ବିଶ୍ୱ ଶାନ୍ତି ମହାଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ, ସିସିଟିଭି ନଜରରେ ଯଜ୍ଞସ୍ଥଳ ଓ ମିନା ବଜାର

ଗଞ୍ଜାମ,୧୬।୪(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ଠାରେ ନୃସିଂହ ମନ୍ଦିର ପ୍ରତିଷ୍ଠା ଦ୍ୱାଦଶ ବର୍ଷ ପୂର୍ତ୍ତି ଏବଂ ଗୋପୀନାଥଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଉପଲକ୍ଷେ ବିଶ୍ୱ ଶାନ୍ତି ମହାଯଂଜ୍ଞ ଅନୁଷ୍ଠିତ ହେବ । ଏହି ଯଜ୍ଞ ଆସନ୍ତା ୨୨ ରୁ ଆରମ୍ଭ ହୋଇ ମେ ମାସ ୧ ତାରିଖରେ ଶେଷ ହେବ । ୯ ଦିନ ଧରି ଚାଲିବାକୁ ଥିବା ଯଜ୍ଞ ପାଇଁ ଗୁରୁବାର ହୁମା ପେଟ୍ରୋଲ ପମ୍ପ ସମୁଖ ପଡିଆରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା ।

ବିଡିଓ ଅଚ୍ୟୁତାନନ୍ଦ ଯାନୀ, ତହସିଲଦାର ସୁକାନ୍ତ ଚନ୍ଦ୍ର ମିଶ୍ର, ଛତ୍ରପୁର ଏସଡିପିଓ ଚନ୍ଦନ ଘଡ଼ାଇ, ରମ୍ଭା ଥାନା ଆଇଆଇସି କୁମାର ମୁଦୁଲି, ହୁମା ଫାଣ୍ଡି ଅଧିକାରୀ ବିନାୟକ ଦାସ, ଏବିଡ଼ିଓ ସୁଶୀଲ କୁମାର ପଟ୍ଟନାୟକ ଗଡ଼ ହୁମା ରାଜା ରାଘବୀନ୍ଦ୍ର ନାରାୟଣ ଦେଓ, ସମିତି ସଭ୍ୟ ଧ୍ରୁବ ଚରଣ ପଲାଇ, ପ୍ରମୁଖ ମଞ୍ଚାସିନ ଥିଲେ । ଯଜ୍ଞ ପରିଚାଳନା କମିଟି କାର୍ଯ୍ୟକାରୀ ସଭାପତି ଶିବ ପ୍ରସାଦ ସ୍ୱାଇଁଙ୍କ ଅଧକ୍ଷତା କରିଥିବା ବେଳ ତପନ କୁମାର ବିଶ୍ୱାଳ ଅତିଥି ପରିଚୟ ପ୍ରଦାନ ସହ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ । ପରିଚାଳନା କମିଟି ସମ୍ପାଦକ ଭିକାରି ପରିଡା, କୋଷାଧକ୍ଷ ଧରମା ସାହୁ, ସନ୍ତୋଷ କୁମାର ସାହୁ, ସୁନିଲ କୁମାର ସାହୁ, ସାନ୍ତୁନୁ ପଲାଇ, ରଘୁନାଥ ସାହୁ, ଯୋଗେଶ ସାହୁ, ରାମl ରାଓ, ରଙ୍କନିଧି ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ ।

ଯଜ୍ଞସ୍ଥଳ, ଆନନ୍ଦ ବଜାର ଓ ମିନା ବଜାର ଆଦି ସ୍ଥାନରେ ସିସିଟିଭି ଲଗାଯିବା ପାଇଁ ଆଲୋଚନା ହୋଇଥିଲା । ହଜାର ହଜାର ଭକ୍ତ ତଥା ମହିଳା ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ସେଠାରେ ଅସ୍ଥାୟୀ ପରିସ୍ରାଗାର, ପୋଲିସ ଚୌକି ଷ୍ଟଲ ଆଦି ଖୋଲା ଯିବାଲାଗି ନିଷ୍ପତ୍ତି ନିଆଯାଇଛି । ଆଇନ ଶୃଙ୍ଖଳାକୁ ଦୃଷ୍ଟିରେ ରଖି ବ୍ୟାପକ ପୋଲିସ ଫୋର୍ସ ମୃତୟନ କରାଯିବ ବୋଲି ଏସଡିପିଓ ଘଡ଼ାଇ ସୂଚନା ଦେଇଛନ୍ତି । ଏଥିସହ ୫୦ଯୁବ ଓ ମହିଳା ସ୍ବେଚ୍ଛାସେବୀ ନିୟୋଜିତ ହେବେ ବୋଲି ସୂଚନା ମିଳିଛି । ନଅ ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ବିଶ୍ୱ ଶାନ୍ତି ଯଂଜ୍ଞ ନିମନ୍ତେ ସ୍ୱତନ୍ତ୍ର ମେଡିକାଲ ଟିମ ଓ ଅଗ୍ନିଶମ ବିଭାଗ କର୍ମଚାରୀ ସଜାଗ ରହିବାକୁ ଆଲୋଚନା ହୋଇଥିଲା ।

ଋଷୁକୂଲ୍ୟା ନଦୀ ଘାଟରୁ କଳସ ଯାତ୍ରାରେ ପ୍ରାୟ ୧୫ ଶହରୁ ଉର୍ଦ୍ଧ ମହିଳା ପୁରୁଷ ସାମିଲ ହେବେ ବୋଲି ଆଲୋଚନା ହୋଇଥିଲା । ଏଥିସହ ୨୧ ଠାକୁରଙ୍କ ହରି ହରାତ୍ମକ ଭେଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ଆୟୋଜକ ହୁମା ଗ୍ରାମବାସୀଙ୍କ ପକ୍ଷରୁ କୁହାଯାଇଛି । ବିନା ଅନୁମତି କିମ୍ବା ବିନା ଫିଟନେସ ସାର୍ଟିଫିକେଟରେ ରାମ ଦୋଳି ଓ ମିନା ବଜାରକୁ ପ୍ରଶୟ ଦିଆଯିବ ନାହିଁ ବୋଲି ପ୍ରଶାସନ ରୋକଠୋକ ଜଣାଇଥିଲେ । ଏହି ବୈଠକରେ ପରିଚାଳନା କମିଟି ସହ ଗ୍ରାମବାସୀ ଉପସ୍ଥିତ ଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୀରଗୋବିନ୍ଦପୁର ନିକଟରେ ଅଜଣା କାର୍ ଧକ୍କା ଯୁବକଙ୍କ ମୃତ୍ୟୁ; ୩ ଘଣ୍ଟା ଧରି ଜାତୀୟ ରାଜପଥ ଅବରୋଧ

ବଞ୍ଚୋ, ୧୮।୭(ପ୍ରଦୋଷ ବିଶ୍ୱାଳ ): କେନ୍ଦୁଝର ଜିଲା ଘଷିପୁରା ଥାନା ଅନ୍ତର୍ଗତ ବୀରଗୋବିନ୍ଦପୁର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ…

ପ୍ରତିଦିନ ୮ ଘଣ୍ଟାର ଅଧ୍ୟବସାୟ: ଦ୍ୱିତୀୟ ପ୍ରୟାସରେ ନିଟ୍‌ରେ ସଫଳ ହେଲେ ଚିନ୍ମୟନନ୍ଦ

ଅମରପାଲି, ୧୮।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ମହଦା ଗ୍ରାମ ପଞ୍ଚାୟତର ତିକୁଡ଼ା ଗ୍ରାମର ପ୍ରତିଭାବାନ ଛାତ୍ର ଚିନ୍ମୟନନ୍ଦ ମିଶ୍ର ଚଳିତ ବର୍ଷର ନିଟ୍…

ମସ୍ତିଷ୍କ ରୋଗରେ ଆକ୍ରାନ୍ତ ଯୁବକଙ୍କୁ ଭେଟିଲେ ବିଜେଡି ପ୍ରତିନିଧି ଦଳ, କଲେ ଆର୍ଥିକ ସହାୟତା

ଗଞ୍ଜାମ, ୧୮।୭(ବିଦ୍ୟାଧର ସାହୁ ):ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଦ୍ୟାଧର ପଲାଇ ବର୍ତ୍ତମାନ ଏକ ଗୁରୁତର ମସ୍ତିଷ୍କ ରୋଗରେ ପୀଡିତ ହୋଇ ଚିକିତ୍ସାଧୀନ ଥିବା ଜଣାପଡିଛି।…

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଘର ଛାତରୁ ଖସି ପଡ଼ିଲେ ମହିଳା: ଗୁରୁତର ଅବସ୍ଥାରେ ବ୍ରହ୍ମପୁର…

ଦିଗପହଣ୍ଡି, ୧୮।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ପଞ୍ଚାୟତ ବରମୁଣ୍ଡୁଳି ଗ୍ରାମରେ ଶନିବାର ସକାଳେ ଏକ ଅଭାବନୀୟ ଦୁର୍ଘଟଣା ଘଟିଛି। ଘର…

ପ୍ରେରଣାର ଉତ୍ସ ଯୁବ ସ୍ୱେଚ୍ଛାସେବୀ: ଜନ୍ମଦିନରେ ମୃତ୍ୟୁଞ୍ଜୟଙ୍କ ରକ୍ତଦାନ ଓ ବୃକ୍ଷରୋପଣ

ହାଟଡିହୀ, ୧୮।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡ଼ରମ୍ପାସ ଗ୍ରାମର ଯୁବ ସ୍ୱେଚ୍ଛାସେବୀ ମୃତ୍ୟୁଞ୍ଜୟ ବେହେରା ନିଜ ଜନ୍ମଦିନକୁ ଅତ୍ୟନ୍ତ ନିଆରା ଓ ପ୍ରେରଣାଦାୟକ…

ହାଟଡିହୀ ବ୍ଲକର ଗୌରବ: ନିଟ୍ ପରୀକ୍ଷାରେ ଚନ୍ଦନ, ଅଭିଜିତ ଓ ଆଶୁତୋଷଙ୍କ ବାଜିମାତ୍

ହାଟଡିହୀ, ୧୮।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ୩ ଜଣ ମେଧାବୀ ଛାତ୍ର ଜାତୀୟ ସ୍ତରର ମେଡିକାଲ ପ୍ରବେଶିକା ପରୀକ୍ଷା ‘ନିଟ୍ (UG)’ରେ ଚମତ୍କାର…

ଟୋଲ୍ ଗେଟ୍ କର୍ମଚାରୀଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ବାପ-ପୁଅ: ପେଟରୁ ବାହାରି ପଡ଼ିଲା ଅନ୍ତବୁଜୁଳା, ଉଭୟ…

ବୈଶିଙ୍ଗା, ୧୮।୭ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ପଦ୍ମନାଭପୁର ଟୋଲ୍ ଗେଟ୍‌ରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଗାଡ଼ି…

ରାସ୍ତା ଜଳମଗ୍ନ ଯୋଗୁ ଉତ୍ତେଜନା: ଯୁଗପୁରା ବଜାରଠାରେ ଟାୟାର ଜାଳି ରାସ୍ତାରୋକ, ଯାନବାହାନ ଚଳାଚଳ ବାଧାପ୍ରାପ୍ତ

ବୈଶିଙ୍ଗା, ୧୮।୭ (ରତନ ଦାଶ): ଲଗାଣ ବର୍ଷା ଯୋଗୁ ସୃଷ୍ଟି ହୋଇଥିବା ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ଦାବି କରି ଶନିବାର ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri