ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ଆୟୋଜିତ ଏହି ବୈଠକରେ ସ୍ଥାନୀୟ ତହସିଲଦାର ସନ୍ତୋଷ କୁମାର ସାହୁ , ଯୋଗାଣ ନିରୀକ୍ଷକ ବ୍ରଜେଶ୍ବର ରୟ , ନିୟନ୍ତ୍ରିତ ବଜାର କମିଟି ସମ୍ପାଦକ ଶିବାନନ୍ଦ ବେହେରା , କ୍ଷେତ୍ର ଅଧିକାରୀ ଚାନ୍ଦିନୀ ସେଠୀ ପ୍ରମୁଖ ମଞ୍ଚାସିନ ଥିଲେ ।

ଚଳିତ ଖରିଫ  ବର୍ଷ ୨୦୨୫-୨୬ ନିମନ୍ତେ ସରକାରଙ୍କ ଦ୍ବାରା ଗୁଣାତ୍ମକମାନ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ  ପୂର୍ବବର୍ଷ ଭଳି କ୍ଵିଣ୍ଟାଲ ପ୍ରତି ୩୧୦୦ ଟଙ୍କା ପ୍ରଦାନ  , ରାଜ୍ୟ ଯୋଗାଣ ନିଗମ ଦ୍ବାରା ପରିଚାଳିତ ପ୍ରାଥମିକ କୃଷି ସେବା ସମବାୟ ସମିତି/ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ଦ୍ବାରା ଖୋଲା ଯାଇଥିବା ମଣ୍ଡିରେ ପଞ୍ଜିକୃତ ଚାଷୀମାନେ ସେମାନଙ୍କ ଉତ୍ପାଦିତ ଧାନ ବିକ୍ରୟ ବେଳେ ସଫା , ଶୁଖିଲା ଧାନ ଆଣିବା ଉପରେ ଧ୍ୟାନ ଦେବା ନିମନ୍ତେ  ଆଲୋଚନା କରାଯାଇଥିଲା ।  ଚଳିତବର୍ଷ ଦିଗପହଣ୍ଡି ବ୍ଳକରେ ୧୦୮୧୬ ଟୋକେନ ଜେନେରେଟ ହୋଇଥିବା ବେଳେ ସମବାୟ ସମ୍ପାଦକ ବୃନ୍ଦ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ଧାନ ବିକ୍ରୟ ଉପରେ ଧ୍ୟାନ ରଖିବାକୁ ପରାମର୍ଶ ଦିଆଯାଇଥିଲା । ଚଳିତବର୍ଷ ପ୍ରତ୍ୟେକ ମଣ୍ଡିରେ ସିସି କ୍ୟାମେରା ଲଗାଯିବା ସହ ମଣ୍ଡି କୁ ଆସୁଥିବା ଧାନ ବୋଝେଇ ଗାଡ଼ିର ଗତିବିଧି ଉପରେ ନଜରରଖାଯିବ । ଏପରିକି ମଣ୍ଡିରେ କୈାଣସି ଅଘଟଣ ଘଟିଲେ ଦାୟିତ୍ବରେ ଥିବା ନୋଡାଲ ଅଫିସର ବୃନ୍ଦ ସଙ୍ଗେ ସଙ୍ଗେ ସ୍ଥାନୀୟ ପ୍ରଶାସନକୁ ଅବଗତ କରାଇ ପାରିବେ ବୋଲି ସଚେତନ କରାଯାଇଥିଲା । ଆସନ୍ତା ଡ଼ିସେମ୍ବର ୨୩ ରେ ବ୍ଳକ ଅନ୍ତର୍ଗତ ଫାସିଗୁଡା ଗ୍ରାମ ସେବା ସମବାୟ ସମିତି ରେ  ଧାନମଣ୍ଡିର ଶୁଭ ଉଦଘାଟନ ପାଇଁ ନିଷ୍ପତ୍ତି ନିଆଯାଇଥିବା ବ୍ଲକ ଯୋଗାଣ ନିରୀକ୍ଷକ  କହିଥିଲେ । ଏହି ବୈଠକରେ ବ୍ଳକ ଅଧିନରେ ରହିଥିବା ସମସ୍ତ ସେବା ସମବାୟ ସମିତି ସମ୍ପାଦକ ବୃନ୍ଦ , ମିଲର , ନୋଡାଲ ଅଫିସର ଓ ପଞ୍ଚାୟତ ନିର୍ବାହୀ ଅଧିକାରୀ ବୃନ୍ଦ ଉପସ୍ଥିତ ଥିଲେ ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

ଅଭିନବ ଉପାୟରେ ଠକେଇ, ଫୋନ୍‌ପେରେ ଡେମୋ ଦେଖାଇଲେ…

ଛତ୍ରପୁର,୧୬ା୧୨(ଦିଲ୍ଲୀପ ସାମଲ): ନକଲି ଫୋନ ପେ ବ୍ୟବହାର କରି ବ୍ୟବସାୟୀମାନଙ୍କୁ ଠକେଇ କରୁଥିବା ଅଭିଯୋଗର ତଦନ୍ତ ପରେ ଛତ୍ରପୁର ପୋଲିସ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ...

୭୬ ଏକର ଜାଗାରୁ ଗଞ୍ଜେଇ ଗଛ ନଷ୍ଟ

ଖଜୁରୀପଡ଼ା,୧୬ା୧୨(ବିଦୁର ବେହେରା): ବାରିକୁମ୍ପା, ସୁଡୁଲି, ଖମାର ଏବଂ ବାରିହାଗୁଡା ଜଙ୍ଗଲରେ ମଙ୍ଗଳବାର ଖଜୁରିପଡା ପୋଲିସ ଓ ଅବକାରୀ ବିଭାଗ ଚଢାଉ କରି ବେଆଇନ ଭାବେ ଚାଷ...

ଋଷିକୁଲ୍ୟା ମା’ ରାମଚଣ୍ଡୀ ପୀଠ ହେବ ତୀର୍ଥକ୍ଷେତ୍ର

ଗଞ୍ଜାମ,୧୬।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଛତ୍ରପୁର ସଦର ମହକୁମା ନିକଟସ୍ଥ ନୀଳାଦ୍ରିପୁର ଗ୍ରାମରେ ଅବସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ବିବାସିନୀ ମା’ ରାମଚଣ୍ଡୀଙ୍କ ପୀଠ। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri