ଓଡ଼ିଶା ବିଧାନସଭାକୁ ସମ୍ବୋଧିତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ବିଧାୟକମାନଙ୍କୁ ଦେଲେ ଏପରି ପରାମର୍ଶ

ଭୁବନେଶ୍ୱର,୨୭ା୧୧: ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ଓଡ଼ିଶା ବିଧାନସଭାକୁ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ସେ ଏହାକୁ ନିଜ ପାଇଁ ଏକ ନିଆରା ତଥା ଐତିହାସିକ ମୁହୂର୍ତ୍ତ ବୋଲି ବର୍ଣ୍ଣନା କରିଛନ୍ତି। ବିଭିନ୍ନ ରାଜ୍ୟର ବିଧାନସଭାକୁ ସମ୍ବୋଧିତ କରିଥିଲେ ମଧ୍ୟ ଓଡ଼ିଶା ବିଧାନସଭାକୁ ସମ୍ବୋଧିତ କରିବା ଏକ ଭିନ୍ନ ଅନୁଭୂତି ବୋଲି ସେ କହିଛନ୍ତି।

ରାଷ୍ଟ୍ରପତି କହିଥିଲେ, “ଆଜି ମୁଁ ଯେଉଁଠି ଅଛି, ତାହାର ଶ୍ରେୟ ଏହି ଗୃହର। ମହାପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ନ ଥିଲେ ମୁଁ ଏଠାରେ ପହଞ୍ଚି ପାରି ନ ଥାନ୍ତି।” ସେ ସ୍ମରଣ କରି କହିଥିଲେ ଯେ ସେ ଏହି ଗୃହରେ ଜଣେ ବିଧାୟିକା ଭାବେ ପ୍ରଶ୍ନ ପଚାରିଛନ୍ତି ଏବଂ ମନ୍ତ୍ରୀ ଭାବେ ପ୍ରଶ୍ନର ଉତ୍ତର ମଧ୍ୟ ଦେଇଛନ୍ତି। ଗ୍ୟାଲେରୀରେ ବସିଥିବା କିଛି ପୂର୍ବତନ ବିଧାୟକଙ୍କ ସହ କାମ କରିଥିବାରୁ ସେ ଆଜି ସେମାନଙ୍କୁ ପାଖରେ ପାଇ ଆବିଭୂତ ହୋଇଥିଲେ।

ରାଷ୍ଟ୍ରପତି ଓଡ଼ିଶାର ଐତିହାସିକ ନୌବାଣିଜ୍ୟ, ଇଂରେଜ ବିରୋଧୀ ଲଢ଼େଇ ଏବଂ କଳିଙ୍ଗ ଚଣ୍ଡାଶୋକକୁ ଧର୍ମାଶୋକ କରିଥିବା ଇତିହାସକୁ ମନେ ପକାଇଥିଲେ। ସେ ମହତାବ ଓ ବିଜୁ ପଟ୍ଟନାୟକଙ୍କ ଭଳି ରାଜ୍ୟର ବହୁ ନିର୍ମାତାଙ୍କୁ ସ୍ମରଣ କରିଥିଲେ। ସେ କହିଥିଲେ ଯେ ଓଡ଼ିଶା ସବୁ ପ୍ରକାର ସମ୍ବଳରେ ପରିପୂର୍ଣ୍ଣ। ତେଣୁ ଓଡ଼ିଶାକୁ ଏକ ଅଗ୍ରଣୀ ପ୍ରଦେଶରେ ପରିଣତ କରାଯାଇପାରିବ। ସେ ବିଧାୟକମାନଙ୍କୁ ୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଗଠନ କରିବାକୁ ଆହ୍ୱାନ ଦେଇଥିଲେ ଏବଂ ଓଡ଼ିଶାର ପ୍ରଗତିକୁ ଜୀବନର ବ୍ରତ ଭାବେ ଗ୍ରହଣ କରିବାକୁ ପରାମର୍ଶ ଦେଇଥିଲେ।

ବିଧାୟକମାନଙ୍କୁ ପରାମର୍ଶ ଦେଇ ରାଷ୍ଟ୍ରପତି କହିଥିଲେ ଯେ ପ୍ରଜାମାନେ ଅନେକ ସ୍ୱପ୍ନ ନେଇ ଆପଣଙ୍କୁ ପଠାଇଛନ୍ତି ଏବଂ ସେମାନଙ୍କ ମୁହଁରେ ହସ ଫୁଟାଇବା ଆପଣଙ୍କର କର୍ତ୍ତବ୍ୟ। ଏହା ସହିତ ସେ ଗୃହର ମର୍ଯ୍ୟାଦା ରକ୍ଷା କରିବାକୁ କହିଥିଲେ। “ଗୃହରେ ଆପଣଙ୍କ ଉଚ୍ଚାରଣ ଓ ଆଚରଣ ଭଲ ରହିବା ଉଚିତ, କାରଣ ଆଜିର ଟେକ୍ନୋଲୋଜି ଜରିଆରେ ତାହା ସମସ୍ତେ ଦେଖୁଛନ୍ତି।”

ସେ ଖୁସି ବ୍ୟକ୍ତ କରିଥିଲେ ଯେ ଓଡ଼ିଶା ବିଧାନସଭାରେ ନାରୀଙ୍କ ପ୍ରତିନିଧିତ୍ୱ ବଢ଼ିଛି ଏବଂ ଆଜି ଜଣେ ମହିଳା ବାଚସ୍ପତି ଏହି ଗୃହକୁ ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧ କୋଟି ୧୨…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

୧୨ ମାର୍ଚ୍ଚରେ ଯୁଦ୍ଧକୁ ନେଇ ବଡ଼ ଘୋଷଣା କରିବେ ଟ୍ରମ୍ପ! ୩ୟ ବିଶ୍ୱଯୁଦ୍ଧ ନେଇ…

ଓ଼୍ବାଶିଂଟନ୍‌,୭।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗତ ବର୍ଷ ୧୨ ଦିନିଆ ଯୁଦ୍ଧ ସମୟରେ “ବିନା ସର୍ତ୍ତରେ ଆତ୍ମସମର୍ପଣ” ବାକ୍ୟାଂଶ ପୋଷ୍ଟ କରିଥିଲେ, ଯାହା ମାତ୍ର ଛଅ…

ସହକାରୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ୭ ସ୍ଥାନରେ ଏକକାଳୀନ ଚଢ଼ାଉ

ଡେରାବିଶ, ୭/୩ (ବେବର୍ତ୍ତା ଅଜୟ ଦାସ): ଆୟ ବହିର୍ଭୁତ ସମ୍ପତ୍ତି ଥିବା ଅଭିଯୋଗରେ କେନ୍ଦ୍ରାପଡା ଜିଲ୍ଲା ଜଳ ସମ୍ପଦ ବିଭାଗ ଅଧିନ ଛତା ସବ ଡିଭିଜନର ସହକାରୀ…

୨ ଦିନ ପ୍ରବଳ ବର୍ଷିବ, ୪୦-ରୁ ୫୦ କିମି ବେଗରେ ବହିବ ପବନ: ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୭ା୩(ବନ୍ଦନା ସେଠୀ):ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ଗ୍ରାଷ୍ମପ୍ରବାହ ଜାରି ରହିଛି। ସକାଳୁ ପ୍ରବଳ ଖରା ସହ ମଧ୍ୟାହ୍ନରୁ ଝାଞ୍ଜି ପବନ ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ଇତିମଧ୍ୟରେ ପାରଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri