ମା’ ତାରାତାରିଣୀ ମନ୍ଦିରରେ ଷୋଡ଼ଶ ଉପଚାର ପୂଜା ନେଇ ପ୍ରଶାସନର ପ୍ରସ୍ତୁତି

ଛତ୍ରପୁର,୪ା୧୦(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଆସନ୍ତା ୬ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ମା’ ତାରାତାରିଣୀ ମନ୍ଦିରରେ ହେବ ଷୋଡ଼ଶ ଉପଚାର ପୂଜା। ଏଥିପାଇଁ ବୁଧବାର ଗଞ୍ଜାମ ଜିଲାପାଳ ସମ୍ମିଳନୀ କକ୍ଷରେ ଏକ ପ୍ରସ୍ତୁତି ବୈଠକ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ମା’ଙ୍କ ବେଶ ସହ ଚଣ୍ଡୀପାଠ ୧୬ ଦିନ ପର୍ଯ୍ୟନ୍ତ ହେବା ସହ ଅନ୍ୟସବୁ ପ୍ରସ୍ତୁତି ବିଷୟରେ ବୈଠକରେ ଆଲୋଚନା ହୋଇଥିଲା। ଏହି ଷୋଡ଼ଶ ବେଶ ଦେଖିବା ପାଇଁ ବହୁ ଭକ୍ତଙ୍କ ଆଗମନ ହେବ। ଏହାକୁ ଦୃଷ୍ଟିରେ ରଖି ସମସ୍ତ ପ୍ରସ୍ତୁତି କରିବାକୁ ପଡ଼ିବ। ଆଉ ମାତ୍ର ହାତ ଗଣତି ଦୁଇ ଦିନ ରହିଛି। ତେଣୁ ସମସ୍ତ ପ୍ରକାରର ପ୍ରସ୍ତୁତି ଶେଷ କରିବାକୁ କୁହାଯାଇଛି। ମନ୍ଦିରର ସଫେଇ ସଠିକ ଭାବେ କରିବାକୁ କୁହାଯାଇଛି। ଗତଥର ଦୀପ ପିଣ୍ଡ ଛୋଟ ଅଘଟଣ ହୋଇଥିଲା। ଏହାକୁ ଦୃଷ୍ଟିରେ ଅଗ୍ନିଶମ ବିଭାଗ ରହିବା ସେହି ସ୍ଥାନରେ ଦୀପ ବାରଣ ରହିଛି। ୬ରୁ ୨୨ ତାରିଖ ଧରି ଷୋଡ଼ଶ ପୂଜା ମା’ଙ୍କ ରୀତିନୀତି ଅନୁସାରେ ସମସ୍ତ କାମ ଯେପରି ସଠିକଭାବେ ସମାପ୍ତ ହେବା ସେନେଇ ଜିଲାପାଳ ଗୁରୁତ୍ୱ ଦେଇଥିଲେ। ଆସନ୍ତା ଶୁକ୍ରବାର ଦିନ ଶହେ ଜଣ ମହିଳା ମନ୍ଦିର ଉପରକୁ କଳସ ପାଣି ନେଇକି ଯିବେ, ତେଣୁ ସମସ୍ତ ପାହାଚ ସଫା ସହ ଆଲୋକ ବ୍ୟବସ୍ଥା ଉପରେ ଆଲୋଚନା ହୋଇଥିଲା। ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଗଞ୍ଜାମ ଅତିରିକ୍ତ ଜିଲାପାଳ ଲୀନା କୁମାରୀ ଖେସ,ଛାତ୍ରପୁର ଉପଜିଲାପାଳ ପ୍ରସନ୍ନ ପାତ୍ର, ଡୁଡା ପିଡି ନୀଳମାଧବ ଭୋଇ, ବିଡିଏ ସଚିବ ସମ୍ବିତ କୁମାର ରାଉତ,ମନ୍ଦିର ଟ୍ରଷ୍ଟ ସମ୍ପାଦକ ପ୍ରମୋଦ କୁମାର ପଣ୍ଡା,ମନ୍ଦିର ସେବାୟତ ସଂଘର ସଭାପତି ତପନ ରଣା, ମୁଖ୍ୟ ପୂଜକ ବାପୁଜୀ ରଣା, ସ୍ଥାନୀୟ ବିଡିଓ ବିଜୟ କୁମାର ବେହେରା, ତହସିଲଦାର, ଗଞ୍ଜାମ ଅବକାରୀ ଅଧୀକ୍ଷକ ଦେବୀ ପ୍ରସାଦ ଦାଶ, ସୁଜିତ ନାୟକ, ପୁରୁଷୋତ୍ତମପୁର ଥାନାଧିକାରୀ ସମୀର କୁମାର ରାଉତରାୟଙ୍କ ସମେତ ବିଭିନ୍ନ ଲାଇନ ବିଭାଗର ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ନାହାନ୍ତି ଖେଳ ଶିକ୍ଷକ ଲକ୍ଷ୍ମୀଧର, ହାଟଡିହୀରେ ଶୋକର ଛାୟା

ହାଟଡିହୀ/ଛେନାପଦୀ,୧୨l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ହାଇସ୍କୁଲର ପୂର୍ବତନ ଖେଳ ଶିକ୍ଷକ ଲକ୍ଷ୍ମୀଧର ପହିଙ୍କର ୮୨ ବର୍ଷ ବୟସରେ ପରଲୋକ ଘଟିଛି। କିଛିଦିନ ହେବ ସେ…

୧୦ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର, ପେପରଲେସ୍‌ ହେବ ଅଫିସ କାର୍ଯ୍ୟ

ଭୁବନେଶ୍ବର,୧୨ା୮: ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ୬ ବିଭାଗର ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ

କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍‌ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ…

ସନ୍ନ୍ୟାସ ପରେ ପୂର୍ବତନ କ୍ରିକେଟର ରାହାଣେଙ୍କ ନୂଆ ଇନିଂସ, ପ୍ରଶଂସକ ଜଣାଉଛନ୍ତି ଶୁଭେଚ୍ଛା

ନୂଆଦିଲ୍ଲୀ,୧୨।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ୍ ତଥା ଅଧିନାୟକ ଅଜିଙ୍କ୍ୟ ରାହାଣେ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିବା ପରେ ଏକ ନୂତନ ଭୂମିକାରେ…

ବିଧାୟକଙ୍କ ସହ ବିବାଦ ଘଟଣା ପରେ ପଦକ୍ଷେପ, ବଦଳିଲେ ରେଭେନ୍ସା ବଦଳିଲେ ଚିଫ୍‌ ୱାର୍ଡେନ

କଟକ,୧୨ା୮(ପ୍ରଭୁକଲ୍ୟାଣ ପାଲ୍): ରେଭେନ୍ସା ବିଶ୍ଵବିଦ୍ୟାଳୟ ଶିକ୍ଷକ ସଙ୍ଘ ଓ ବିଧାୟକ ଵିଵାଦ ଘଟଣାରେ ଚିଫ୍ ଓ୍ବାର୍ଡେନଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇଛି । ବିଧାୟକଙ୍କ ସହ ଵିଵାଦ…

କାଜୁ ତୋଟାରେ ଚାଲିଥିବା ଜୁଆଆଡ୍ଡା ଉପରେ ଚଢାଉ, ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗରେ ୩ ଗିରଫ

ଦିଗପହଣ୍ଡି,୧୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମ ନିକଟ କାଜୁ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍ ଅତର୍କିତ ଭାବେ ଚଢ଼ାଉ…

ରାସ୍ତା ନଥିବାରୁ ନାଳ ପାଖରେ ଅଟକିଲା ଆମ୍ବୁଲାନ୍ସ ; ରାତିସାରା ଖୋଲା ଆକାଶ ତଳେ ପଡ଼ିରହିଲା ମୃତଦେହ, ସକାଳେ ୮ କିମି ବୋହିଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୨ା୮(ଦୁର୍ଗା କୀର୍ତ୍ତି): ସ୍ୱାଧୀନତାର ୮୦ ବର୍ଷ ପୂର୍ତ୍ତି ଆଡ଼କୁ ଦେଶ ଆଗେଇ ଚାଲିଥିବା ବେଳେ ରାଜ୍ୟର ଦୁର୍ଗମ ଅଞ୍ଚଳରେ ଯାତାୟାତ ଓ ସ୍ୱାସ୍ଥ୍ୟସେବାର କରୁଣ ଚିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri