Posted inଜାତୀୟ

ମହିଳା ସଂରକ୍ଷଣ ବିଲ୍‌ ଉପରେ ରାଷ୍ଟ୍ରପତି କହିଲେ ନାହିଁ

ନୂଆଦିଲ୍ଲୀ, ୮।୨: ପାର୍ଲାମେଣ୍ଟର ସେଣ୍ଟ୍ରାଲ ହଲ୍‌ରେ ଜାନୁୟାରୀ ୩୧ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣ ସହ ବଜେଟ ଅଧିବେଶନ ଆରମ୍ଭ ହୋଇଥିଲା। ରାଷ୍ଟ୍ରପତି ଲୋକ ସଭା ଓ ରାଜ୍ୟ ସଭା ସଦସ୍ୟମାନଙ୍କୁ ସମ୍ବୋଧିତ କରି କେନ୍ଦ୍ର ସରକାରଙ୍କ ଅନେକ ସଫଳତାର ଗୁଣଗାନ କରିଥିଲେ। କିନ୍ତୁ ବିଜୁ ଜନତା ଦଳ ପକ୍ଷରୁ ବାରମ୍ବାର ଦାବି ହୋଇ ଆସୁଥିବା ମହିଳା ସଂରକ୍ଷଣ ବିଲ୍‌ ସମ୍ପର୍କରେ ପଦୁଟିଏ ମଧ୍ୟ କହିନାହାନ୍ତି। ଏହାକୁ ନେଇ ଓଡ଼ିଶାର ଶାସକ ଦଳ ଅସନ୍ତୋଷ ବ୍ୟକ୍ତ କରିଛି। ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ବେଳେ ବିଜେଡି ଏମ୍‌ପି ପିନାକୀ ମିଶ୍ର ଓ ସସ୍ମିତ ପାତ୍ର ମଙ୍ଗଳବାର ଏହି ପ୍ରସଙ୍ଗ ଉଠାଇଛନ୍ତି। ଉଭୟେ କହିଛନ୍ତି, ମହିଳା ରିଜର୍ଭେଶନ୍‌ ବିଲ୍‌ ଆଗତ ପାଇଁ ଓଡ଼ିଶା ଦୀର୍ଘଦିନ ଧରି ଦାବି କରିଆସୁଅଛି। ଏହି ବିଲ୍‌ ଏକଦଶନ୍ଧିରୁ ଊର୍ଦ୍ଧ୍ୱ ସମୟ ହେଲା ଶୀତଳ ଭଣ୍ଡାରରେ ପଡ଼ିରହିଛି। ରାଷ୍ଟ୍ରପତି ମୁର୍ମୁ ମହିଳା ସଶକ୍ତୀକରଣ ଉପରେ ଲମ୍ବା ଚଉଡ଼ା ଭାଷଣ ଦେଲେ। ହେଲେ ମହିଳା ସଂରକ୍ଷଣ ବିଲ୍‌ ତାଙ୍କ ଭାଷଣରେ ସ୍ଥାନିତ ହୋଇ ନ ଥିଲା। ଏହି ବିଲ୍‌କୁ ଏଯାଏ କାହିଁକି ପାର୍ଲାମେଣ୍ଟରେ ଗୃହୀତ କରାଯାଇ ନାହିଁ ବୋଲି ସସ୍ମିତ ପ୍ରଶ୍ନ କରିଛନ୍ତି। ପୁରୀ ଏମ୍‌ପି ପିନାକୀ ମିଶ୍ର ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ଭରସାଅଯୋଗ୍ୟ ଦସ୍ତାବିଜ ଭାବେ ଅବିହିତ କରି ତହିଁରେ ମିଛ ଭରି ରହିଥିବା କହିଛନ୍ତି। ପ୍ରକାଶ ଯେ, ମହିଳା ସଂରକ୍ଷଣ ବିଲ୍‌ ୨୦୧୦ରେ ରାଜ୍ୟ ସଭାରେ ଗୃହିତ ହୋଇଥିଲା। କିନ୍ତୁ ପଞ୍ଚଦଶ ଲୋକ ସଭାରେ ଏହା ପାରିତ ନ ହୋଇ ରହିଯାଇଥିଲା। ଏହି ସମ୍ବିଧାନ ସଂସୋଧନ ବିଲ୍‌ ପଞ୍ଚଦଶ ଲୋକ ସଭା ଅବଧି ଶେଷ ହେବା ପରେ ସ୍ବତଃ ଅକାମୀ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri