ସାନ୍ତାଳି ଭାଷାଭାଷୀ ଲୋକମାନେ ନିଜ ଭାଷାକୁ ଲୋକପ୍ରିୟ କରିବାକୁ ଆହ୍ୱାନ ଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ବାରିପଦା,୨୦।୧୧: ସାନ୍ତାଳି ଭାଷାଭାଷି ଲୋକମାନେ ପ୍ରଥମେ ନିଜ ଭାଷାକୁ ଭଲ ପାଆନ୍ତୁ ଏବଂ ଏହାକୁ ଲୋକପ୍ରିୟ କରିବା ପାଇଁ କାର୍ଯ୍ୟ କରନ୍ତୁ ବୋଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି। ତିନିଦିନିଆ ଓଡ଼ିଶା ଗସ୍ତର ପ୍ରଥମ ଦିନରେ ଆଜି ମୁର୍ମୁ ବାରିପଦାରେ ଅଖିଳ ଭାରତୀୟ ସାନ୍ତାଳି ଲେଖକ ସଂଘର ୩୬ତମ ବାର୍ଷିକ ସମ୍ମିଳନୀ ଓ ସାହିତ୍ୟ ମହୋତ୍ସବକୁ ଉଦ୍‌‌ଘାଟନ କରି ଏହା କହିଛନ୍ତି। ସାନ୍ତାଳି ଲୋକଙ୍କ ସମୃଦ୍ଧ ଇତିହାସ, ପରମ୍ପରା ଓ ଭାଷାର ରକ୍ଷଣାବେକ୍ଷଣ ପାଇଁ କଠିନ ପରିଶ୍ରମ କରୁଥିବାରୁ ସେ ସାନ୍ତାଳି ଭାଷାର ଲେଖକ ମାନଙ୍କୁ ପ୍ରଶଂସା କରିଛନ୍ତି।

ତିନିଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ମୁର୍ମୁ ଆଜି ପୂର୍ବାହ୍ନରେ ବାୟୁସେନାର ସ୍ୱତନ୍ତ୍ର ବିମାନରେ ବାରିପଦାର ପୁଲିସ ପଡ଼ିଆରେ ପହଞ୍ଚିବା ପରେ ସେଠାରେ ତାଙ୍କୁ ରାଜ୍ୟପାଳ ରଘୁବର ଦାସ, କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ଓ ରାଜସ୍ୱ ମନ୍ତ୍ରୀ ସୁଦାମ ମାର୍ଣ୍ଡି ସ୍ୱାଗତ କରିଥିଲେ। ଆଜି ଅପରାହ୍ଣରେ
ମୟୂରଭଞ୍ଜ ଜିଲ୍ଲାର କୁଳିଅଣାଠାରେ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟକୁ ରାଷ୍ଟ୍ରପତି ଲୋକାର୍ପଣ କରିଥିଲେ।

ଆସନ୍ତାକାଲି ରାଷ୍ଟ୍ରପତିଙ୍କୁ ମୟୂରଭଞ୍ଜର ପାହାଡପୁର ଗ୍ରାମବାସୀ ପୂର୍ବାହ୍ଣରେ ସ୍ୱାଗତ କରିବେ। ସେଠାରେ ରାଷ୍ଟ୍ରପତି ସ୍ୱର୍ଗତ ଶ୍ୟାମ ଚରଣ ମୁର୍ମୁଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଦେବେ। ପରେ ସେ ପ୍ରୟାସ ଟ୍ରଷ୍ଟ ଦ୍ୱାରା ନିର୍ମିତ ଏକ ଦକ୍ଷତା ବିକାଶ କେନ୍ଦ୍ର ଉଦ୍‌‌ଘାଟନ କରିବେ। କାଲି ସକାଳେ
ସେ ଏସ୍ଏଲଏସ୍ ଟ୍ରଷ୍ଟ ସ୍କୁଲର ଛାତ୍ରଛାତ୍ରୀ, ଗ୍ରାମବାସୀ ଓ ସଂପର୍କୀୟଙ୍କୁ ସମ୍ବୋଧିତ କରିବେ।

ରାଷ୍ଟ୍ରପତି ଆସନ୍ତାକାଲି ବାଦାମପାହାଡ଼ ରେଳଷ୍ଟେସନରୁ ତିନୋଟି ନୂଆ ଟ୍ରେନ୍ ଚଳାଚଳର ଶୁଭାରମ୍ଭ କରିବେ। ରାଷ୍ଟ୍ରପତିଙ୍କ ନୂଆ ରାଇରଙ୍ଗପୁର ଡାକ ଡିଭିଜନ ଉଦଘାଟନ କରାଯିବାର କାର୍ଯ୍ୟକ୍ରମ ରହିଛି। ସେ ମଧ୍ୟ ରାଇରଙ୍ଗପୁର ଡାକ ଡିଭିଜନର ଏକ ସ୍ମାରକୀ ଲଫାପା ଜାରି କରିବେ। ଏଥିସହିତ ବାଦାମପାହାଡ଼ ରେଳଷ୍ଟେସନର ପୁନର୍ବିକାଶ ପାଇଁ ଶିଳାନ୍ୟାସ କରିବେ। ପରେ ପରେ ସେ ବାଦାମପାହାଡ଼-ଶାଲିମାର ଏକ୍ସପ୍ରେସରେ ବାଦାମପାହାଡ଼ ଠାରୁ ରାଇରଙ୍ଗପୁର ପର୍ଯ୍ୟନ୍ତ ଯାତ୍ରା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri