ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ଆୟୋଜିତ ଏହି ବୈଠକରେ ସ୍ଥାନୀୟ ତହସିଲଦାର ସନ୍ତୋଷ କୁମାର ସାହୁ , ଯୋଗାଣ ନିରୀକ୍ଷକ ବ୍ରଜେଶ୍ବର ରୟ , ନିୟନ୍ତ୍ରିତ ବଜାର କମିଟି ସମ୍ପାଦକ ଶିବାନନ୍ଦ ବେହେରା , କ୍ଷେତ୍ର ଅଧିକାରୀ ଚାନ୍ଦିନୀ ସେଠୀ ପ୍ରମୁଖ ମଞ୍ଚାସିନ ଥିଲେ ।

ଚଳିତ ଖରିଫ  ବର୍ଷ ୨୦୨୫-୨୬ ନିମନ୍ତେ ସରକାରଙ୍କ ଦ୍ବାରା ଗୁଣାତ୍ମକମାନ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ  ପୂର୍ବବର୍ଷ ଭଳି କ୍ଵିଣ୍ଟାଲ ପ୍ରତି ୩୧୦୦ ଟଙ୍କା ପ୍ରଦାନ  , ରାଜ୍ୟ ଯୋଗାଣ ନିଗମ ଦ୍ବାରା ପରିଚାଳିତ ପ୍ରାଥମିକ କୃଷି ସେବା ସମବାୟ ସମିତି/ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ଦ୍ବାରା ଖୋଲା ଯାଇଥିବା ମଣ୍ଡିରେ ପଞ୍ଜିକୃତ ଚାଷୀମାନେ ସେମାନଙ୍କ ଉତ୍ପାଦିତ ଧାନ ବିକ୍ରୟ ବେଳେ ସଫା , ଶୁଖିଲା ଧାନ ଆଣିବା ଉପରେ ଧ୍ୟାନ ଦେବା ନିମନ୍ତେ  ଆଲୋଚନା କରାଯାଇଥିଲା ।  ଚଳିତବର୍ଷ ଦିଗପହଣ୍ଡି ବ୍ଳକରେ ୧୦୮୧୬ ଟୋକେନ ଜେନେରେଟ ହୋଇଥିବା ବେଳେ ସମବାୟ ସମ୍ପାଦକ ବୃନ୍ଦ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ଧାନ ବିକ୍ରୟ ଉପରେ ଧ୍ୟାନ ରଖିବାକୁ ପରାମର୍ଶ ଦିଆଯାଇଥିଲା । ଚଳିତବର୍ଷ ପ୍ରତ୍ୟେକ ମଣ୍ଡିରେ ସିସି କ୍ୟାମେରା ଲଗାଯିବା ସହ ମଣ୍ଡି କୁ ଆସୁଥିବା ଧାନ ବୋଝେଇ ଗାଡ଼ିର ଗତିବିଧି ଉପରେ ନଜରରଖାଯିବ । ଏପରିକି ମଣ୍ଡିରେ କୈାଣସି ଅଘଟଣ ଘଟିଲେ ଦାୟିତ୍ବରେ ଥିବା ନୋଡାଲ ଅଫିସର ବୃନ୍ଦ ସଙ୍ଗେ ସଙ୍ଗେ ସ୍ଥାନୀୟ ପ୍ରଶାସନକୁ ଅବଗତ କରାଇ ପାରିବେ ବୋଲି ସଚେତନ କରାଯାଇଥିଲା । ଆସନ୍ତା ଡ଼ିସେମ୍ବର ୨୩ ରେ ବ୍ଳକ ଅନ୍ତର୍ଗତ ଫାସିଗୁଡା ଗ୍ରାମ ସେବା ସମବାୟ ସମିତି ରେ  ଧାନମଣ୍ଡିର ଶୁଭ ଉଦଘାଟନ ପାଇଁ ନିଷ୍ପତ୍ତି ନିଆଯାଇଥିବା ବ୍ଲକ ଯୋଗାଣ ନିରୀକ୍ଷକ  କହିଥିଲେ । ଏହି ବୈଠକରେ ବ୍ଳକ ଅଧିନରେ ରହିଥିବା ସମସ୍ତ ସେବା ସମବାୟ ସମିତି ସମ୍ପାଦକ ବୃନ୍ଦ , ମିଲର , ନୋଡାଲ ଅଫିସର ଓ ପଞ୍ଚାୟତ ନିର୍ବାହୀ ଅଧିକାରୀ ବୃନ୍ଦ ଉପସ୍ଥିତ ଥିଲେ ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ଏକ ପେଡ୍‌ ମା’ କେ ନାମ୍‌’: ସିମନବାଡ଼ିରେ ଛାତ୍ରଛାତ୍ରୀଙ୍କ ନିଶାମୁକ୍ତ ସଚେତନତା ପଦଯାତ୍ରା-ବୃକ୍ଷରୋପଣ

ଦାରିଙ୍ଗବାଡ଼ି,୧୯ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ପାଦ୍ରୀ ପିଓ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ନିଶାମୁକ୍ତ ସଚେତନତା କାର୍ଯ୍ୟକ୍ରମ ଓ ପଦଯାତ୍ରା…

ଗଞ୍ଜାମ ଜିଲାକୁ ଅରେଞ୍ଜ ଆଲର୍ଟ: ୪ ଦିନ ଅତି ପ୍ରବଳ ବର୍ଷା, ଅଶାନ୍ତ ରହିବ…

ଛତ୍ରପୁର,୧୯ା୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ): ଆଗାମୀ ୨୧ ତାରିଖରୁ ଗଞ୍ଜାମ ଜିଲା ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭାରତୀୟ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦିଗପହଣ୍ଡି ରେ  ମା ‘ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶୁଭାରମ୍ଭ  

ଦିଗପହଣ୍ଡି,୧୯|୯(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୩ ନଂ. ୱାର୍ଡ ନୂଆସାହି ସ୍ଥିତ ଆରାଧ୍ଯା ଦେବୀ ମା’ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶନିବାର ଠାରୁ ଆରମ୍ଭ…

ଅବ୍ୟବସ୍ଥାରେ ରିଷିଡ଼ା ବସ୍‌ଷ୍ଟାଣ୍ଡ

ରିଷିଡ଼ା,୧୯ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ବସ୍‌ଷ୍ଟାଣ୍ଡ ଏବେ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ସାମାନ୍ୟ ବର୍ଷାରେ ବସ୍‌ଷ୍ଟାଣ୍ଡ ପରିସର ତଥା ମୁଖ୍ୟ ରାସ୍ତାରେ…

ଭିଡିଓ କଲ୍‌ର ଅପରପାର୍ଶ୍ୱରୁ ଶୁଭିଲା ‘ଦିଦି ପଡ଼ିଗଲା’: ୪୩ ଘଣ୍ଟା ପରେ ଉଦ୍ଧାର ହେଲା…

ସୁନ୍ଦରଗଡ଼, ୧୯/୯ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଘୋଘର ନିକଟ ଇବ୍‌ ନଦୀର କନାକୁଣ୍ଡଠାରେ ଗୁରୁବାର ଅପରାହ୍ଣରେ ଗୋଡ଼ ଖସି ଜଳର…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?