ରାଇରଙ୍ଗପୁରରେ ପହଞ୍ଚିଲେ ରାଷ୍ଟ୍ରପତି

ରାଇରଙ୍ଗପୁର,୧୯।୬: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ପ୍ରତିକୂଳ ପାଗ ଯୋଗୁ ରାଷ୍ଟ୍ରପତି ମୁର୍ମୁ ପଶ୍ଚିମବଙ୍ଗ କଲାଇକୁଣ୍ଡାରୁ ସଡ଼କ ପଥରେ ଆସି ଶୁକ୍ରବାରେ ସନ୍ଧ୍ୟାରେ ରାଇରଙ୍ଗପୁରରେ ପହଞ୍ଚିଛନ୍ତି। ନିର୍ଦ୍ଧାରିତ ସମୟର ପ୍ରାୟ ୨ ଘଣ୍ଟା ବିଳମ୍ବରେ ସେ ପହଞ୍ଚିଛନ୍ତି।

୨୦ତାରିଖ ଶନିବାର ଜନ୍ମମାଟିରେ ସେ ତାଙ୍କ ଜନ୍ମଦିନ ପାଳନ କରିବେ। ଏହିଦିନ ରାଜ୍ୟ ସରକାରଙ୍କ ୨ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୟୂରଭଞ୍ଜ ଜିଲା ଗସ୍ତରେ ଆସୁଛନ୍ତି। ଏଥିଲାଗି ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି।

Share