେ ସଜବାଜ ଚାଲିଥିବା ବେଳେ ଘଟିଛି ଅଘଟଣ। ଶନିବାର ମଧ୍ୟାହ୍ନରେ ନାଟକ ମଞ୍ଚରେ ବିଦ୍ୟୁତ୍‌ ସରଞ୍ଜାମ ଲଗାଯାଇଥିଲା। ଗାଁରେ ବିଦ୍ୟୁତ ସରବରାହ ବିଚ୍ଛିନ୍ନ ଥିଲା। ମଞ୍ଚ ନିକଟରେ ଥିବା ଉଚ୍ଚଶକ୍ତି ସମ୍ପନ୍ନ ୧୧ କେ.ଭି ବିଦ୍ୟୁତ୍‌ ଟ୍ରାନ୍ସଫର୍ମରରୁ ଲାଇନ ନେବା ପାଇଁ ତାର ସଂଯୋଗ କରାଯାଉଥିବା ବେଳେ କରେଣ୍ଟ ଚାଲିଆସିଥିଲା। ଅସାବଧାନତା କାରଣରୁ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଜଣେ ଯୁବକ ଗୁରୁତର ହୋଇଥିଲେ। ତାଙ୍କୁ ଅଚେତ ଅବସ୍ଥାରେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତକ ଜଣକ ହେଲେ ସାନଖେମୁଣ୍ଡି ବ୍ଲକ ସିନ୍ଦୁରପୁର ଗ୍ରାମର ଗଣେଶ ବିଷୋୟୀ(୨୬)। ପରିବାର ଓ ସମ୍ପର୍କୀୟ ଲୋକଙ୍କ କାନ୍ଦବୋବାଳିରେ ସ୍ବାସ୍ଥ୍ୟକେନ୍ଦ୍ର ପରିସର ଫାଟି ପଡ଼ିଥିଲା।

ଖବରପାଇ ଦିଗପହଣ୍ଡି ପୋଲିସ ଟିମ୍‌ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ମୃତଦେହ ଜବତ କରିବା ସହ ମାମଲା ରୁଜୁ କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଥିଲେ। ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। ସନ୍ଧ୍ୟାରେ ଶୋକାକୁଳ ପରିବେଶ ମଧ୍ୟରେ ଗାଁ ଶ୍ମଶାନରେ ତାଙ୍କ ଶେଷକୃତ୍ୟ କରାଯାଇଛି। ଗଣେଶ ମା’-ବାପାଙ୍କର ଏକମାତ୍ର ପୁଅ ଥିଲେ। ତାଙ୍କର ୩ ବର୍ଷ ବୟସର ପୁଅଟିଏ ଅଛି। ଗତ ୨୦୨୪ରେ ଗଣେଶଙ୍କ ମା’ କୁନି ବିଷୋୟୀଙ୍କ ଆକସ୍ମିକ ମୃତ୍ୟୁ ଘଟିଥିଲା। ମୃତ୍ୟୁର ମାତ୍ର ୨୧ ଦିନ ପରେ ବାପା ରାମହରି ବିଷୋୟୀଙ୍କ ଦେହାନ୍ତ ଘଟିଥିଲା। ଦିଗପହଣ୍ଡି ଥାନା ଛଣମେରି ଗ୍ରାମର ଜଣେ ବ୍ୟକ୍ତିଙ୍କ ଲାଇଟ୍‌ ଆଣ୍ଡ୍‌ ସାଉଣ୍ଡ୍‌ ଦୋକାନରେ ଗଣେଶ କାମ କରି ପରିବାର ପ୍ରତିପୋଷଣ କରୁଥିଲେ। ଗତ ପ୍ରାୟ ଦେଢ଼ ବର୍ଷ ପୂର୍ବେ ଗ୍ରାମର ଦଳିତ ସାହିରେ ମା’ ଦୁଆରଶୁଣି ଠାକୁରାଣୀ ମନ୍ଦିର ପ୍ରତିଷ୍ଠା ପାଇଁ ରାମାୟଣ ଥିଏଟର ମଞ୍ଚସ୍ଥ ବେଳେ ବର୍ଷା ହେବାରୁ ନାଟକ ବନ୍ଦ ଥିଲା। କିଛି ନାବାଳକ ମଞ୍ଚ ତଳେ ଖେଳୁଥିବା ବେଳେ ୪ ଜଣ ବିଦ୍ୟୁତତାର ସଂସ୍ପର୍ଶରେ ଗୁରୁତର ହୋଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବର ୧୦ ଆନ୍ଦୋଳନ ପୂର୍ବରୁ CJPର ବଡ଼ ଘୋଷଣା, ସୌରଭ ଦାସ କହିଲେ Gen Z….

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀରେ ଅକ୍ଟୋବର ୧୦ ତାରିଖରେ ବଡ଼ ଯୁବ ଆନ୍ଦୋଳନ କରିବାକୁ ଘୋଷଣା କରିଛି କକରୋଚ୍ ଜନତା ପାର୍ଟି (CJP)। ଦଳର ପ୍ରବକ୍ତା ସୌରଭ ଦାସ କହିଛନ୍ତି,…

ଦଶହରା ପୂର୍ବରୁ କଫ ସିରପ୍‌ କାରବାର ଠାବ: ୩୧୫୬ ବୋତଲ କଫ୍‌ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ

ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। କଫ୍‌ ସିରପ୍‌ ବୋଝେଇ ଏକ…

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା: ଇସିଙ୍କୁ ସୁପ୍ରିମକୋର୍ଟଙ୍କ ଜବାବ ତଲବ

ନୂଆଦିଲ୍ଲୀ,୬।୧୦(ପି.ଟି.): ବିଭିନ୍ନ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ବେଳେ ନିର୍ବାଚନ କମିଶନ (ଇସି) ବ୍ୟବହାର କରୁଥିବା ଫର୍ମ-୬ରେ କୌଣସି ପରିବର୍ତ୍ତନ ପାଇଁ ସୁପ୍ରିମକୋର୍ଟ…

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

ନିଷ୍ପତ୍ତି ବଦଳାଇଲେ ସରକାର, ACP ବିବେକ ଭଗତଙ୍କ ପଦୋନ୍ନତି ସ୍ଥଗିତ!

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ ସରକାର ACP ବିବେକ ଭଗତଙ୍କୁ ଆଡିସନାଲ DCPର ଚାର୍ଜ ଦେବା ନେଇ ଜାରି ହୋଇଥିବା ଆଦେଶ ଉପରେ ରୋକ ଲଗାଇଛନ୍ତି । ବିବେକ ଭଗତଙ୍କ…

କ୍ରିକେଟ୍‌ରେ ନୂଆ ଇତିହାସ ରଚିଲା ଆମେରିକା: ଦିନିକିଆରେ ପ୍ରଥମଥର କଲା ଏମିତି କାରନାମା

ଡଲାସ,୬।୧୦: ଆମେରିକା କ୍ରିକେଟ ଟିମ ଦିନିକିଆ କ୍ରିକେଟ୍‌ରେ ଏକ ବଡ଼ ଇତିହାସ ରଚିଛି। ଡଲାସରେ ଖେଳାଯାଇଥିବା ICC ମେନ୍ସ କ୍ରିକେଟ ୱାଲର୍‌ଡ କପ ଲିଗ-୨ ମ୍ୟାଚ୍‌ରେ ଆମେରିକା…

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?