ମାନସ ପାରାୟଣ ନିମନ୍ତେ ପ୍ରସ୍ତୁତି ସଭା

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଶ୍ରୀ ରାମଦୟା ପରିଷଦ ଶାଖା ଆନୁକୂଲ୍ୟରେ ବଜାର ସିଂହଦ୍ଵାର ଛକଠାରେ ଆସନ୍ତା ଏପ୍ରିଲ ୧୮ ଠାରୁ ୨୬ ତାରିଖ ପର୍ଯ୍ୟନ୍ତ ନବଦିନାତ୍ମକ ଶ୍ରୀ ରାମଚରିତ ମାନସ ପାରାୟଣ ଓ ପ୍ରବଚନ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ରବିବାର ଏନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।

ବଡ଼ବ୍ରାହ୍ମଣ ସାହି ସ୍ଥିତ ଶ୍ରୀ ଗୋପାଳ ଜୀଉ ମଠ ପରିସରରେ ଏନ୍ଏସି ଅଧ୍ଯକ୍ଷ ପ୍ରଫୁଲ ପଣ୍ଡାଙ୍କ ସଭାପତିତ୍ବରେ ଅନୁଷ୍ଠିତ ବୈଠକରେ କାର୍ଯ୍ୟକ୍ରମର ସୁପରିଚାଳନା ସମ୍ପର୍କରେ ବିସ୍ତୃତ ଆଲୋଚନା କରାଯାଇଥିଲା।ନବ ଦିନାତ୍ମକ ପ୍ରବଚନ କାର୍ଯ୍ୟକ୍ରମରେ ବିଶିଷ୍ଟ ମାନସ ପ୍ରବକ୍ତା ପଣ୍ଡିତ ଉମାକାନ୍ତ ମହାପାତ୍ର, ପଣ୍ଡିତ ବିଜୟ ରାଘବେନ୍ଦ୍ର ମହାରାଜ ଏବଂ ମହନ୍ତ କମଳଲୋଚନ ମହାରାଜଙ୍କୁ ନିମନ୍ତ୍ରଣ ପାଇଁ ସଭାରେ ନିଷ୍ପତ୍ତି ନିଆଯାଇଥିଲା।

ସମସ୍ତ କାର୍ଯ୍ୟକ୍ରମ ପରିଚାଳନା ନିମନ୍ତେ ଏକ କମିଟି ଗଠନ କରାଯାଇଥିଲା। ଏନ୍ଏସି ଅଧ୍ଯକ୍ଷ ପ୍ରଫୁଲ  ପଣ୍ଡାଙ୍କୁ କମିଟିର କାର୍ଯ୍ଯକାରୀ ସଭାପତି ଏବଂ ହରିକୃଷ୍ଣ ପଣ୍ଡାଙ୍କୁ ସଭାପତି ଭାବେ ସର୍ବସମ୍ମତ କ୍ରମେ ମନୋନୀତ କରାଯାଇଥିଲା। କାଳୁ ଚରଣ ପାଣିଗ୍ରାହୀ (କ) ଉପସଭାପତି, ଭାଗିରଥି ଚୌଧୁରୀ ସମ୍ପାଦକ, ପି. ଗୋବିନ୍ଦ ପାତ୍ର ସହସମ୍ପାଦକ ଏବଂ ଶିକ୍ଷକ କାଳୁଚରଣ ପାଣିଗ୍ରାହୀଙ୍କୁ କୋଷାଧ୍ୟକ୍ଷ ଭାବେ ମନୋନୀତ କରାଯାଇଥିଲା।

ସଭାରେ ଲକ୍ଷ୍ମୀ ନୃସିଂହ ମାର୍ଥା, ଜନାର୍ଦ୍ଦନ ପଣ୍ଡା, ସୁବାଷ ଚନ୍ଦ୍ର ପାଢ଼ୀ, ସତ୍ଯନାରାୟଣ ଦାଶ, ଲକ୍ଷ୍ମୀ ନାରାୟଣ ଦାଶ, ପ୍ରକାଶ ଚନ୍ଦ୍ର ପାଣିଗ୍ରାହୀ, ସୁବାଷ ଚନ୍ଦ୍ର ପାଢ଼ୀ, ସୁରେନ୍ଦ୍ର ପଟ୍ଟନାୟକ, ହରପ୍ରସାଦ ରଥ, ଏମ. ବାଇନାଥ, ଶ୍ଯାମାଚରଣ ମେକାପ, ସନ୍ତୋଷ ଚୌଧୁରୀ, ନରସିଂହ ପଣ୍ଡା, ଭୂବନେଶ୍ୱର ପଣ୍ଡା, ନୀଳମାଧବ ଗୌଡ, ହରିକୃଷ୍ଣ ସାହୁ, ବାଲ୍ମୀକି ବେହେରା, ବାବି ପୂଜାରୀ, ବିନୋଦ ଦାଶ ଓ ସନ୍ତୋଷ କୁମାର ପାଢ଼ୀ ଙ୍କ ସମେତ ସହରର ବହୁ ଗଣ୍ୟମାନ୍ୟ ବ୍ୟକ୍ତିବୃନ୍ଦ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri