ସମ୍ଭାବ୍ୟ ବନ୍ୟା ନେଇ ଏସ୍‌ଏମ୍‌ସିର ପ୍ରସ୍ତୁତି

ସମ୍ବଲପୁର,୧୭।୮(ବ୍ୟୁରୋ): ହୀରାକୁଦ ଜଳଭଣ୍ଡାରର ୪୦ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ ହେଉଛି। ଅନ୍ୟପଟେ ମଙ୍ଗଳବାର ସମ୍ବଲପୁର ମହାନଗର ନିଗମର କେତେକ ଅଞ୍ଚଳରେ ବର୍ଷା ହୋଇଛି। ଏସ୍‌ଏମ୍‌ସି ପକ୍ଷରୁ ସମ୍ଭାବ୍ୟ ବନ୍ୟା ମୁକାବିଲା ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏସ୍‌ଏମ୍‌ସି କମିଶନର ପ୍ରଦୀପ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ବୈଠକ ହୋଇଥିଲା। ଏଥିରେ ବିଭିନ୍ନ ବିଭାଗର ଅଧିକାରୀଙ୍କ ସହ ସାମାଜିକ ଅନୁଷ୍ଠାନର ସଦସ୍ୟ ଉପସ୍ଥିତ ଥିଲେ। ସହରରେ ବନ୍ୟା ପରିସ୍ଥିତି ଉପୁଜିଲେ କିଭଳି ମୁକାବିଲା କରାଯିବ ସେ ନେଇ ଆଲୋଚନା କରାଯାଇଥିଲା। ଏ ସମ୍ପର୍କରେ କମିଶନର ସାହୁ କହିଛନ୍ତି, ଜଳଭଣ୍ଡାରରେ ୪୦ ଗେଟ୍‌ ଦେଇ ଜଳ ନିଷ୍କାସନ କରାଯାଉଛି। ଏବେ ସହରରେ ବର୍ଷା ପରିମାଣ କମିଛି। ତେଣୁ ଭୟଭୀତ ହେବାର ନାହିଁ। ହେଲେ ମଧ୍ୟ ସମସ୍ତ ପ୍ରସ୍ତୁତି କରାଯାଇଛି। ୭ ଗୋଟି ବନ୍ୟା ଆଶ୍ରୟସ୍ଥଳ ଏବେ ମଧ୍ୟ ଖୋଲାରହିଛି। ଗତ ୩ ଦିନ ଭିତରେ ବର୍ଷାଜଳ ଜମିରହିଥିଲା। ପାଣି ପମ୍ପ ଲଗାଇ ତଳି ଅଞ୍ଚଳରୁ ପାଣି ନିଷ୍କାସନ କରାଯାଇଛି। ସହର ଭିତରେ ନଦୀ ଓ ନାଳରେ ଜ ଳ ପ୍ରବାହ କମିଯାଇଛି। ସହର ଭିତରେ ବର୍ଷା ନ ହେଲେ ଜଳ ଭଣ୍ଡାରରୁ ୫୦ ଗେଟ୍‌ ଦେଇ ଜଳ ନିଷ୍କାସନ କରାଗଲେ ମଧ୍ୟ ମୁକାବିଲା କରାଯାଇ ପାରିବ। ୧୫ ଗୋଟି ଆଶ୍ରୟସ୍ଥଳ ଖୋଲିବାକୁ ସ୍ଥିର କରାଯାଇଛି। ଆଶ୍ରୟ ସ୍ଥଳରେ ସମସ୍ତ ଅତ୍ୟାବଶ୍ୟକ ସାମଗ୍ରୀ ମହଜୁଦ ରଖାଯାଇଛି। ଅନ୍ୟପଟେ ଜିଲାପାଳ ଅନନ୍ୟା ଦାସ ମଧ୍ୟ ବନ୍ୟା ପରିସ୍ଥିତି ନେଇ ସମୀକ୍ଷା କରିଛନ୍ତି। ଦୁଇଦିନ ହେଲା ଲଗାତର ଭାବେ ବନ୍ୟା ଆଶ୍ରୟ ସ୍ଥଳ ପରିଦର୍ଶନ କରିଛନ୍ତି। ବିପନ୍ନମାନଙ୍କ ସହ ଆଲୋଚନା କରିଥିବା କମିଶନର କହିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଜଳ ସମ୍ପଦ ବିଭାଗ ନିର୍ବାହୀ ଯନ୍ତ୍ରୀ ପ୍ରମୋଦ ପଣ୍ଡା ଓ ଅନ୍ୟ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିମସାର କର୍ମଚାରୀଙ୍କ ଅଚଳାଚଳ ସମ୍ପତ୍ତି ଠାବ:୧୦ ମୂଲ୍ୟବାନ ପ୍ଲଟ ସହ ବିପୁଳ ଟଙ୍କା

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ ନାମରେ ଆୟବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ…

ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ହତ୍ୟା ଘଟଣା: ପୂର୍ବ ପ୍ରେମିକାଙ୍କୁ ଘରେ ପଶି ମାରିଥିଲେ, ଆସିଲା ବଡ଼ ରାୟ

ଭୁବନେଶ୍ବର,୩୦।୬: ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ପ୍ରିୟଙ୍କା ସାହୁ ହତ୍ୟା ଘଟଣାର ମଙ୍ଗଳବାର ରାୟ ପ୍ରକାଶ ପାଇଛି। କୋର୍ଟ ଅଭିଯୁକ୍ତ ଯାଜପୁରର ଜଗନ୍ନାଥ ପ୍ରଧାନଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ…

ଭଞ୍ଜନଗର ବିଇଓଙ୍କ ତ୍ୱରିତ ପଦକ୍ଷେପ: ଅବସର ଦିନ ହିଁ ମିଳିଲା ୬ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ଫାଇନାଲ ପେନସନ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀଣୀ ଲୋପାମୁଦ୍ରା ରଥଙ୍କ ତ୍ୱରିତ ପଦକ୍ଷେପ ଯୋଗୁ ମଙ୍ଗଳବାର ଚାକିରିରୁ ଅବସର ନେଇଥିବା ୬ ଜଣ ଶିକ୍ଷୟିତ୍ରୀ,…

ବ୍ୟବସ୍ଥିତ ଏସ୍‌.ଆଇ.ଆର୍ ପ୍ରକ୍ରିୟାରେ ଯୋଗ୍ୟ ଭୋଟରଙ୍କ ଅନ୍ତର୍ଭୁକ୍ତି ସୁନିଶ୍ଚିତ

ଛତ୍ରପୁର, ୩୦୬ (ଦିଲ୍ଲୀପ ସାମଲ): ନିର୍ବାଚନ ପ୍ରକ୍ରିୟାର ସ୍ୱଚ୍ଛତା, ନିର୍ଭୁଲତା ଓ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌.ଆଇ.ଆର୍) କାର୍ଯ୍ୟକ୍ରମକୁ…

ଇପିଏଫ କି ପେନସନ ନାହିଁ: ୪୧ ବର୍ଷ ସରକାରୀ ସେବାପରେ ବିନା ସୁବିଧାରେ ଅବସର ନେଲେ ତ୍ରିନାଥ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ କାର୍ଯ୍ୟରତ ଥିବା ପିଅନ ତ୍ରିନାଥ ପ୍ରଧାନ ମଙ୍ଗଳବାର କର୍ମମୟ ଜୀବନରୁ ଅବସର ନେଇଛନ୍ତି। ଏନେଇ…

ଛାତ୍ରୀକୁ ପେଟ୍ରୋଲ ଢାଳି ପୋଡିବାକୁ ଉଦ୍ୟମ କରୁଥିଲେ ଯୁବକ, ହଠାତ୍…

ଧୂଷୁରୀ/ଅସୁରାଳି,୩୦।୬( ଦୀପ୍ତି ରଞ୍ଜନ ନାୟକ/ସନ୍ତୋଷ ସାହୁ ) : ଧୂଷୁରୀ ଥାନା ଅଧୀନ ଫତେପୁର ପଞ୍ଚାୟତର ଫତେପୁର ଗ୍ରାମର ଜଣେ ୩୩ ବର୍ଷୀୟ ଯୁବକ ନିକଟସ୍ଥ ଗାଁର…

ଅମାଠ ବେହେରା ରାଇସ ମିଲ ସିଲ୍‌: ଜିଲାପାଳଙ୍କ ଆଦେଶ ଅବମାନନା ଅଭିଯୋଗ

କେସିଙ୍ଗା,୩୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଅମାଠ ଛକସ୍ଥିତ ବେହେରା ରାଇସ ମିଲ ଏବଂ ଗୋଟିଏ ଗୋଦାମକୁ ମଙ୍ଗଳବାର ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଏସିଏସଓ…

ବାବୁଙ୍କ ଘରେ ବିଡ଼ା ବିଡ଼ା ଟଙ୍କା ଦେଖି ଭିଜିଲାନ୍ସ ଚକିତ: ୨୦ରୁ ଅଧିକରୁ ପ୍ଲଟ୍‌ ସହ ଘରୁ ମିଳିଲା…

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ପ୍ରତିଷ୍ଠାନ(ଏଷ୍ଟାବ୍ଲିଶମେଣ୍ଟ) ଅଧିକାରୀ ତଥା କାର୍ଯ୍ୟାଳୟ ଅଧିକ୍ଷକ ଧନୁର୍ଦ୍ଧର ବିଶ୍ୱାଳଙ୍କ ନାମରେ ଆୟ ବର୍ହିଭୂତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri