ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ବାଗତ କଲେ ରାଜ୍ୟପାଳ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୩ା୮: ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାୟୁସେନାର ସ୍ବତନ୍ତ୍ର ବିମାନରେ ପହଞ୍ଚିଲେ ରାଷ୍ଟ୍ରପତି । ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ବେଳେ ବିମାନବନ୍ଦରରେ ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତିଙ୍କୁ ସ୍ବାଗତ କରିଛନ୍ତି ।

କାର୍ଯ୍ୟକ୍ରମ ଅନୁସାରେ, ଭୁବନେଶ୍ବର ବିମାନ ବନ୍ଦରରୁ ବାହାରି ଲୋକଭବନରେ ପହଞ୍ଚି କିଛି ସମୟ ବିତାଇବେ ରାଷ୍ଟ୍ରପତି । ଏହାପରେ ସଡ଼କ ପଥରେ ଯାଇ କଟକ ଜିଲା ବାଆଁରା ନିକଟ ଜଗଦ୍‌ଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟର ଶୁଭ ଉଦ୍‌ଘାଟନ କରିବେ। ୪ ତାରିଖ ସକାଳେ ରାଷ୍ଟ୍ରପତି ଭୁବନେଶ୍ୱର ରେଳ ଷ୍ଟେଶନରୁ ଟ୍ରେନରେ ବ୍ରହ୍ମପୁରରେ ପହଞ୍ଚିବା ପରେ ସଡ଼କପଥରେ ଗଞ୍ଜାମ ଜିଲାର ତପ୍ତପାଣି ଯାଇ ମା’ କନ୍ଧୁଣୀଦେବୀ ପୀଠରେ ଦର୍ଶନ, ଆଳତି ଏବଂ ବୃକ୍ଷରୋପଣ କାର୍ଯ୍ୟକ୍ରମରେ ଯୋଗଦେବେ। ଆର୍ମି ଏୟାର ଡିଫେନ୍ସ କଲେଜରେ ରାତ୍ର ରହଣି ସହ ବ୍ରହ୍ମପୁର-ଗୋପାଳପୁରସ୍ଥିତ ଧବଳେଶ୍ୱର ମନ୍ଦିର ପରିଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି। ୫ ତାରିଖରେ ରାଷ୍ଟ୍ରପତି ଟ୍ରେନ ଯୋଗେ ଭୁବନେଶ୍ୱର ଫେରିବା ପରେ ସ୍ବତନ୍ତ୍ର ବାୟୁସେନା ବିମାନରେ ନୂଆଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ।
ତେବେ ବ୍ଲ୍ୟୁ-ବୁକ୍‌ ଅନୁସାରେ ରାଷ୍ଟ୍ରପତିଙ୍କ ପାଇଁ ୩ରୁ ୫ ତାରିଖ ଯାଏ ଭୁବନେଶ୍ୱର, କଟକ ଓ ବ୍ରହ୍ମପୁରରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଶହ ଶହ ରୋଗୀ ନିର୍ଭରଶୀଳ: ମାତ୍ର ୨ଟି ବେଡ୍‌ରେ ଚାଲିଛି ଚିକିତ୍ସା

ଗଞ୍ଜାମ,୧୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହର ବଡ଼ବଜାରସ୍ଥିତ ବହୁ ପୁରାତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ଦାବି ଜୋର ଧରିଛି। ରାଜପଥ ପାର୍ଶ୍ୱରେ ଅବସ୍ଥିତ ଏହି…

୬ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କଲେ କାକା: ଘର ପଛପଟକୁ ନେଇ…

ପାଟଣା,୧୯ା୯(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ସମ୍ପର୍କୀୟ କାକା ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ…

ଦୋକାନରୁ ଚୋରି,ଜାଲ ନୋଟ କାରବାର ଅଭିଯୋଗ: ୨ ଅଟକ

ଦେବଗଡ଼, ୧୯।୯: ଦୋକାନରୁ ଚୋରି ଏବଂ ସନ୍ଦିଗ୍ଧ ଜାଲ ନୋଟ ବ୍ୟବହାର ଅଭିଯୋଗରେ ଦେବଗଡ଼ ଜିଲା ବାରକୋଟ ଥାନା ପୋଲିସ ୨ ଜଣଙ୍କୁ ଅଟକ ରଖି ପଚରାଉଚରା…

ସରିଲା ନୂଆଁଖାଇ, ରହିଗଲା ଆବର୍ଜନା: ସହର ସାରା ପରିବେଶ ପ୍ରଦୂଷଣର ବିକଳ ଚିତ୍ର

ବରଗଡ଼,୧୯।୯(ପ୍ରେମାନନ୍ଦ ଖମାରୀ): ଗଣେଶ ପୂଜା ଓ ନୂଆଁଖାଇ ସରି ଯାଇଛି। ଉତ୍ସାହ, ଉଦ୍ଦୀପନା ସହିତ ଲୋକେ ଏହାକୁ ପାଳନ କରିଛନ୍ତି। ହେଲେ ଏହି ପର୍ବ ସରିବା ପରେ…

ନିକିତାଙ୍କୁ ଗ୍ଲୋବାଲ ପାଥ୍‌ଫାଇଣ୍ଡର୍ସ ଆୱାର୍ଡ: ଛୁଟୁଛି ଶୁଭେଚ୍ଛାର ସୁଅ

ପଦ୍ମପୁର,୧୯ା୯(ପ୍ରଦୀପ୍ତ ଦାଶ):ସ୍ଥାନୀୟ ଅଞ୍ଚଳ ମହାବିଦ୍ୟାଳୟର ଛାତ୍ରୀ ନିକିତା ସାହୁ ଗ୍ଲୋବାଲ ଫାଇନାନ୍ସ ଆଣ୍ଡ ଟେକ୍ନୋଲୋଜି ନେଟୱାର୍କ ପକ୍ଷରୁ ପ୍ରଦତ୍ତ ପ୍ରତିଷ୍ଠିତ ‘ଗ୍ଲୋବାଲ ପାଥଫାଇଣ୍ଡର୍ସ ଆୱାର୍ଡ’ ଲାଭ କରି…

ସହକର୍ମୀଙ୍କୁ ବଳାତ୍କାର ଅଭିଯୋଗ: ପରିବହନ ବିଭାଗର ଅତିରିକ୍ତ ସଚିବ ଗିରଫ

ଭୁବନେଶ୍ୱର,୧୯ା୯(ତ୍ରିନାଥ ମହାନ୍ତି): ମହିଳା ସହକର୍ମୀଙ୍କୁ ବଳାତ୍କାର କରିବା ଏବଂ ହତ୍ୟା ଧମକ ଦେବା ଅଭିଯୋଗରେ ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗର ଅତିରିକ୍ତ ସଚିବ ଅରୁଣ କୁମାର…

ସୁନ୍ଦରଗଡରେ ଲଜ୍ଜା: ୭ ବର୍ଷୀୟା ଶିଶୁକନ୍ୟାଙ୍କୁ ବଳାତ୍କାର କଲେ ମାମୁ

ସୁନ୍ଦରଗଡ,୧୯ା୯(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ଗୁରୁଣ୍ଡିଆ ଥାନା ଅଞ୍ଚଳରେ ବୁଧବାର ଅପରାହ୍ନରେ ଜଣେ ୭ବର୍ଷୀୟା ଶିଶୁକନ୍ୟାଙ୍କୁ ତାଙ୍କର ଜଣେ ସମ୍ପର୍କୀୟ ମାମୁ ବଳାତ୍କାର କରିଥିବା ଅଭିଯୋଗ…

ନରାଜ ହେବ ବିଶ୍ୱସ୍ତରୀୟ ସେମି କଣ୍ଡକ୍ଟର ହବ୍‌: ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୯ା୯(ସୁନିତ୍‌ ମିଶ୍ର): ଦେଶର ସେମିକଣ୍ଡକ୍ଟର ମାନଚିତ୍ରରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ ଭାବେ ପ୍ରତିଷ୍ଠା ହାସଲ କରୁଛି। ନୂଆଦିଲ୍ଲୀଠାରେ ଆୟୋଜିତ ‘ସେମିକନ୍‌ ଇଣ୍ଡିଆ ୨୦୨୬’ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?