ଧନୁଯାତ୍ରାର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ଭୁବନେଶ୍ୱର,୩ା୧: ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଶୁକ୍ରବାର ଆରମ୍ଭ ହେବ। ପରମ୍ପରା ଦୃଷ୍ଟିରୁ ବିଗତ ବର୍ଷ ଭଳି ଏଥର ବରଗଡ଼ ଲୋକ ସଭା ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ ବରଗଡ଼ ବିଧାୟକ ଅଶ୍ୱିନୀ ଷଡ଼ଙ୍ଗୀ ସନ୍ଧ୍ୟା ୭ଟାରେ ହାଟପଦାସ୍ଥିତ ରାଜ ଦରବାରରେ ଧନୁଯାତ୍ରା ମହୋତ୍ସବକୁ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ଏହି ପରିପ୍ରେକ୍ଷୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବରଗଡ଼ ଧନୁଯାତ୍ରା ଅବସରରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏପରିକି ଧନୁଯାତ୍ରାର ସଫଳ ଆୟୋଜନ ପାଇଁ ରାଷ୍ଟ୍ରପତି କାମନା କରିଛନ୍ତି।

ଜାନୁଆରୀ ୧୩ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ। ଏହି ୧୧ ଦିନ ଅବଧି ମଧ୍ୟରେ ବରଗଡ଼ରେ କଂସ ଶାସନ ଚାଲିବ। ବରଗଡ଼ ସହର ମଥୁରାନଗରୀ ଏବଂ ଅମ୍ବାପାଲି ଗୋପପୁର ପାଲଟିବ। ଉଭୟ ସ୍ଥାନ ମଧ୍ୟରେ ପ୍ରବାହିତ ଜୀରାନଦୀ ଯମୁନା ହେବ। ତେବେ ବିଗତ ବର୍ଷ ଭଳି ଏଥର ମଧ୍ୟ ମହୋତ୍ସବର ପ୍ରଥମ ୭ଦିନ ହାଟପଦାରେ ର୍ନିମିତ ମଞ୍ଚ ଏବଂ ଶେଷ ୪ଦିନ ଲୋକମଣ୍ଡପ ପଡ଼ିଆରେ ର୍ନିମିତ ମଞ୍ଚ ରାଜ ଦରବାର ପାଲଟିବ। ଅନ୍ୟପଟେ ପ୍ରଥମ ୭ଦିନ ଲୋକମଣ୍ଡପ ପଡ଼ିଆ ଏବଂ ଶେଷ ୪ଦିନ ହାଟପଦାରେ ର୍ନିମିତ ମଞ୍ଚରେ ରଙ୍ଗ ମହଲ ଦୃଶ୍ୟାଭିନୟ ଅଭିନୀତ ହେବ।

ଧନୁଯାତ୍ରା ମହୋତ୍ସବକୁ ଅନ୍ୟବର୍ଷ ଅପେକ୍ଷା ଏଥର ଅଧିକ ଆକର୍ଷଣୀୟ କରିବାର ପ୍ରୟାସ କରାଯାଇଛି। ସ୍ଥାନୀୟ ହାଟପଦାରେ ରାଜ ଦରବାର ଏବଂ ନିଶାମଣି ସ୍କୁଲ ସମ୍ମୁଖ ଲୋକମଣ୍ଡପ ପଡ଼ିଆରେ ସୁଦୃଶ୍ୟ ରଙ୍ଗ ମହଲ ର୍ନିମିତ ହୋଇଛି। ସହରର ପ୍ରମୁଖ ପ୍ରବେଶ ଦ୍ୱାରଗୁଡ଼ିକ ନିକଟରେ ଆକର୍ଷଣୀୟ ସ୍ବାଗତ ତୋରଣ ମଧ୍ୟ ର୍ନିମାଣ କରାଯାଇଛି।

ସେହିପରି ଧନୁଯାତ୍ରା ମହୋତ୍ସବକୁ ସ୍ବାଗତ କରିବା ପାଇଁ ଶୁକ୍ରବାର ଅପରାହ୍ନ ୨ଟାରୁ ସାଂସ୍କୃତିକ ଶୋଭାଯାତ୍ରା ସହର ପରିକ୍ରମା କରି ଗ୍ରାମ୍ୟଦେବୀ ସମଲେଶ୍ୱରୀଙ୍କ ମନ୍ଦିର ଅଭିମୁଖେ ଯିବ। ସେଠାରେ ପୂଜାର୍ଚ୍ଚନା ପରେ ଏକ ବର୍ଣ୍ଣାଢ଼୍ୟ ଶୋଭାଯାତ୍ରା ସ୍ଥାନୀୟ ହାଟପଦାସ୍ଥିତ ରାଜ ଦରବାରକୁ ପହଞ୍ଚିବ ଏବଂ ଶୋଭାଯାତ୍ରା ପହଞ୍ଚିବା ପରେ ଧନୁଯାତ୍ରା ମହୋତ୍ସବ ଉଦ୍‌ଘାଟନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri