ଡାକ୍ତର ଦାମୀ ମେଡିସିନ ଲେଖିବା କୌଣସି ଅପରାଧ ନୁହେଁ: ଓଡ଼ିଶା ହାଇକୋର୍ଟ

କଟକ,୨୫।୪: ଡାକ୍ତର ଦାମୀ ମେଡ଼ିସିନ ଲେଖିବା କୌଣସି ଅପରାଧ ନୁହେଁ। ଏସବୁ କଲେ ଡାକ୍ତରଙ୍କ ବରୋଧରେ ଫୌଜଦାରୀ ମାମଲା ରୁଜୁ କରାଯାଇପାରିବ ନାହିଁ। ଏପରି ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଧେଶ ପ୍ରଦାନ କରିଛନ୍ତି ଓଡିଶା ହାଇକୋର୍ଟ। ବିଶେଷକରି ଯଦି କୌଣସି ଡାକ୍ତର ଦାମୀ ମେଡିସିନ ଲେଖୁଥିଲେ ,କିମ୍ବା କୌଣସି ମେଡିସିନ କମ୍ପାନୀ ଦ୍ୱାରା ଆୟୋଜିତ ସେମିନାରରେ ଯୋଗ ଦିଅନ୍ତି ତେବେ ତାଙ୍କୁ ଦୋଷୀ କରାଯାଇପାରିବ ନାହିଁ ବୋଲି କୋର୍ଟ ରାୟରେ ସ୍ପଷ୍ଟ କରିଛନ୍ତି। ହାଇକୋର୍ଟର ବିଚାରପତି ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର ଏହି ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି। ଏଥି ସହ ଆଚାର୍ଯ୍ୟ ହରିହର ଆଞ୍ଚଳିକ କର୍କଟ ଚିକିତ୍ସା କେନ୍ଦ୍ରର ଡାକ୍ତର ଦମ୍ପତି ପ୍ରଫେସର ଡାକ୍ତର ସୁରେନ୍ଦ୍ରନାଥ ସେନାପତି ଏବଂ ଡାକ୍ତର ଦୀପ୍ତିରାଣୀ ସାମନ୍ତଙ୍କ ବିରୋଧରେ ରୁଜୁ ଭିଜିଲାନ୍ସ ମାମଲାକୁ ମଧ୍ୟ ରଦ୍ଦ କରି ଦେଇଛନ୍ତି କୋର୍ଟ।

୨୦୧୬ ମସିହାରେ ଡାକ୍ତର ଦମ୍ପତ୍ତିଙ୍କ ବିରୋଧରେ ଭିଜିଲାନ୍ସ ପକ୍ଷରୁ ମାମଲା ରୁଜୁ ହୋଇଥିଲା। ତେବେ ଭିଜିଲାନ୍ସ ମାମଲାକୁ ଚାଲେଞ୍ଜ କରି ଉଭୟ ଡାକ୍ତର ଦମ୍ପତି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। କୋର୍ଟ ଏହି ମାମଲାର ଶୁଣାଣି କରି ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି। କୋର୍ଟ ସ୍ପଷ୍ଟ କରିଛନ୍ତି ଯେ , ଏହି ମାମଲାରେ କୌଣସି ପ୍ରାଥମିକ ତଦନ୍ତ ବିନା ଆବେଦନକାରୀଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ଯେକୌଣସି ଘଟଣାରେ ପ୍ରାଥମିକ ତଦନ୍ତ କରାଯିବା ବାଧ୍ୟତାମୂଳକ ରହିଛି। ଆବେଦନକାରୀ ଡାକ୍ତର ଦମ୍ପତି ଯେହେତୁ ପ୍ରସିଦ୍ଧ ଡାକ୍ତର ତେଣୁ ସେମାନଙ୍କ କ୍ଷେତ୍ରରେ ବିଶେଷଜ୍ଞଙ୍କ ଦ୍ୱାରା ଅଭିଯୋଗର ପ୍ରାଥମିକ ତଦନ୍ତ କରାଯିବାର ନିହାତି ଆବଶ୍ୟକତା ଥିଲା। ମାତ୍ର ଭିଜିଲାନ୍ସ ପକ୍ଷରୁ ସଠିକ ଢଙ୍ଗରେ ତଦନ୍ତ କରାଯାଇ ନାହିଁ। ମାମଲା ବିବରଣୀରୁ ଜଣା ପଡ଼ିଛି ଯେ , ଉଭୟ ଡାକ୍ତର ଦମ୍ପତ୍ତି ଆଚାର୍ଯ୍ୟ ହରିହର କର୍କଟ ଚିକିତ୍ସା ପ୍ରତିଷ୍ଠାନରେ ଏକ ଫାର୍ମା କମ୍ପାନୀକୁ ଅହେତୁକ ଅନୁକମ୍ପା ଦେଖାଇବା ଅଭିଯୋଗ ହୋଇଥିଲା। ଏହି ଘଟଣାରେ ଭିଜିଲାନ୍ସ ପକ୍ଷରୁ ଡାକ୍ତର ଦମ୍ପତିଙ୍କ ବିରୋଧରେ ମାମଲା ରୁଜୁ ହୋଇଥିଲା। ଏବଂ ଡାକ୍ତର ସୁରେନ୍ଦ୍ରନାଥ ସେନାପତିଙ୍କୁ ଭିଜିଲାନ୍ସ ଗିରଫ ମଧ୍ୟ କରିଥିଲା। ତେବେ ଡାକ୍ତର ଦାମୀ ମେଡ଼ିସିନ ଲେଖିବା କୌଣସି ଅପରାଧ ନୁହେଁ। କାରଣ ଡାକ୍ତରଙ୍କ କର୍ତ୍ତବ୍ୟ ହେଉଛି ଜଣେ ରୋଗୀଙ୍କୁ ସଠିକ ଚିକିତ୍ସା କରିବା। ସେହିପରି ଜଣେ ଡାକ୍ତର ଚିକିତ୍ସା କରିବା ସମୟରେ କିଏ ଧନୀ ଆଉ କିଏ ଗରିବ ତାକୁ ବିଚାର କରିବା କରିପାରିବ ନାହିଁ। ସମସ୍ତ ରୋଗୀଙ୍କୁ ସବୁଠାରୁ ଭଲ ମେଡିସିନ ଯୋଗାଇଦେବା ରାଜ୍ୟ ସରକାରଙ୍କ ସାମ୍ବିଧାନିକ କର୍ତ୍ତବ୍ୟ ଅଟେ। ଡାକ୍ତର ମାନେ ଯଦି ଏକ ର୍ନିଦ୍ଦିଷ୍ଟ ଔଷଧ ଲେଖନ୍ତି ଏବଂ ଏହା ଦ୍ୱାରା ଯଦି ଫାର୍ମା କମ୍ପାନୀ ଲାଭବାନ ହେଉଛି ସେଥିପାଇଁ ଡାକ୍ତରଙ୍କୁ ଦାୟୀ କରାଯାଇ ପାରିବ ନାହିଁ ବୋଲି କୋର୍ଟ ରାୟ ରେ ସ୍ପଷ୍ଟ କରିଛନ୍ତି। ଏହି କ୍ରମରେ ଡାକ୍ତର ଦମ୍ପତିଙ୍କ ବିରୋଧରେ ରୁଜୁ ଭିଜିଲାନ୍ସ ମାମଲାକୁ ହାଇକୋର୍ଟ ରଦ୍ଦ କରିଦେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ରକ୍ତଦାନ ମହାପୁଣ୍ୟ, ଏହି ଉକ୍ତିର ଯଥାର୍ଥତା ପ୍ରତିପାଦନ କରିଛନ୍ତି ତେଲଙ୍ଗାନାର ଭି. ରାମକୃଷ୍ଣ ରେଡ୍ଡୀ। ସେ ୩୦ ବର୍ଷ ଧରି ରକ୍ତଦାନ କାର୍ଯ୍ୟକ୍ରମକୁ ସଫଳତାର ସହ ସଞ୍ଚାଳନ…

ଐତିହାସିକ ବିସ୍ମୃତିର ନବପର୍ବ

ଗୋଟିଏ ମୂର୍ତ୍ତି। ଅତୀତର ଗର୍ଭରେ ବିଲୀନ ହୋଇଯାଇଥିବା ମହେଞ୍ଜୋଦାରୋ ସଭ୍ୟତାର ସାମାଜିକ ଓ ସାଂସ୍କୃତିକ ଜୀବନଧାରା ସମ୍ପର୍କରେ ଯେଉଁ ଯତ୍‌କିଞ୍ଚତ୍ତ୍‌ ଧାରଣା ଏବେ ଆମେ ପାଇଛେ, ସେଥିରେ…

ଅବସର ଘୋଷଣା କଲେ ନେମାର, ଫିଫା ବିଶ୍ୱକପ୍‌ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ…

ବ୍ରାସିଲିଆ,୬ା୭: ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ନେଇଛନ୍ତି ବ୍ରାଜିଲର ଷ୍ଟାର୍‌ ଖେଳାଳି ନେମାର। ଫିଫା ବିଶ୍ୱକପ୍‌ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ ନେମାର ଏହି ଅବସର ଘୋଷଣା କରିଛନ୍ତି।…

ଚାକିରିରୁ ରିଜାଇନ ଦେଲେ ଭୁବନେଶ୍ୱର ଡିସିପି, କହିଲେ ଏହି କାରଣରୁ…

ଭୁବନେଶ୍ୱର,୬ା୭: ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଚାକିରିରୁ ରିଜାଇନ ଦେଇଛନ୍ତି। ବ୍ୟକ୍ତିଗତ କାରଣରୁ ସେ ଚାକିରି ଛାଡ଼ିଦେଇଥିବା କହିଛନ୍ତି। ଡିସିପି ଜଗମୋହନ ୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଫିସର…

ସକାଳୁ ସକାଳୁ ଚମ୍ପୁଆରେ ଏନ୍‌କାଉଣ୍ଟର, ଅପରାଧୀଙ୍କ ନାମରେ ରହିଛି…

କେନ୍ଦୁଝର,୬ା୭(ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ପୋଲିସ ସୋମବାର ଚମ୍ପୁଆ ଥାନା ଅନ୍ତର୍ଗତ ପତଳା ଜଙ୍ଗଲରେ ଜଣେ ଅପରାଧୀଙ୍କୁ ଏନ୍‌କାଉଣ୍ଟର କରିଥିବା ଜଣା ପଡ଼ିଛି। ସେ ଆହତ ହୋଇ…

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ସାରା ରାଜ୍ୟରେ ବର୍ଷା ବିତ୍ପାତ: ବଦଳିଗଲା ସ୍ମାର୍ଟସିଟି ଭୁବନେଶ୍ୱରର ଚିତ୍ର, ଜୀବନଯାତ୍ରା…

ଭୁବନେଶ୍ୱର,୬ା୭(ବନ୍ଦନା ସେଠୀ): ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ସାଧାରଣ ଜୀବନଯାତ୍ରାକୁ ଗୁରୁତର ପ୍ରଭାବିତ କରିଛି। ତିନିଦିନର ଲଗାଣ ବର୍ଷାରେ ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁ…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri