ଜନ୍ମଦିନରେ ପିଲାଙ୍କୁ ଚକୋଲେଟ ବାଣ୍ଟିଲେ ରାଷ୍ଟ୍ରପତି: ଘରୁ ବାହାରିବାବେଳେ…

ବାରିପଦା,୨୦।୬: ଆଜି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିନ। ଏହି ଅବସରରେ ସେ ନିଜ ଜନ୍ମମାଟି ମୟୁରଭଞ୍ଜରେ ଅଛନ୍ତି। ସକାଳୁ ସକାଳୁ ଘରୁ ବାହାରିବାବେଳେ ପିଲାମାନେ ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଥିଲେ। ରାଷ୍ଟ୍ରପତି ପିଲାଙ୍କୁ ଚକୋଲେଟ ଦେଲେ। ଏହାପରେ ରାଷ୍ଟ୍ରପତି ମହୁଲଡ଼ିହା ଘରୁ ବାହାରି ପାହାଡ଼ପୁର ଅଭିମୁଖେ ଯାଇଥିଲେ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରାଇରଙ୍ଗପୁର ଗସ୍ତରେ ଆସିବେ। ଏହି ସମୟରେ ରାଷ୍ଟ୍ରପତି ମଧ୍ୟ ଉପସ୍ଥିତ ରହିବେ। ପୂର୍ବାହ୍ନ ୧୧ଟା୧୫ ସମୟରେ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ ପାହାଡ଼ପୁର ଗ୍ରାମ ପରିଦର୍ଶନ କରିବେ। ଏହା ପରେ ଉଭୟ ପବିତ୍ର ସାନ୍ତାଳୀ ଜାହେରା ଏବଂ ହୋ ଜାହେରା, ଦକ୍ଷତା କେନ୍ଦ୍ର ଏବଂ ପାହାଡ଼ପୁର ସ୍କୁଲରେ ପ୍ରାର୍ଥନା କରିବେ। ଅପରାହ୍ନ ୧ଟାରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ରାଇରଙ୍ଗପୁରରେ ଓଡ଼ିଶା ସରକାରଙ୍କ ୨ ବର୍ଷ ପୂର୍ତ୍ତି ଅବସରରେ ଏକ କାର୍ଯ୍ୟକ୍ରମରେ ଯୋଗଦେବେ। ଏହି କାର୍ଯ୍ୟକ୍ରମର ବିଷୟବସ୍ତୁ ରହିଛି ‘ବିକାଶର ଧାରା, ଓଡ଼ିଶା ସାରା’। କାର୍ଯ୍ୟକ୍ରମ ସମୟରେ ୪୭,୬୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ ହେବ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଜନସାଧାରଣଙ୍କୁ ସମ୍ବୋଧନ ମଧ୍ୟ କରିବେ। ଏହି କାର୍ଯ୍ୟକ୍ରମ ସମୟରେ, ଶକ୍ତି, ଶିଳ୍ପ ଭିତ୍ତିଭୂମି, ସଡ଼କ ସଂଯୋଗୀକରଣ, ପାନୀୟ ଜଳ, ସ୍ବାସ୍ଥ୍ୟ, ଶିକ୍ଷା, ପର୍ଯ୍ୟଟନ ଏବଂ ଜଳସେଚନ ସମେତ ପ୍ରମୁଖ କ୍ଷେତ୍ରର ପ୍ରକଳ୍ପଗୁଡ଼ିକର ଉଦ୍‌ଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରାଯିବ। ଏହି ପ୍ରକଳ୍ପଗୁଡ଼ିକ ସମଗ୍ର ଓଡ଼ିଶାରେ ଭିତ୍ତିଭୂମିକୁ ସୁଦୃଢ଼ କରିବା, ସଂଯୋଗୀକରଣରେ ଉନ୍ନତି ଆଣିବା, ଶକ୍ତି ସୁରକ୍ଷା ବୃଦ୍ଧି କରିବା ଏବଂ ନିଯୁକ୍ତି ସୁଯୋଗ ସୃଷ୍ଟିକରିବ ବୋଲି ଆଶା କରାଯାଉଛି। ପ୍ରଥମ ଥର ପାଇଁ ଓଡ଼ିଶା ଇତିହାସରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ଗୋଟିଏ ମଞ୍ଚରେ ଉପସ୍ଥିତ ରହିବା ସହ ଜନସାଧାରଣଙ୍କୁ ସମ୍ବୋଧିତ କରିବା କାର୍ଯ୍ୟକ୍ରମ ରହିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ଡୁଙ୍ଗୁରିପାଲିରେ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ: ଜବରଦଖଲମୁକ୍ତ ହେଲା ସମବାୟ ସମିତିର ଗୋଦାମ ଗୃହ

ଡୁଙ୍ଗୁରିପାଲି, ୪।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଆଞ୍ଚଳିକ ସମବାୟ ବାଣିଜ୍ୟ ସମିତି ଲିଃ ର ଏକ ପୁରାତନ ଗୋଦାମ ଗୃହକୁ ଦୀର୍ଘ ବର୍ଷ ଧରି ଜବରଦଖଲ…

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା…

ନିୟମିତ ଭାବେ ରାସ୍ତା ଅବରୋଧକୁ କେନ୍ଦ୍ର କରି ମାରପିଟ୍, ଅଭିଯୁକ୍ତ ବାପା-ପୁଅ ଗିରଫ

ବଞ୍ଚୋ, ୪।୮(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ଶିବରାୟଣପୁର ଗ୍ରାମରେ ରାସ୍ତା ଅବରୋଧକୁ କେନ୍ଦ୍ର କରି ଘଟିଥିବା ମାରପିଟ୍ ଘଟଣାରେ ପୋଲିସ ବାପା ଓ ପୁଅଙ୍କୁ ଗିରଫ…

କଳାହାଣ୍ଡି-ନୂଆପଡ଼ା ଲାଇଫ୍ ଲାଇନ୍ ତୁର୍କେଲ ପୋଲ ଅଚଳ: ୧୧ ମାସ ହେଲା ଯୋଗାଯୋଗ ବିଚ୍ଛିନ୍ନ, କଂଗ୍ରେସର ବିଶାଳ ପଦଯାତ୍ରା

ଭବାନୀପାଟଣା, ୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓ ନୂଆପଡ଼ା ଜିଲାର ‘ଲାଇଫ୍ ଲାଇନ୍’ କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ବ୍ରିଜ୍ ବିପଦସଂକୁଳ ହୋଇପଡ଼ିଥିବାରୁ ଗତ ୧୧ ମାସ…

ହାଟଡିହୀରେ ଅଭାବନୀୟ ଚିତ୍ର: ଖଟିଆରେ ଭାଲିଆ ନାଳ ପାର ହେଲେ ରୋଗୀ, ରାସ୍ତା-ପୋଲ ନଥିବାରୁ ଦୁର୍ଦ୍ଦଶାରେ…

ହାଟଡିହୀ, ୪।୮ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କେ. ବାଲିପାଳ ପଞ୍ଚାୟତ ଅନ୍ତର୍ଗତ ମଲ୍ଲିପଶି ଗ୍ରାମକୁ ପକ୍କା ରାସ୍ତା ଏବଂ ନାଳ ଉପରେ ପୋଲ…

ହାଟଡିହୀରେ ମିଳୁନି ସାର: ସମବାୟ ସମିତି ଓ ବିକ୍ରୟ କେନ୍ଦ୍ର ପରିଦର୍ଶନ କଲେ ବିଧାୟକ

ହାଟଡିହୀ/ଛେନାପଦୀ, ୪।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବର୍ତ୍ତମାନ ପ୍ରବଳ ସାର ସଙ୍କଟ ଦେଖାଦେଇଛି। ସମବାୟ ସମିତିରେ ଆବଶ୍ୟକୀୟ ସାର ନ ଥିବାବେଳେ ଖୋଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri