ଓଡ଼ିଶା ବିଧାନସଭାକୁ ସମ୍ବୋଧିତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ବିଧାୟକମାନଙ୍କୁ ଦେଲେ ଏପରି ପରାମର୍ଶ

ଭୁବନେଶ୍ୱର,୨୭ା୧୧: ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ଓଡ଼ିଶା ବିଧାନସଭାକୁ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ସେ ଏହାକୁ ନିଜ ପାଇଁ ଏକ ନିଆରା ତଥା ଐତିହାସିକ ମୁହୂର୍ତ୍ତ ବୋଲି ବର୍ଣ୍ଣନା କରିଛନ୍ତି। ବିଭିନ୍ନ ରାଜ୍ୟର ବିଧାନସଭାକୁ ସମ୍ବୋଧିତ କରିଥିଲେ ମଧ୍ୟ ଓଡ଼ିଶା ବିଧାନସଭାକୁ ସମ୍ବୋଧିତ କରିବା ଏକ ଭିନ୍ନ ଅନୁଭୂତି ବୋଲି ସେ କହିଛନ୍ତି।

ରାଷ୍ଟ୍ରପତି କହିଥିଲେ, “ଆଜି ମୁଁ ଯେଉଁଠି ଅଛି, ତାହାର ଶ୍ରେୟ ଏହି ଗୃହର। ମହାପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ନ ଥିଲେ ମୁଁ ଏଠାରେ ପହଞ୍ଚି ପାରି ନ ଥାନ୍ତି।” ସେ ସ୍ମରଣ କରି କହିଥିଲେ ଯେ ସେ ଏହି ଗୃହରେ ଜଣେ ବିଧାୟିକା ଭାବେ ପ୍ରଶ୍ନ ପଚାରିଛନ୍ତି ଏବଂ ମନ୍ତ୍ରୀ ଭାବେ ପ୍ରଶ୍ନର ଉତ୍ତର ମଧ୍ୟ ଦେଇଛନ୍ତି। ଗ୍ୟାଲେରୀରେ ବସିଥିବା କିଛି ପୂର୍ବତନ ବିଧାୟକଙ୍କ ସହ କାମ କରିଥିବାରୁ ସେ ଆଜି ସେମାନଙ୍କୁ ପାଖରେ ପାଇ ଆବିଭୂତ ହୋଇଥିଲେ।

ରାଷ୍ଟ୍ରପତି ଓଡ଼ିଶାର ଐତିହାସିକ ନୌବାଣିଜ୍ୟ, ଇଂରେଜ ବିରୋଧୀ ଲଢ଼େଇ ଏବଂ କଳିଙ୍ଗ ଚଣ୍ଡାଶୋକକୁ ଧର୍ମାଶୋକ କରିଥିବା ଇତିହାସକୁ ମନେ ପକାଇଥିଲେ। ସେ ମହତାବ ଓ ବିଜୁ ପଟ୍ଟନାୟକଙ୍କ ଭଳି ରାଜ୍ୟର ବହୁ ନିର୍ମାତାଙ୍କୁ ସ୍ମରଣ କରିଥିଲେ। ସେ କହିଥିଲେ ଯେ ଓଡ଼ିଶା ସବୁ ପ୍ରକାର ସମ୍ବଳରେ ପରିପୂର୍ଣ୍ଣ। ତେଣୁ ଓଡ଼ିଶାକୁ ଏକ ଅଗ୍ରଣୀ ପ୍ରଦେଶରେ ପରିଣତ କରାଯାଇପାରିବ। ସେ ବିଧାୟକମାନଙ୍କୁ ୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଗଠନ କରିବାକୁ ଆହ୍ୱାନ ଦେଇଥିଲେ ଏବଂ ଓଡ଼ିଶାର ପ୍ରଗତିକୁ ଜୀବନର ବ୍ରତ ଭାବେ ଗ୍ରହଣ କରିବାକୁ ପରାମର୍ଶ ଦେଇଥିଲେ।

ବିଧାୟକମାନଙ୍କୁ ପରାମର୍ଶ ଦେଇ ରାଷ୍ଟ୍ରପତି କହିଥିଲେ ଯେ ପ୍ରଜାମାନେ ଅନେକ ସ୍ୱପ୍ନ ନେଇ ଆପଣଙ୍କୁ ପଠାଇଛନ୍ତି ଏବଂ ସେମାନଙ୍କ ମୁହଁରେ ହସ ଫୁଟାଇବା ଆପଣଙ୍କର କର୍ତ୍ତବ୍ୟ। ଏହା ସହିତ ସେ ଗୃହର ମର୍ଯ୍ୟାଦା ରକ୍ଷା କରିବାକୁ କହିଥିଲେ। “ଗୃହରେ ଆପଣଙ୍କ ଉଚ୍ଚାରଣ ଓ ଆଚରଣ ଭଲ ରହିବା ଉଚିତ, କାରଣ ଆଜିର ଟେକ୍ନୋଲୋଜି ଜରିଆରେ ତାହା ସମସ୍ତେ ଦେଖୁଛନ୍ତି।”

ସେ ଖୁସି ବ୍ୟକ୍ତ କରିଥିଲେ ଯେ ଓଡ଼ିଶା ବିଧାନସଭାରେ ନାରୀଙ୍କ ପ୍ରତିନିଧିତ୍ୱ ବଢ଼ିଛି ଏବଂ ଆଜି ଜଣେ ମହିଳା ବାଚସ୍ପତି ଏହି ଗୃହକୁ ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?