୭୭ତମ ସାଧାରଣତନ୍ତ୍ର ଦିବସ ପାଳନ ନେଇ ପ୍ରସ୍ତୁତି, କୋରାପୁଟ କଫି…

କୋରାପୁଟ, ୭ା୧(ଅମିତାଭ ବେହେରା ): କୋରାପୁଟସ୍ଥିତ ସଦଭାବନା ସଭାଗୃହ ଠାରେ ଜିଲ୍ଲା ସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ପାଳନ ନେଇ ବୁଧବାର ଅପରାହ୍ନରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । କୋରାପୁଟ ଜିଲାପାଳ ମନୋଜ ସତ୍ୟବାନ ମହାଜନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ଉତ୍ସବ ପାଳନ ସଂପର୍କରେ ବିସ୍ତୃତ ଭାବରେ ଆଲୋଚନା କରାଯାଇଥିଲା । ଚଳିତ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସରେ କୋରାପୁଟ କଫ, କଳାଜିରା, ମାଣ୍ଡିଆ ଓ କୋଟପାଡ଼ର ମିରିଗାନ ଶାଢ଼ୀ ନେଇ ସ୍ୱତନ୍ତ୍ର ପ୍ରଜ୍ଞାପନ ମେଢ଼ ପ୍ରଦର୍ଶନ ଏବଂ ସ୍ୱାଧୀନତା ସଂଗ୍ରାମୀଙ୍କ ଏକ ଫୋଟୋ ପ୍ରଦର୍ଶନୀ ମୁଖ୍ୟ ଆକର୍ଷଣ ହେବ ବୋଲି ଏହି ପ୍ରସ୍ତୁତି ବୈଠକରେ ନିଷ୍ପତି ହୋଇଛି ।

ଆସନ୍ତା ୨୫ ତାରିଖ ଦିନ ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନ ଗୁଡିକ ଆଲୋକମାଳାରେ ସୁସଜିତ କରିବାକୁ ନିଷ୍ପତ୍ତି ନିଆଯାଇଥିଲା। ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ଏକ ରକ୍ତଦାନ ଶିବିର ଆୟୋଜନ କରାଯିବ, ତେଣୁ ସମସ୍ତ ସ୍ବେଚ୍ଛାକୃତ ରକ୍ତଦାତା ରକ୍ତଦାନ କରିବାକୁ ଜିଲାପାଳ ଏହି ବୈଠକରେ ପରାମର୍ଶ ଦେଇଥିଲେ । ଏହି ଅବସରରେ ବୃକ୍ଷ ରୋପଣ କାର୍ଯ୍ୟକମ କରାଯିବ। ଆସନ୍ତା ୨୬ ତାରିଖ ଦିନ ସକାଳ ୫ ଘଟିକା ସମୟରେ ଡାକବାଜି ଯନ୍ତ୍ର ଦ୍ୱାରା ସହରରେ ରାମଧୂନ ଗାନ, ସକାଳ ୭ଟା ସମୟରେ ସରକାରୀ ଓ ବେସରକାରୀ ଅନୁଷ୍ଠାନ ମାନଙ୍କରେ ଜାତୀୟ ପତାକା ଉତ୍ତୋଳନ ଏବଂ ସକାଳ ୮ଟା ୩୦ ମିନିଟରେ ପୁଲିସ ପଡିଆ ଠାରେ ଆନୁଷ୍ଠାନିକ ଭାବେ ମୁଖ୍ୟ ଅତିଥିଙ୍କ ଦ୍ୱାରା ଜାତୀୟ ପତାକା ଉତ୍ତୋଳନ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି ।

କାର୍ଯ୍ୟକ୍ରମରେ ରାଜ୍ୟ ସରକାରଙ୍କ ଦ୍ୱାରା କରାଯାଉଥିବା ବିଭିନ୍ନ ଉନ୍ନତି ମୂଳକ କାର୍ଯ୍ୟର ପ୍ରଜ୍ଞାପନ ମେଢ ପ୍ରଦର୍ଶିତ ହେଵ । ଜିଲା ସଂସ୍କୃତି ବିଭାଗ ତରଫରୁ ସ୍ଥାନୀୟ ସଂସ୍କୃତି ଭଵନ ଠାରେ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯିବ । ବୈଠକରେ ଅତିରିକ୍ତ ଜିଲାପାଳ ତପନ କୁମାର ନାୟକ ଓ ଭକ୍ତ ବନ୍ଧୁ ଜନାର୍ଦ୍ଦନ ଦଲେଇ, ଜିଲା ମଙ୍ଗଳ ଅଧିକାରୀ ସୁନୀଲ କୁମାର ତାଣ୍ଡି, କୋରାପୁଟ ପୌର ପରିଷଦ ନିର୍ବାହୀ ଅଧିକାରୀ ଜ୍ଞାନଜିତ ତ୍ରିପାଠୀ, ଉପଖଣ୍ଡ ଆରକ୍ଷୀ ଅଧିକାରୀ ସଞ୍ଜୟ କୁମାର ମଣ୍ଡଳଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ, ସହରର ବୁଦ୍ଧିଜୀବି, ଗଣମାଧ୍ୟମ ପ୍ରତିନିଧି ଉପସ୍ଥିତ ଥିଲେ । କୋରାପୁଟ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରାଧା ରାଣୀ ସରକାର ଏହି ବୈଠକକୁ ପରିଚାଳନା କରିଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?