ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ’ ପୁସ୍ତକ ଲୋକାର୍ପିତ

ଭୁବନେଶ୍ୱର,୨୬।୯(ବ୍ୟୁରୋ): ଲେଖିକା ତେଜସ୍ବିନୀ ପଣ୍ଡାଙ୍କ ପୁସ୍ତକ ‘ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ’ ଲୋକାର୍ପଣ ଉତ୍ସବ ସ୍ଥାନୀୟ ଏକ ହୋଟେଲରେ ରବିବାର ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ କବି ରକ୍ଷକ ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଛନ୍ତି, ଯେତେବେଳେ ସାହିତ୍ୟ ପ୍ରତି ଯୁବପିଢ଼ି ଆଗ୍ରହୀ ହେଉ ନାହାନ୍ତି ବୋଲି ଶୁଣିବାକୁ ମିଳୁଥିଲା, ସେହି ସମୟରେ ଲେଖିକା ପଣ୍ଡା ଏହି ନିରାଶତାକୁ ଭାଙ୍ଗିଛନ୍ତି। ବିଭିନ୍ନ ତଥ୍ୟ ସଂଗ୍ରହ କରି ସେ ନିଜର ଭାବ ଓ ଭାଷା ମାଧ୍ୟମରେ ପୁସ୍ତକ ଲେଖିଛନ୍ତି। ତାଙ୍କୁ ଶୁଭେଚ୍ଛା ଜଣାଇବା ସହ ଆଗାମୀ ଦିନରେ ସେ ଭାରତର ରାଷ୍ଟ୍ରପତି ହୁଅନ୍ତୁ ବୋଲି କାମନା କରିଥିଲେ। ମୁଖ୍ୟବକ୍ତା ଭାବେ କଥାକାର ଡ. ହିରଣ୍ମୟୀ ମିଶ୍ର ଯୋଗଦେଇ କହିଛନ୍ତି, ଲେଖିକା ପଣ୍ଡା ପୁସ୍ତକରେ ରାଷ୍ଟ୍ରପତି ମୁର୍ମୁଙ୍କୁ ନେଇ ବିଭିନ୍ନ ସମୟର ବିଭିନ୍ନ ନାମ ବଦଳିବା, ଶିକ୍ଷକତା ଓ ଆଦିବାସୀ ଜୀବନ ପାଖପାଖି ସବୁ ଦିଗକୁ ପୁସ୍ତକରେ ସ୍ଥାନ ଦେଇଛନ୍ତି। ପୁସ୍ତକରୁ ଜଣାପଡ଼ୁଛି ସେ ରାଷ୍ଟ୍ରପତିଙ୍କୁ ଅନୁସରଣ କରିବା ସହ ତାଙ୍କ ଦ୍ୱାରା ପ୍ରଭାବିତ ମଧ୍ୟ ହୋଇଛନ୍ତି। ଲେଖିକା ପଣ୍ଡା କହିଛନ୍ତି, ମୋ ବୟସ ମୋଠାରୁ ବଡ଼ ଓ ସାନମାନେ ଦ୍ରୌପଦୀ ମୁର୍ମୁଙ୍କଠାରୁ ପ୍ରେରଣା ପାଆନ୍ତୁ। ସେ ପୁସ୍ତକର ପାଠକୀୟ ସ୍ବୀକୃତି ଆଶା କରିଛନ୍ତି। ପୁସ୍ତକଟି ଟାଇମପାସ୍‌ ଦ୍ୱାରା ପ୍ରକାଶିତ ହୋଇଛି। କାର୍ଯ୍ୟକ୍ରମକୁ ଟାଇମପାସ୍‌ର ନିର୍ଦ୍ଦେଶକ ତଥା ଲେଖକ ସରୋଜ ବଳ ପରିଚାଳନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଲେଖିକାଙ୍କ ବାପା, ମା’ ଓ ଲେଖକ ମନୋରଞ୍ଜନ ହୋତା ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ଅତିଥିମାନେ ପୁସ୍ତକକୁ ଲୋକାର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ରାମ ନବମୀ ପୂର୍ୱରୁ ପୋଲିସର ଫ୍ଲାଗ୍‌ ମାର୍ଚ୍ଚ, ବଢ଼ିଲା ସୁରକ୍ଷା…

କୋରାପୁଟ,୨୬ା୩(ଅମିତାଭ ବେହେରା): ରାମ ନବମୀ ଅବ୍ୟହିତ ପୂର୍ୱରୁ କୋରାପୁଟ ପୋଲିସ ପକ୍ଷରୁ ସହରରେ ଗୁରୁବାର ଫ୍ଲାଗ ମାର୍ଚ୍ଚ କରାଯାଇଛି। ରାମ ନବମୀରେ ଶୁକ୍ରବାର ସହରରେ ୧୦ହଜାର ଊର୍ଦ୍ଧ୍ୱ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…

ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍‌ ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri