ପରିବର୍ତ୍ତନର ଅଗ୍ରଦୂତ ସାଜନ୍ତୁ ଯୁବପିଢ଼ି: ଧର୍ମେନ୍ଦ୍ର

ଭୁବନେଶ୍ୱର,୨୬।୧୦(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସରେ ମହାତ୍ମା ଗାନ୍ଧୀ ଜାତୀୟ ଛାତ୍ରବୃତ୍ତି(ଏମ୍‌ଜିଏନ୍‌ଏଫ୍‌) ୨ୟ ପର୍ଯ୍ୟାୟର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଧର୍ମେନ୍ଦ୍ର ଛାତ୍ରବୃତ୍ତିଧାରୀ ତଥା ଯୁବପିଢ଼ିଙ୍କୁ ଦକ୍ଷତା ବିକାଶର ପ୍ରୟାସରେ ତୃଣମୂଳସ୍ତରରେ ସାମାଜିକ ପରିବର୍ତ୍ତନର ଅଗ୍ରଦୂତ ହେବାକୁ ପରାମର୍ଶ ଦେଇଛନ୍ତି। ଏହି ଅବସରରେ ଧର୍ମେନ୍ଦ୍ର କହିଛନ୍ତ, ମହାତ୍ମା ଗାନ୍ଧୀ ଜାତୀୟ ଛାତ୍ରବୃତ୍ତି ହେଉଛି ଏକ ୨ ବର୍ଷୀୟା ଛାତ୍ରବୃତ୍ତି। ଏହାର ଉଦ୍ଦେଶ୍ୟ ହେଉଛି ଜିଲାସ୍ତରରେ ଦକ୍ଷତା ବିକାଶରେ ସହଯୋଗୀ ହେବା ା ଏଥିପାଇଁ ପୂର୍ବରୁ ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରଣାଳୟ ଓ ଇଣ୍ଡିଆନ ଇନଷ୍ଟିଚ୍ୟୁଟ୍‌ ମ୍ୟାନେଜମେଣ୍ଟ(ଆଇଆଇଏମ୍‌) ସହ ପାଇଲଟ ଭିତ୍ତିରେ ଆରମ୍ଭ ହୋଇଥିଲା। ତୃଣମୂଳ ସ୍ତରରେ ଦକ୍ଷତା ବିକାଶକୁ ସହଯୋଗ କରିବା ପାଇଁ ବ୍ୟକ୍ତିବିଶେଷ ଓ ଯୁବବର୍ଗଙ୍କୁ ୨ ବର୍ଷ ପାଇଁ ଏହି ବୃତ୍ତି ସୁଯୋଗ ପ୍ରଦାନ କରିବ ା ପ୍ରଥମ ପର୍ଯ୍ୟାୟରେ ୬ଟି ରାଜ୍ୟର ୬୯ଟି ଜିଲାରେ ୬୯ଟି ବୃତ୍ତିଧାରୀଙ୍କୁ ନିୟୋଜିତ କରାଯାଇଥିବା ବେଳେ ୨ୟ ପର୍ଯ୍ୟାୟରେ ଦେଶର ସମସ୍ତ ଜିଲାରେ ଅଧିକ ୬୬୧ ବୃତ୍ତିଧାରୀ ଅର୍ଥାତ୍‌ ମୋଟ ୭୩୦ ମହାତ୍ମା ଗାନ୍ଧୀ ଜାତୀୟ ବୃତ୍ତିିଧାରୀଙ୍କୁ ନିୟୋଜିତ କରାଯାଇଛି। ସେହିପରି ପ୍ରଥମ ପର୍ଯ୍ୟାୟରେ ଗୋଟିଏ ଆଇଆଇଏମ୍‌, ବାଙ୍ଗାଲୋର ସହଯୋଗରେ କାର୍ଯ୍ୟକ୍ରମରେ ଯୋଡ଼ାଯାଇଥିବା ବେଳେ ୨ୟ ପର୍ଯ୍ୟାୟରେ ଅଧିକ ୮ଟି ଆଇଆଇଏମ୍‌କୁ ଯୋଡ଼ାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଦିଲ୍ଲୀର ‘ମାଠିଆ ମଣିଷ’ ନଟରାଜନ- ଏଭଳି ସମ୍ବୋଧନ ଅଜବ ଲାଗୁଥିଲେ ବି ଏହା ପଛରେ ରହିଛି ଏକ ବାସ୍ତବ କାହାଣୀ। ନଟରାଜନ ଦିଲ୍ଲୀର ଲୋକଙ୍କୁ ଥଣ୍ଡା ମାଠିଆ…

ପୁଞ୍ଜି ବଜାରରେ ଅବିଶ୍ୱାସ

ଞ୍ଜି ବଜାର ଏକ ଦେଶର ଅର୍ଥନୀତିର ଦର୍ପଣ ସଦୃଶ। ଏହା କେବଳ ଶେୟାର ଓ ଅନ୍ୟାନ୍ୟ ଆର୍ଥିକ ସମ୍ପତ୍ତିର କାରବାର ସ୍ଥଳ ନୁହେଁ, ବରଂ ଏହା ସଞ୍ଚୟ…

ସତ୍ୟର ପ୍ରୟୋଗ ବନାମ କାଳର ପ୍ରଭାବ

ବଡ଼ ବଡ଼ ମାଛ ଛୋଟ ଛୋଟ ମାଛକୁ ଖାଇ ସଫା କରିଦେଲା ପରି ବଡ଼ ବଡ଼ ଖବର ଦାଉରେ ଆଜିକାଲି ଛୋଟ ଛୋଟ ଖବର ଆଖିରେ ପଡ଼ୁନାହାନ୍ତି।…

ଇସ୍ତଫା ଦେବେ ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ

ଲଣ୍ଡନ,୨୨ା୬: ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ପଦରୁ କିର୍‌ ଷ୍ଟାର୍ମର ଇସ୍ତଫା ଦେବାକୁ ଯାଉଥିବା ରବିବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ କହିଛନ୍ତି। ଆଣ୍ଡି ବର୍ନହାମ୍‌ଙ୍କୁ ନୂଆ ପ୍ରଧାନମନ୍ତ୍ରୀ ଭାବେ…

ଜାଣନ୍ତି କି କାହିଁକି ଖରାପ ହୁଏ କିଡ୍‌ନୀ?

କିଡ୍‌ନୀ ଏପରି ଏକ ଅଙ୍ଗ ଯାହାର କାର୍ଯ୍ୟ ଅକ୍ଷମତା ଅନେକ ଡେରିରେ ଧରାପଡ଼େ। ଅଙ୍ଗଟି ପ୍ରାୟ ୮୦-୯୦ ଶତାଂଶ ଅକ୍ଷମ ନ ହୋଇପଡ଼ିବାର ପୂର୍ବ ପର୍ଯ୍ୟନ୍ତ ରୋଗୀକୁ…

ରାଜ୍ୟରେ ପାଗ ପରିବର୍ତ୍ତନ: ଟ୍ବିନ୍‌ସିଟିରେ ଜାରି ରହିଛି ବର୍ଷା

ଭୁବନେଶ୍ୱର,୨୨ା୬: ସାରା ରାଜ୍ୟରେ ପାଗରେ ପରିବର୍ତ୍ତନ ଘଟିଛି। ଟ୍ବିନ୍‌ସିଟିରେ ରବିବାର ରାତିରୁ କିଛି ସ୍ଥାନରେ ଝିପିଝିପି ବର୍ଷା ଲାଗି ରହିଥିବାବେଳେ ଆଜି ସକାଳୁ ମଧ୍ୟ ବର୍ଷା ଜାରି…

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ ମାମଲା: ବନ୍ଧା ହେଲେ ବିଶ୍ୱଜିତ୍‌

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ପ୍ରେମିକାଙ୍କୁ ଡାକ୍ତରଖାନାରେ ଛାଡି ପଳାଇଥିବା ପ୍ରେମିକ ଗିରଫ

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ ): ଅସୁସ୍ଥ ପ୍ରେମିକାଙ୍କୁ ଏମ୍‌କେସିଜି ମେଡିକାଲରେ ଛାଡି ପଳାଇଥିବା ଯୁବକ ବ୍ରହ୍ମପୁର ଶ୍ରୀରାମନଗର ୧୦ମ ଲାଇନର ତ୍ରିନାଥ ସାହୁ(୩୦)ଙ୍କୁ ବଡବଜାର ଥାନା ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri