Posted inଜାତୀୟ

ବେଲୁର ମଠରେ ରାଷ୍ଟ୍ରପତି…

କୋଲକାତା,୨୮।୩ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ବେଲୁର ମଠ ପରିଦର୍ଶନ କରିଛନ୍ତି। ଶ୍ରୀ ଶ୍ରୀ ଠାକୁର ରାମକୃଷ୍ଣ ପରମହଂସ ଏବଂ ମା ଶାରଦା ଦେବୀଙ୍କର ଦର୍ଶନ କରିଥିଲେ। ରାଷ୍ଟ୍ରପତି ମଠର ମୁଖ୍ୟ ମନ୍ଦିର ସହିତ ସ୍ବାମୀ ବିବେକାନନ୍ଦଙ୍କ କୋଠରୀ ପରିଦର୍ଶନ କରିଥିଲେ ଯେଉଁଠାରେ ସ୍ବାମୀଜୀ ଧ୍ୟାନ କରୁଥିଲେ। ରାଷ୍ଟ୍ରପତି ଦୁଇ ଦିନିଆ ଗସ୍ତରେ ପଶ୍ଚିମବଙ୍ଗକୁ ଆସିଛନ୍ତି। ମଙ୍ଗଳବାର ହେଉଛି ରାଷ୍ଟ୍ରପତିଙ୍କ ଗସ୍ତର ଦ୍ୱିତୀୟ ଦିନ।

ରାଷ୍ଟ୍ରପତିଙ୍କୁ ମିଶନର ମହାସଚିବ ସ୍ବାମୀ ସୁବିରନ୍ଦାଜୀ ମହାରାଜ ସ୍ବାଗତ କରିଥିଲେ। ଉନବିଂଶ ଶତାବ୍ଦୀର ଶେଷ ଭାଗରେ ସ୍ବାମୀ ବିବେକାନନ୍ଦଙ୍କ ଦ୍ୱାରା ପ୍ରତିଷ୍ଠିତ ରାମକୃଷ୍ଣ ମିଶନର ବିଶ୍ୱସ୍ତରୀୟ ମୁଖ୍ୟାଳୟ ଏହି କମ୍ପ୍ଲେକ୍ସର ସ୍ଥାପତ୍ୟ ହିନ୍ଦୁ, ଇସଲାମ, ଖ୍ରୀଷ୍ଟିଆନ ଏବଂ ବୌଦ୍ଧ କଳାର ମିଶ୍ରଣ ପାଇଁ ଉଲ୍ଲେଖନୀୟ। ରାଷ୍ଟ୍ରପତି ସମଗ୍ର କ୍ୟାମ୍ପସ ପରିଦର୍ଶନ କରିଥିଲେ। ରାଷ୍ଟ୍ରପତିଙ୍କ ଗସ୍ତ ଏବଂ ସୁରକ୍ଷାକୁ ଦୃଷ୍ଟିରେ ରଖି ସମସ୍ତ ପରିଦର୍ଶକଙ୍କ ପାଇଁ ମଙ୍ଗଳବାର ସକାଳେ ଏହି ମଠ କିଛି ସମୟ ପାଇଁ ବନ୍ଦ ରହିଥିଲା। କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ରାଷ୍ଟ୍ରପତି ପୂର୍ବାହ୍ନ ୯ଟାରେ ବେଲୁର ମଠ ପାଇଁ କୋଲକାତା ଛାଡିଥିଲେ । ସେଠାରେ ସେ ଅଧ ଘଣ୍ଟା ରହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

ବ୍ରିଟିଶ ରାଜ ପରିବାରକୁ ଲଜ୍ଜା, ପୂର୍ବତନ ରାଜକୁମାର ଗିରଫ

ନୂଆଦିଲ୍ଲୀ,୧୯ା୨: ବ୍ରିଟେନର ରାଜା ଚାର୍ଲସଙ୍କ ସାନ ଭାଇ ତଥା ପୂର୍ବତନ ରାଜକୁମାର ଆଣ୍ଡ୍ର୍ୟୁ ମାଉଣ୍ଟବ୍ୟାଟେନ-ୱିଣ୍ଡସର ଗୁରୁବାର ଗିରଫ ହୋଇଛନ୍ତି। ସରକାରୀ ପଦବୀରେ ଥାଇ ଅସଦାଚରଣ ବା କ୍ଷମତାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri