Posted inଜାତୀୟ

କାର୍ଯ୍ୟକାରୀ ପ୍ରଧାନ ବିଚାରପତି ଭାବେ ନିଯୁକ୍ତ ହେଲେ ଜଷ୍ଟିସ ଭିପିନ ସାଙ୍ଗୀ

ନୂଆଦିଲ୍ଲୀ,୧୧।୩: ଦିଲ୍ଲୀ ହାଇକୋର୍ଟର କାର୍ଯ୍ୟକାରୀ ପ୍ରଧାନ ବିଚାରପତି ଭାବେ ନିଯୁକ୍ତ ହେଲେ ଜଷ୍ଟିସ ଭିପିନ ସାଙ୍ଗୀ। ପ୍ରଧାନ ବିଚାରପତି ଡି.ଏନ୍‌ ପଟେଲଙ୍କ ଅବସର ପରେ ଶୁକ୍ରବାର ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ନିଯୁକ୍ତ କରିଛନ୍ତି। ଦିଲ୍ଲୀ ହାଇକୋର୍ଟର ବରିଷ୍ଠ ବିଚାରପତିି ଭିପିନ ସାଙ୍ଗୀ ମାର୍ଚ୍ଚ ୧୩ରୁ କାର୍ଯ୍ୟକାରୀ ପ୍ରଧାନ ବିଚାରପତି ଭାବେ କାର୍ଯ୍ୟ ଆରମ୍ଭ କରିବେ। ଜଷ୍ଟିସ ସାଙ୍ଗି ପ୍ରଥମେ ବରିଷ୍ଠ ଆଇନଜୀବୀ ମୁକୁଲ ରୋହତଗିଙ୍କ କାର୍ଯ୍ୟାଳୟରେ କାର୍ଯ୍ୟ କରୁଥିଲେ। ୧୯୯୦-୯୧ରେ ସେ କେନ୍ଦ୍ର ସରକାରୀ ପ୍ୟାନେଲର ଆଇନଜୀବୀ ଭାବେ ନିଯୁକ୍ତ ହୋଇ କାର୍ଯ୍ୟ ସମ୍ପାଦନ କରିଥିଲେ। ସେହିପରି ଭାରତର ସର୍ବୋଚ୍ଚ ନ୍ୟାୟାଳୟ ସୁପ୍ରିମକୋର୍ଟରେ ମଧ୍ୟ ତାଙ୍କୁ କେନ୍ଦ୍ର ସରକାରୀ ପ୍ୟାନେଲର ଆଇନଜୀବୀ ଭାବେ ନିଯୁକ୍ତ କରାଯାଇଥିଲା। ଅନ୍ୟପଟେ ୨୦୦୫ ଡିସେମ୍ବରରେ ଦିଲ୍ଲୀ ହାଇକୋର୍ଟଙ୍କ ଦ୍ୱାରା ଜଷ୍ଟିସ ସାଙ୍ଗୀଙ୍କୁ ବରିଷ୍ଠ ଆଇନଜୀବୀ ଭାବରେ ନିଯୁକ୍ତ କରାଯାଇଥିଲା। ଏତଦ୍‌ ବ୍ୟତୀତ ୨୦୦୬ ମେ’ ୨୯ରୁ ଦିଲ୍ଲୀ ହାଇକୋର୍ଟର ଅତିରିକ୍ତ ବିଚାରପତି ଏବଂ ୨୦୦୮ ଫେବୃଆରୀ ୧୧ରେ ତାଙ୍କୁ ବିଚାରପତି ଭାବେ ନିଯୁକ୍ତ କରାଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?