Posted inଜାତୀୟ

ମହିଳା ସଂରକ୍ଷଣ ବିଲ୍‌ ଉପରେ ରାଷ୍ଟ୍ରପତି କହିଲେ ନାହିଁ

ନୂଆଦିଲ୍ଲୀ, ୮।୨: ପାର୍ଲାମେଣ୍ଟର ସେଣ୍ଟ୍ରାଲ ହଲ୍‌ରେ ଜାନୁୟାରୀ ୩୧ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣ ସହ ବଜେଟ ଅଧିବେଶନ ଆରମ୍ଭ ହୋଇଥିଲା। ରାଷ୍ଟ୍ରପତି ଲୋକ ସଭା ଓ ରାଜ୍ୟ ସଭା ସଦସ୍ୟମାନଙ୍କୁ ସମ୍ବୋଧିତ କରି କେନ୍ଦ୍ର ସରକାରଙ୍କ ଅନେକ ସଫଳତାର ଗୁଣଗାନ କରିଥିଲେ। କିନ୍ତୁ ବିଜୁ ଜନତା ଦଳ ପକ୍ଷରୁ ବାରମ୍ବାର ଦାବି ହୋଇ ଆସୁଥିବା ମହିଳା ସଂରକ୍ଷଣ ବିଲ୍‌ ସମ୍ପର୍କରେ ପଦୁଟିଏ ମଧ୍ୟ କହିନାହାନ୍ତି। ଏହାକୁ ନେଇ ଓଡ଼ିଶାର ଶାସକ ଦଳ ଅସନ୍ତୋଷ ବ୍ୟକ୍ତ କରିଛି। ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ବେଳେ ବିଜେଡି ଏମ୍‌ପି ପିନାକୀ ମିଶ୍ର ଓ ସସ୍ମିତ ପାତ୍ର ମଙ୍ଗଳବାର ଏହି ପ୍ରସଙ୍ଗ ଉଠାଇଛନ୍ତି। ଉଭୟେ କହିଛନ୍ତି, ମହିଳା ରିଜର୍ଭେଶନ୍‌ ବିଲ୍‌ ଆଗତ ପାଇଁ ଓଡ଼ିଶା ଦୀର୍ଘଦିନ ଧରି ଦାବି କରିଆସୁଅଛି। ଏହି ବିଲ୍‌ ଏକଦଶନ୍ଧିରୁ ଊର୍ଦ୍ଧ୍ୱ ସମୟ ହେଲା ଶୀତଳ ଭଣ୍ଡାରରେ ପଡ଼ିରହିଛି। ରାଷ୍ଟ୍ରପତି ମୁର୍ମୁ ମହିଳା ସଶକ୍ତୀକରଣ ଉପରେ ଲମ୍ବା ଚଉଡ଼ା ଭାଷଣ ଦେଲେ। ହେଲେ ମହିଳା ସଂରକ୍ଷଣ ବିଲ୍‌ ତାଙ୍କ ଭାଷଣରେ ସ୍ଥାନିତ ହୋଇ ନ ଥିଲା। ଏହି ବିଲ୍‌କୁ ଏଯାଏ କାହିଁକି ପାର୍ଲାମେଣ୍ଟରେ ଗୃହୀତ କରାଯାଇ ନାହିଁ ବୋଲି ସସ୍ମିତ ପ୍ରଶ୍ନ କରିଛନ୍ତି। ପୁରୀ ଏମ୍‌ପି ପିନାକୀ ମିଶ୍ର ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ଭରସାଅଯୋଗ୍ୟ ଦସ୍ତାବିଜ ଭାବେ ଅବିହିତ କରି ତହିଁରେ ମିଛ ଭରି ରହିଥିବା କହିଛନ୍ତି। ପ୍ରକାଶ ଯେ, ମହିଳା ସଂରକ୍ଷଣ ବିଲ୍‌ ୨୦୧୦ରେ ରାଜ୍ୟ ସଭାରେ ଗୃହିତ ହୋଇଥିଲା। କିନ୍ତୁ ପଞ୍ଚଦଶ ଲୋକ ସଭାରେ ଏହା ପାରିତ ନ ହୋଇ ରହିଯାଇଥିଲା। ଏହି ସମ୍ବିଧାନ ସଂସୋଧନ ବିଲ୍‌ ପଞ୍ଚଦଶ ଲୋକ ସଭା ଅବଧି ଶେଷ ହେବା ପରେ ସ୍ବତଃ ଅକାମୀ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳୀ କୂଳରେ ଝଲସୁଛି କାଶତଣ୍ଡି, ଧରାପୃଷ୍ଠକୁ ଆସିବେ ଜଗତଜନନୀ

କଲ୍ୟାଣସିଂହପୁର,୨୩ା୯(ଦୀପକ କୁମାର ପରିଡା ): ​ପ୍ରକୃତିର କୋଳରେ ଏବେ ଉତ୍ସବର ଋତୁ । ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବେଲକନା ଗାଁ ନିକଟସ୍ଥ ନାଗାବଳୀ ନଦୀ…

ଗଞ୍ଜାମ ଜିଲାରେ ଲଗାଣ ବର୍ଷା; ମା’ ତାରାତାରିଣୀ ପାହାଡ଼ରୁ ଧସିଲା ମାଟି ଆତଡା-ପଥର ଖଣ୍ଡ

ପୁରୁଷୋତ୍ତମପୁର,୨୩ା୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦୁଇଦିନ ହେଲା ବର୍ଷା ଲାଗିରହିଛି । ଏହାର ପ୍ରଭାବରେ ଦକ୍ଷିଣ…

ଫୁଲୁଛି ତାମ୍ପରା ହ୍ରଦ, ତୁରନ୍ତ ଗେଟ୍‌ ଲଗାଇବାକୁ ଚାଷୀଙ୍କ ଦାବି

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଛତ୍ରପୁର ଏବଂ ଏହାର ଆଖପାଖ ଅଞ୍ଚଳରେ ତୁହାକୁତୁହା ବର୍ଷା ଲାଗିରହିଛି। ଛତ୍ରପୁର ଉପକଣ୍ଠରେ ଥିବା ତାମ୍ପରା…

IMD ଡିଜିଙ୍କ ବଡ଼ ସୂଚନା; ଆହୁରି ୨ ଦିନ ଛେଚିବ ବର୍ଷା, ଆଜି ରାତିରେ ଦକ୍ଷିଣ ଓଡ଼ିଶାରେ ହେବ….

ଭୁବନେଶ୍ବର,୨୩ା୯: ଗଭୀର ଅବପାତର ଗତି ନେଇ ବଡ଼ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଗଭୀର ଅବପାତର ଗତି ମନ୍ଥର ରହିଛି, ସେଥିପାଇଁ ବର୍ଷାର…

୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ବିଷୟରେ ବଡ଼ ବୟାନ ଦେଲେ କୋଚ, କହିଲେ,‘ମୁଁ ତାଙ୍କୁ ଅପେକ୍ଷା କରିଛି…’

ନୂଆଦିଲ୍ଲୀ,୨୩।୯: ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଭାରତୀୟ କ୍ରିକେଟ ଟିମ ସହିତ ଜାପାନରେ ଅଛନ୍ତି। ସେ ୨୦୨୬ ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରୁଛନ୍ତି ଏବଂ ସେଠାରେ ତାଙ୍କର…

କଳାହାଣ୍ଡିରେ ପ୍ରବଳ ବର୍ଷା; ଗୁରୁବାର ସବୁ ସ୍କୁଲ ଛୁଟି, NH୨୬ରେ ଗଛ ପଡିବାରୁ ରାସ୍ତା ଜାମ୍

ଭବାନୀପାଟଣା ୨୩।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଯୋଗୁଁ ମଙ୍ଗଳବାର ଠାରୁ କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେଉଛି । ଏହି…

୨୦୨୭ ବିଶ୍ୱକପ ବିଷୟରେ ଉଲ୍ଲେଖ କରି ବିରାଟ-ରୋହିତଙ୍କ ସମ୍ପର୍କରେ ବଡ଼ ବୟାନ ଦେଲେ ରିଙ୍କୁ ସିଂହ, କହିଲେ…

ନୂଆଦିଲ୍ଲୀ,୨୩।୯: ଭାରତୀୟ ଟି-୨୦ ଦଳର ଷ୍ଟାର୍‌ ବ୍ୟାଟର ରିଙ୍କୁ ସିଂହ, ଦଳର ଦୁଇ ପ୍ରମୁଖ ଖେଳାଳି ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

‘ପରାଜୟ ପରେ ECI ଉପରେ ଆକ୍ରମଣ’ SIR-ନିର୍ବାଚନ ଆୟୋଗ ବିବାଦ ଉପରେ ଆସିଲା ଭାଜପାର ପ୍ରଥମ ପ୍ରତିକ୍ରିୟା

ନୂଆଦିଲ୍ଲୀ,୨୩।୯: ନିର୍ବାଚନ ଆୟୋଗଙ୍କୁ ନେଇ ସୃଷ୍ଟି ହୋଇଥିବା ବିବାଦ ଉପରେ ଭାଜପା ନିଜର ପ୍ରଥମ ପ୍ରତିକ୍ରିୟା ରଖିଛି। ବିରୋଧୀଙ୍କ ଅଭିଯୋଗର ଜବାବ ଦେଇ ଭାଜପା ଏମପି ସମ୍ବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?