ସାନ୍ତାଳି ଭାଷାଭାଷୀ ଲୋକମାନେ ନିଜ ଭାଷାକୁ ଲୋକପ୍ରିୟ କରିବାକୁ ଆହ୍ୱାନ ଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ବାରିପଦା,୨୦।୧୧: ସାନ୍ତାଳି ଭାଷାଭାଷି ଲୋକମାନେ ପ୍ରଥମେ ନିଜ ଭାଷାକୁ ଭଲ ପାଆନ୍ତୁ ଏବଂ ଏହାକୁ ଲୋକପ୍ରିୟ କରିବା ପାଇଁ କାର୍ଯ୍ୟ କରନ୍ତୁ ବୋଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି। ତିନିଦିନିଆ ଓଡ଼ିଶା ଗସ୍ତର ପ୍ରଥମ ଦିନରେ ଆଜି ମୁର୍ମୁ ବାରିପଦାରେ ଅଖିଳ ଭାରତୀୟ ସାନ୍ତାଳି ଲେଖକ ସଂଘର ୩୬ତମ ବାର୍ଷିକ ସମ୍ମିଳନୀ ଓ ସାହିତ୍ୟ ମହୋତ୍ସବକୁ ଉଦ୍‌‌ଘାଟନ କରି ଏହା କହିଛନ୍ତି। ସାନ୍ତାଳି ଲୋକଙ୍କ ସମୃଦ୍ଧ ଇତିହାସ, ପରମ୍ପରା ଓ ଭାଷାର ରକ୍ଷଣାବେକ୍ଷଣ ପାଇଁ କଠିନ ପରିଶ୍ରମ କରୁଥିବାରୁ ସେ ସାନ୍ତାଳି ଭାଷାର ଲେଖକ ମାନଙ୍କୁ ପ୍ରଶଂସା କରିଛନ୍ତି।

ତିନିଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ମୁର୍ମୁ ଆଜି ପୂର୍ବାହ୍ନରେ ବାୟୁସେନାର ସ୍ୱତନ୍ତ୍ର ବିମାନରେ ବାରିପଦାର ପୁଲିସ ପଡ଼ିଆରେ ପହଞ୍ଚିବା ପରେ ସେଠାରେ ତାଙ୍କୁ ରାଜ୍ୟପାଳ ରଘୁବର ଦାସ, କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ଓ ରାଜସ୍ୱ ମନ୍ତ୍ରୀ ସୁଦାମ ମାର୍ଣ୍ଡି ସ୍ୱାଗତ କରିଥିଲେ। ଆଜି ଅପରାହ୍ଣରେ
ମୟୂରଭଞ୍ଜ ଜିଲ୍ଲାର କୁଳିଅଣାଠାରେ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟକୁ ରାଷ୍ଟ୍ରପତି ଲୋକାର୍ପଣ କରିଥିଲେ।

ଆସନ୍ତାକାଲି ରାଷ୍ଟ୍ରପତିଙ୍କୁ ମୟୂରଭଞ୍ଜର ପାହାଡପୁର ଗ୍ରାମବାସୀ ପୂର୍ବାହ୍ଣରେ ସ୍ୱାଗତ କରିବେ। ସେଠାରେ ରାଷ୍ଟ୍ରପତି ସ୍ୱର୍ଗତ ଶ୍ୟାମ ଚରଣ ମୁର୍ମୁଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଦେବେ। ପରେ ସେ ପ୍ରୟାସ ଟ୍ରଷ୍ଟ ଦ୍ୱାରା ନିର୍ମିତ ଏକ ଦକ୍ଷତା ବିକାଶ କେନ୍ଦ୍ର ଉଦ୍‌‌ଘାଟନ କରିବେ। କାଲି ସକାଳେ
ସେ ଏସ୍ଏଲଏସ୍ ଟ୍ରଷ୍ଟ ସ୍କୁଲର ଛାତ୍ରଛାତ୍ରୀ, ଗ୍ରାମବାସୀ ଓ ସଂପର୍କୀୟଙ୍କୁ ସମ୍ବୋଧିତ କରିବେ।

ରାଷ୍ଟ୍ରପତି ଆସନ୍ତାକାଲି ବାଦାମପାହାଡ଼ ରେଳଷ୍ଟେସନରୁ ତିନୋଟି ନୂଆ ଟ୍ରେନ୍ ଚଳାଚଳର ଶୁଭାରମ୍ଭ କରିବେ। ରାଷ୍ଟ୍ରପତିଙ୍କ ନୂଆ ରାଇରଙ୍ଗପୁର ଡାକ ଡିଭିଜନ ଉଦଘାଟନ କରାଯିବାର କାର୍ଯ୍ୟକ୍ରମ ରହିଛି। ସେ ମଧ୍ୟ ରାଇରଙ୍ଗପୁର ଡାକ ଡିଭିଜନର ଏକ ସ୍ମାରକୀ ଲଫାପା ଜାରି କରିବେ। ଏଥିସହିତ ବାଦାମପାହାଡ଼ ରେଳଷ୍ଟେସନର ପୁନର୍ବିକାଶ ପାଇଁ ଶିଳାନ୍ୟାସ କରିବେ। ପରେ ପରେ ସେ ବାଦାମପାହାଡ଼-ଶାଲିମାର ଏକ୍ସପ୍ରେସରେ ବାଦାମପାହାଡ଼ ଠାରୁ ରାଇରଙ୍ଗପୁର ପର୍ଯ୍ୟନ୍ତ ଯାତ୍ରା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri