୭୭ତମ ସାଧାରଣତନ୍ତ୍ର ଦିବସ ପାଳନ ନେଇ ପ୍ରସ୍ତୁତି, କୋରାପୁଟ କଫି…

କୋରାପୁଟ, ୭ା୧(ଅମିତାଭ ବେହେରା ): କୋରାପୁଟସ୍ଥିତ ସଦଭାବନା ସଭାଗୃହ ଠାରେ ଜିଲ୍ଲା ସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ପାଳନ ନେଇ ବୁଧବାର ଅପରାହ୍ନରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । କୋରାପୁଟ ଜିଲାପାଳ ମନୋଜ ସତ୍ୟବାନ ମହାଜନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ଉତ୍ସବ ପାଳନ ସଂପର୍କରେ ବିସ୍ତୃତ ଭାବରେ ଆଲୋଚନା କରାଯାଇଥିଲା । ଚଳିତ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସରେ କୋରାପୁଟ କଫ, କଳାଜିରା, ମାଣ୍ଡିଆ ଓ କୋଟପାଡ଼ର ମିରିଗାନ ଶାଢ଼ୀ ନେଇ ସ୍ୱତନ୍ତ୍ର ପ୍ରଜ୍ଞାପନ ମେଢ଼ ପ୍ରଦର୍ଶନ ଏବଂ ସ୍ୱାଧୀନତା ସଂଗ୍ରାମୀଙ୍କ ଏକ ଫୋଟୋ ପ୍ରଦର୍ଶନୀ ମୁଖ୍ୟ ଆକର୍ଷଣ ହେବ ବୋଲି ଏହି ପ୍ରସ୍ତୁତି ବୈଠକରେ ନିଷ୍ପତି ହୋଇଛି ।

ଆସନ୍ତା ୨୫ ତାରିଖ ଦିନ ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନ ଗୁଡିକ ଆଲୋକମାଳାରେ ସୁସଜିତ କରିବାକୁ ନିଷ୍ପତ୍ତି ନିଆଯାଇଥିଲା। ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ଏକ ରକ୍ତଦାନ ଶିବିର ଆୟୋଜନ କରାଯିବ, ତେଣୁ ସମସ୍ତ ସ୍ବେଚ୍ଛାକୃତ ରକ୍ତଦାତା ରକ୍ତଦାନ କରିବାକୁ ଜିଲାପାଳ ଏହି ବୈଠକରେ ପରାମର୍ଶ ଦେଇଥିଲେ । ଏହି ଅବସରରେ ବୃକ୍ଷ ରୋପଣ କାର୍ଯ୍ୟକମ କରାଯିବ। ଆସନ୍ତା ୨୬ ତାରିଖ ଦିନ ସକାଳ ୫ ଘଟିକା ସମୟରେ ଡାକବାଜି ଯନ୍ତ୍ର ଦ୍ୱାରା ସହରରେ ରାମଧୂନ ଗାନ, ସକାଳ ୭ଟା ସମୟରେ ସରକାରୀ ଓ ବେସରକାରୀ ଅନୁଷ୍ଠାନ ମାନଙ୍କରେ ଜାତୀୟ ପତାକା ଉତ୍ତୋଳନ ଏବଂ ସକାଳ ୮ଟା ୩୦ ମିନିଟରେ ପୁଲିସ ପଡିଆ ଠାରେ ଆନୁଷ୍ଠାନିକ ଭାବେ ମୁଖ୍ୟ ଅତିଥିଙ୍କ ଦ୍ୱାରା ଜାତୀୟ ପତାକା ଉତ୍ତୋଳନ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି ।

କାର୍ଯ୍ୟକ୍ରମରେ ରାଜ୍ୟ ସରକାରଙ୍କ ଦ୍ୱାରା କରାଯାଉଥିବା ବିଭିନ୍ନ ଉନ୍ନତି ମୂଳକ କାର୍ଯ୍ୟର ପ୍ରଜ୍ଞାପନ ମେଢ ପ୍ରଦର୍ଶିତ ହେଵ । ଜିଲା ସଂସ୍କୃତି ବିଭାଗ ତରଫରୁ ସ୍ଥାନୀୟ ସଂସ୍କୃତି ଭଵନ ଠାରେ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯିବ । ବୈଠକରେ ଅତିରିକ୍ତ ଜିଲାପାଳ ତପନ କୁମାର ନାୟକ ଓ ଭକ୍ତ ବନ୍ଧୁ ଜନାର୍ଦ୍ଦନ ଦଲେଇ, ଜିଲା ମଙ୍ଗଳ ଅଧିକାରୀ ସୁନୀଲ କୁମାର ତାଣ୍ଡି, କୋରାପୁଟ ପୌର ପରିଷଦ ନିର୍ବାହୀ ଅଧିକାରୀ ଜ୍ଞାନଜିତ ତ୍ରିପାଠୀ, ଉପଖଣ୍ଡ ଆରକ୍ଷୀ ଅଧିକାରୀ ସଞ୍ଜୟ କୁମାର ମଣ୍ଡଳଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ, ସହରର ବୁଦ୍ଧିଜୀବି, ଗଣମାଧ୍ୟମ ପ୍ରତିନିଧି ଉପସ୍ଥିତ ଥିଲେ । କୋରାପୁଟ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରାଧା ରାଣୀ ସରକାର ଏହି ବୈଠକକୁ ପରିଚାଳନା କରିଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଝାଡ଼ଖଣ୍ଡରରେ ଚାଞ୍ଚଲ୍ୟ: ଗୋରୁ ଚୋରି ଅଭିଯୋଗରେ ମୁସଲମାନ ଯୁବକଙ୍କୁ ପିଟି ହତ୍ୟା

ରାଞ୍ଚି,୮ା୧: ଝାଡ଼ଖଣ୍ଡର ଗୋଡା ଜିଲାରେ ଗୋରୁ ଚୋରି ସନ୍ଦେହରେ ଜଣେ ୪୫ ବର୍ଷୀୟ ମୁସଲମାନ ଯୁବକଙ୍କୁ ପିଟି ହତ୍ୟା କରାଯାଇଛି। ପୋରାୟାହାଟ ଥାନା ଅନ୍ତର୍ଗତ ମାତିହାନି...

ସ୍ତ୍ରୀ, ୨ ଝିଅଙ୍କୁ ହତ୍ୟାକରି ନିଜ ଜୀବନ ହାରିଲେ ବ୍ୟବସାୟୀ

ଚଣ୍ଡିଗଡ଼,୮ା୧: ପଞ୍ଜାବର ଫିରୋଜପୁରରେ ଗୋଟିଏ ପରିବାରର ୪ ଜଣଙ୍କ ମୃତଦେହ ଘରୁ ଉଦ୍ଧାର ହୋଇଛି। ପରିବାରର ମୁଖ୍ୟ ଅମନଦୀପ୍‌ ସିଂ ଜଣେ ବ୍ୟବସାୟୀ। ସେ ଏକ...

ଶୀତ ମହୋତ୍ସବ:ପ୍ରଥମ ଦିନରେ କଳାହାଣ୍ଡି କଟପ୍ପାଙ୍କ ପାରମ୍ପରିକ ନୃତ୍ୟ-ଶୋଭାଯାତ୍ରାରେ ଦର୍ଶକ ମୁଗ୍ଧ

ଦାରିଙ୍ଗବାଡି, ୮।୧ (ଅରୁଣ ସାହୁ ): ବହୁ ପ୍ରତିକ୍ଷିତ ଶୀତ ମହୋତ୍ସବ -୨୦୨୬ ଗୁରୁବାର ଉଦଘାଟିତ ହୋଇଯାଇଛି । କାର୍ଯ୍ୟକ୍ରମରେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର...

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ, ଏହି ଦୁଇ ଜିଲା ପାଇଁ କଲେ ବଡ ଦାବି

ଭୁବନେଶ୍ୱର,୮ା୧: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖି ଦୁଇ ଜିଲା ପାଇଁ ବଡ ଦାବି ଜଣାଇଛନ୍ତି। ଅନୁଗୋଳ ଏବଂ...

ଆନ୍ଦୋଳନରୁ ଓହରିଲେ ମିଲର୍ସ

ଜୟପୁର,୮ା୧(ପବନ ପାଣିଗ୍ରାହୀ): ମିଲର୍ସମାନେ ଆନ୍ଦୋଳନରୁ ଓହରିବା ପରେ କୋରାପୁଟ ଜିଲା ଜୟପୁର ଉପଖଣ୍ଡରେ ଧାନ କିଣା ଗୁରୁବାର ସ୍ୱାଭାବିକ ହୋଇଛି। ବର୍ତ୍ତମାନ ସୁଦ୍ଧା ଜିଲାର ୧୦...

ଓଡ଼ିଶାର ଏହି ଜିଲାରେ ହେବ ନୂଆ ମେଗା ଷ୍ଟିଲ୍ ପ୍ଲାଣ୍ଟ, ସୃଷ୍ଟି ହେବ ୧୪ ହଜାରରୁ ଉର୍ଦ୍ଧ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର,୮ା୧: ଓଡ଼ିଶାର ଶିଳ୍ପାୟନ କ୍ଷେତ୍ରରେ ବିକାଶ ପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଜିଲା କେନ୍ଦୁଝରରେ ମେଗା ଷ୍ଟିଲ୍ ପ୍ଲାଣ୍ଟ ପ୍ରତିଷ୍ଠା...

ସତେକି ଦିନିକିଆ ନୁହେଁ ଟେଷ୍ଟ: ଗୋଟିଏ ଉଇକେଟ ପାଇଁ  ଲୁଟାଇଲେ ୩୨୬ ରନ୍‌; ୬ ମ୍ୟାଚ୍‌ରେ ଫେଲ ହେଲେ…

ନୂଆଦିଲ୍ଲୀ,୮।୧: କ୍ରିକେଟର ଅର୍ଜୁନ ତେନ୍ଦୁଲକରଙ୍କ ପାଇଁ ଚଳିତ ବିଜୟ ହଜାରେ ଟ୍ରଫିର ଏହି ସିଜନ ଅତ୍ୟନ୍ତ ଖରାପ ହୋଇଛି। ବାମହାତି ଏହି ଅଲରାଉଣ୍ଡର ଉଭୟ ବୋଲିଂ...

ମଧ୍ୟାହ୍ନରେ ଘରକୁ ଖାଇବାକୁ ଆସି ନ ଥିଲେ, ପୋଖରୀରେ ବୁଡ଼ି ଚାଲିଗଲା ଚାଷୀଙ୍କ ଜୀବନ

ଦିଗପହଣ୍ଡି,୮।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଦସେଇପୁର ଗ୍ରାମର ଜଣେ ଚାଷୀ ଗ୍ରାମ ନିକଟ ଏକ ପୋଖରୀ ରେ ବୁଡି ମୃତ୍ୟୁବରଣ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri