ଶ୍ରୀଲଙ୍କାରେ ମଧ୍ୟବର୍ତ୍ତିକାଳୀନ ବଜେଟ ଉପସ୍ଥାପନ, ଭାରତ-ଚାଇନା ହସ୍ତକ୍ଷେପରୁ ଦୂରେଇ ରହିବାକୁ ରାଷ୍ଟ୍ରପତିଙ୍କ ପରାମର୍ଶ…

କଲମ୍ବୋ, ୩୦।୮ : ଶ୍ରୀଲଙ୍କାର ରାଷ୍ଟ୍ରପତି ରାନିଲ ଓ୍ବିକ୍ରମସିଂଘେ ମଙ୍ଗଳବାର କହିଛନ୍ତି ଯେ ଆନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମଏଫ) ସହିତ ଏକ ବେଲଆଉଟ୍‌ ପ୍ୟାକେଜ ଉପରେ ଆଲୋଚନା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏହା ସହିତ ସେ ସଂସଦରେ ମଧ୍ୟବର୍ତ୍ତୀକାଳୀନ ବଜେଟ ଉପସ୍ଥାପନ କରିଛନ୍ତି। ଯାହା ଦ୍ୱାରା ରାଜସ୍ବ ବୃଦ୍ଧି ତଥା ଦେଶର ସବୁଠାରୁ ଖରାପ ଅର୍ଥନୈତିକ ସଙ୍କଟରେ ପୀଡିତ ଲୋକଙ୍କୁ ସହାୟତା ଯୋଗାଇ ଦିଆଯାଇ ପାରିବ। ରାଷ୍ଟ୍ରପତି ୱିକ୍ରେମସିଂଘେ ମଧ୍ୟ ଦେଶର ଅର୍ଥମନ୍ତ୍ରୀ ଭାବେ କାର୍ଯ୍ୟ କରୁଛନ୍ତି। ସେ ସଂସଦକୁ କହିଛନ୍ତି ଯେ ମଧ୍ୟବର୍ତ୍ତୀ ବଜେଟ ଦେଶରେ ଆର୍ଥିକ ଢାଞ୍ଚା ବଦଳାଇବା ପାଇଁ ମୂଳଦୁଆ ପକାଇବ।

ସେ କହିଛନ୍ତି ଯେ ଆମ ଦେଶକୁ ଋଣ ସହାୟତା ପ୍ରଦାନ କରୁଥିବା ପ୍ରମୁଖ ଦେଶମାନଙ୍କ ସହ ଋଣ ପୁନର୍ଗଠନ ଉପରେ ଆଲୋଚନା କରାଯିବ। ମିଳିତ ଜାତିସଂଘ, ପ୍ରମୁଖ ଆନ୍ତର୍ଜାତୀୟ ସଂଗଠନଗୁଡ଼ିକର ସହଯୋଗରେ ଖାଦ୍ୟ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ଏକ କାର୍ଯ୍ୟକ୍ରମ ଆରମ୍ଭ କରାଯାଉଛି। ଏକ ଆଇଏମଏଫ ଟିମ ବର୍ତ୍ତମାନ ଶ୍ରୀଲଙ୍କାରେ ରହି ଏହି ବେଲଆଉଟ୍‌ କାର୍ଯ୍ୟକ୍ରମ ବିଷୟରେ ଆଲୋଚନା କରିବାକୁ ଯାଉଛନ୍ତି, ଯାହା ଦେଶର ସାଂପ୍ରତିକ ଅର୍ଥନୈତିକ ସଙ୍କଟର ପ୍ରତିକାର ହୋଇପାରେ।

ଦେଶର ସବୁଠାରୁ ଖରାପ ଅର୍ଥନୈତିକ ସଙ୍କଟକୁ ମୁକାବିଲା କରିବା ଏବଂ ଶକ୍ତିଶାଳୀ ଅର୍ଥବ୍ୟବସ୍ଥାକୁ ହସ୍ତକ୍ଷେପର ସାଧନ ରୂପେ ବ୍ୟବହାର ନକରିବା ପାଇଁ ଶ୍ରୀଲଙ୍କା ରାଷ୍ଟ୍ରପତି ମଙ୍ଗଳବାର ସମସ୍ତ ଦଳଙ୍କୁ ଏକତା ସରକାରରେ ଯୋଗ ଦେଇ ମିଳିତ ଭାବେ କାର୍ଯ୍ୟ କରିବାକୁ ନିବେଦନ କରିଛନ୍ତି। ଦେଶର ହମ୍ବନଟୋଟା ବନ୍ଦରରେ ଏକ ଉଚ୍ଚ-ବୈଷୟିକ ଚାଇନାର ଜାହାଜକୁ ନେଇ ଭାରତ ଏବଂ ଚାଇନା ମଧ୍ୟରେ କଥାବାର୍ତ୍ତା ପରେ କିଛି ଦିନ ପରେ ତାଙ୍କର ଏହି ମନ୍ତବ୍ୟ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

ଇରାନ-ଆମେରିକା ଯୁଦ୍ଧ ଭିତରେ ପଶିଲା ଚାଇନା, କହିଦେଲା ଏତେ ବଡ଼ କଥା, ଟ୍ରମ୍ପ ଛାନିଆ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଚାଇନା ଇରାନ ବିରୁଦ୍ଧରେ ଆମେରିକାର ଆକ୍ରମଣକୁ ନିନ୍ଦା କରିଛି। ଚାଇନା ସ୍ପଷ୍ଟ ଭାବରେ କହିଛି ଯେ ଇରାନ ବିରୁଦ୍ଧରେ ସାମରିକ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଜରୁରୀକାଳୀନ ପରିସ୍ଥିତି, ସ୍ମାର୍ଟ ଲକଡାଉନ୍‌… ଇରାନ ଯୁଦ୍ଧ ଯୋଗୁ ଘୋର ସଙ୍କଟରେ ଏହି ସବୁ ଦେଶ

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ସଂଘର୍ଷ ଆଉ ଏହି ତିନୋଟି ଦେଶ ମଧ୍ୟରେ ସୀମିତ ନାହିଁ। ତେଲ ଏବଂ ଗ୍ୟାସ ଯୋଗାଣରେ ବାଧା…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri