ଶେହଓ୍ବାଜଙ୍କୁ ଶପଥ ପାଠ କରାଇବେନି ରାଷ୍ଟ୍ରପତି

ଇସ୍‌ଲାମାବାଦ୍‌,୧୧।୪: ପାକିସ୍ତାନରେ ମାସକରୁ ଲାଗିରହିଥିବା ରାଜନୈତିକ ସଙ୍କଟର ଏବେ ଅବସାନ ଘଟିଛି। ସୋମବାରରୁ ପାକିସ୍ତାନରେ ଶେହଓ୍ବାଜଙ୍କ ଯୁଗ ଆରମ୍ଭ ହୋଇଛି। ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫଙ୍କ ଭାଇ ତଥା ପିଏମ୍‌ଏଲ୍‌-ଏନ୍‌ର ଅଧ୍ୟକ୍ଷ ଶେହଓ୍ବାଜ ଶରିଫଙ୍କୁ ପାକିସ୍ତାନର ନୂତନ ପ୍ରଧାନମନ୍ତ୍ରୀ ଭାବେ ଚୟନ କରାଯାଇଛି। ରାତି ସାଢ଼େ ୮ଟାରେ ଶେହଓ୍ବାଜ ଶପଥ ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଥିଲା। କିନ୍ତୁ ଶପଥ ଗ୍ରହଣରେ ବର୍ତ୍ତମାନ ଏକ ଟୁଇଷ୍ଟ ଆସିଯାଇଛି। ଦେଶର ରାଷ୍ଟ୍ରପତି ଆରିଫ ଅଲଓ୍ବି ଶେହଓ୍ବାଜଙ୍କୁ ଶପଥ ଗ୍ରହଣ କରାଇବାର ଥିଲା। କିନ୍ତୁ ଆରିଫ୍‌ ଅଲଓ୍ବିଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ସେ ଛୁଟିରେ ପଳେଇ ଯାଇଛନ୍ତି। ତେଣୁ ସେ ଦେଶର ନୂତନ ପ୍ରଧାନମନ୍ତ୍ରୀଙ୍କୁ ଶପଥ ପାଠ କରାଇପାରିବେ ନାହିଁ। ତେବେ ଶୁଣିବାକୁ ମିଳିଛି ଯେ, ସିନେଟର ଅଧ୍ୟକ୍ଷ ସାଦିକ ସଞ୍ଜରାନି ଶେହଓ୍ବାଜଙ୍କୁ ଶପଥ ପାଠ କରାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ନବ ନିଯୁକ୍ତ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧିତ କଲା କଂଗ୍ରେସ

କର୍ଲାମୁଣ୍ଡା:୧୪।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତ ବିଜାପାଟିଠାରେ କଂଗ୍ରେସ ଦଳର ନବ ନିଯୁକ୍ତ କର୍ମକର୍ତ୍ତାଙ୍କ ଉଦ୍ଦେଶ୍ୟରେ ଏକ ସମ୍ବର୍ଦ୍ଧନା ସଭା ଶନିବାର…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ଲକ୍ଷ ଲକ୍ଷ ଟଙ୍କା ଠକେଇ: ଜୟଦୂର୍ଗା ଫାଉଣ୍ଡେସନ ଅଧ୍ୟକ୍ଷା ଗିରଫ

ହାଟଡିହୀ,୧୪।୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ସୁରେଶରୀ ସାଗରିକା ଜେନା ନାମ୍ନୀ ଜଣେ ମହିଳାଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ସହାୟତାରେ ଖଣ୍ଡଗିରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri