ମାତ୍ର ୪୨ଖଣ୍ଡ ଭୋଟରେ ଜିତି କେମିତି ବିଧାୟକ ହୋଇଥିଲେ ଦ୍ରୌପଦୀ ମୁର୍ମୁ, ଜାଣନ୍ତୁ ରୋଚକ କଥା

ଭୁବନେଶ୍ୱର,୨୮।୧୧: ଓଡ଼ିଶା ଗସ୍ତରେ ଆସି ଆଜି ଦିଲ୍ଲୀ ଫେରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପ୍ରଥମ ଥର ଓଡ଼ିଶା ବିଧାନସଭାକୁ ସମ୍ବୋଧିତ କରିଥିଲେ ରାଷ୍ଟ୍ରପତି । ଇତିହାସରେ ପ୍ରଥମ ଥର ଦେଶର ରାଷ୍ଟ୍ରପତି, ଓଡ଼ିଶା ବିଧାନସଭା ଅଧିବେଶନକୁ ସମ୍ବୋଧିତ କରିଥିଲେ । କିଛି ସମୟ ପାଇଁ ରାଷ୍ଟ୍ରପତିଙ୍କ ଗହଣରେ ସମସ୍ତେ ଫଟୋ ଉଠାଇଥିଲେ । ରାଜ୍ୟପାଳ, ବାଚସ୍ପତି, ମୁଖ୍ୟମନ୍ତ୍ରୀ, ବିରୋଧ ଦଳ ନେତାଙ୍କ ସହିତ ରାଷ୍ଟ୍ରପତି କଥାବାର୍ତ୍ତା କରୁଥିବାର ଦେଖାଯାଇଥିଲା । ବିଧାନସଭା ପରିସରରେ ଏହି ମୁହୂର୍ତ୍ତ ସମସ୍ତ ସଦସ୍ୟଙ୍କ ପାଇଁ ଅତ୍ୟନ୍ତ ଗର୍ବ ଓ ଗୌରବ ଅନୁଭୂତି ଆଣି ଦେଇଥିଲା ।

ଦିନେ ସେହି ବିଧାନସଭାର ସଦସ୍ୟ ଥିଲେ । ଏବେ ରାଷ୍ଟ୍ରପତି ଭାବେ ବିଧାନସଭାର ପବିତ୍ର ଗୃହରେ ଦ୍ରୌପଦୀ ମୁର୍ମୁଙ୍କ ପାଦ ପଡିଥିଲା । ଏପରିକି ମନ୍ତ୍ରୀ ଥିବା ବେଳେ ସେ ଯେଉଁ ଚାମ୍ବରରେ ବସିଥିଲେ ସେଠାରେ ମଧ୍ୟ କିଛି ସମୟ ବିତାଇଥିଲେ ରାଷ୍ଟ୍ରପତି । ୨୦୦୦ରୁ୨୦୦୯ ପର୍ଯ୍ୟନ୍ତ ବିଧାୟକ ଥିଲେ ଦ୍ରୌପଦୀ ମୁର୍ମୁ । ମେଣ୍ଟ ସରକାରରେ ମନ୍ତ୍ରୀ ମଧ୍ୟ ଥିଲେ । ତେବେ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମାତ୍ର ୪୨ ଖଣ୍ଡ ଭୋଟରେ ଜିତି ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ।

୨୦୦୪ ବିଧାନସଭା ନିର୍ବାଚନରେ ବିଜେପିରୁ ପ୍ରାର୍ଥୀ ହୋଇଥିବା ଦ୍ରୌପଦୀ ମୁର୍ମୁ ମୋଟ ୨୯,୨୯୫ ଖଣ୍ଡ ଭୋଟ ପାଇଥିଲେ । ଆଉ ତାଙ୍କୁ ଟକ୍କର ଦେଉଥିବା ଜେଏମ୍‌ଏମ୍‌ ପ୍ରାାର୍ଥୀ ରାମ ଚନ୍ଦ୍ର ମୁର୍ମୁ ୨୯,୨୫୩ ଖଣ୍ଡ ଭୋଟ ପାଇ ୨ୟ ସ୍ଥାନରେ ରହିଥିଲେ । ଉଭୟଙ୍କ ମଧ୍ୟରେ ଭୋଟ ବ୍ୟବଧାନ ଥିଲା ମାତ୍ର ୪୨ ଖଣ୍ଡ । ସେହି ୪୨ ଖଣ୍ଡ ଭୋଟ ହିଁ ଦ୍ରୌପଦୀ ମୁର୍ମୁଙ୍କୁ ବିଧାନସଭାକୁ ପଠାଇଥିଲା । ଆଉ ସେ ମନ୍ତ୍ରୀ ଭାବେ ମଧ୍ୟ ଦାୟିତ୍ବ ତୁଲାଇଥିଲେ । ଏବେ ସେ ଭାରତର ପ୍ରଥମ ନାଗରିକ ଅର୍ଥାତ ରାଷ୍ଟ୍ରପତି ପଦରେ ରହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ...

ଶୀତୁଆ ରାତିରେ ଶିକ୍ଷକଙ୍କ ଆନ୍ଦୋଳନ: ସରକାର ଦେଲେ ଏମିତି ପ୍ରତିଶ୍ରୁତି

ଭୁବନେଶ୍ୱର, ୮।୧୨(ରବିନାରାୟଣ ଜେନା):ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକମାନଙ୍କ ରଣହୁଙ୍କାରକୁ ରାଜ୍ୟ ସରକାର ଗୁରୁତ୍ୱର ସହ ଗ୍ରହଣ କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗ...

ଏଇ ଭାରତରେ

ବାହାରେ କିମ୍ବା ଘରେ ଅଦରକାରୀ ଜିନିଷ ଠୁଳ ହୋଇ ରହିବା ପ୍ରଦୂଷଣର କାରଣ ପାଲଟୁଛି। ପ୍ରଦୂଷଣ ହ୍ରାସ କରିବା ସକାଶେ ରିସାଇକ୍ଲିଂ ପଦ୍ଧତିରେ ଏଗୁଡ଼ିକର ପୁନଃ...

ପୁଟିନଙ୍କ ପରେ ଭାରତ ଆସିପାରନ୍ତି ଜେଲେନ୍‌ସ୍କି

ନୂଆଦିଲ୍ଲୀ,୮ା୧୨:ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ୨୦୨୬ ଜାନୁଆରୀରେ ଭାରତ ଆସିପାରନ୍ତି। ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତ ପରେ ନୂଆଦିଲ୍ଲୀ ପକ୍ଷରୁ କୂଟନୈତିକ ସନ୍ତୁଳନ ଉଦ୍ୟମ...

କଚ୍ଛପ ଗତି

କୌଣସି କାର୍ଯ୍ୟ ସମ୍ପାଦନରେ ଉଛୁର ହେଲେ, ଲକ୍ଷ୍ୟ ହାସଲରେ ଡେରି ହେଲେ କିମା ନିର୍ଦ୍ଦିଷ୍ଟ ସ୍ଥାନରେ ପହଞ୍ଚିବା ପାଇଁ ବିଳମ୍ବ ଘଟିଲେ ବିଳମ୍ବର କାରଣକୁ କଚ୍ଛପର...

ବାଘ ଆତଙ୍କ ଯୋଗୁ ୫୫ ସ୍କୁଲ ବନ୍ଦ: ଜାଣନ୍ତୁ କେଉଁଠି

ଡେରାଡୁନ୍‌,୮ା୧୨:ଉତ୍ତରାଖଣ୍ଡର ପୌରି ଜିଲାରେ କଲରାପତରିଆ ବାଘ ଆତଙ୍କ ଯୋଗୁ ୫୫ ସ୍କୁଲକୁ ସାମୟିକ ଭାବେ ବନ୍ଦ କରିଦିଆଯାଇଛି। ଉକ୍ତ ସ୍କୁଲଗୁଡ଼ିକର ପିଲାମାନଙ୍କୁ ଅନ୍‌ଲାଇନ ମୋଡ୍‌ରେ ପାଠପଢ଼ା...

ପୁଟିନ୍‌ଙ୍କ ଭାରତ ଗସ୍ତ ଅନ୍ତରାଳେ

ଭାରତକୁ ଆମେରିକା ନାଲିଆଖି ଦେଖାଇ ଟାରିଫ ବୃଦ୍ଧି କରିଛି। ଏହାସହ ଭାରତ-ରଷିଆ ସମ୍ପର୍କକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଘୋର ଅସନ୍ତୁଷ୍ଟ। ଏଭଳି ଏକ...

ଓଡ଼ିଶାରେ ବଢୁଛି ଓ୍ବେଷ୍ଟର୍ନ ପର୍ଯ୍ୟଟକଙ୍କ ସଂଖ୍ୟା: ୫ବର୍ଷରେ ୭ଗୁଣ ବୃଦ୍ଧି

ଭୁବନେଶ୍ୱର,୮୧୨(ରବିନାରାୟଣ ଜେନା):ରାଜ୍ୟର ପର୍ଯ୍ୟଟନ ଭିତ୍ତିଭୂମି ପ୍ରତି ଆକୃଷ୍ଟ ହୋଇ ବିଦେଶରୁ ଆସୁଥିବା ପର୍ଯ୍ୟଟକଙ୍କ ମଧ୍ୟରେ ଓ୍ବେଷ୍ଟର୍ନ ୟୁରୋପ ପର୍ଯ୍ୟଟକଙ୍କ ସଂଖ୍ୟା ଦିନକୁ ଦିନ ବଢୁଛି ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri