Posted inଜାତୀୟ

ପ୍ରଥମ ଟୁଇଟରେ ଦେଶର ବୀର ଯବାନଙ୍କୁ ସଲାମ କଲେ ରାଷ୍ଟ୍ରପତି ମୁର୍ମୁ

ନୂଆଦିଲ୍ଲୀ,୨୬ ।୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସର୍ବୋଚ୍ଚ ସମ୍ବଧାନିକ ପଦ ସମ୍ଭାଳିବା ପରେ ପ୍ରଥମ ଟୁଇଟ କାରଗିଲ ଯୁଦ୍ଧର ବୀର ସୁପୁତ୍ରଙ୍କ ନାମରେ କରିଛନ୍ତି । ଦେଶ ପ୍ରତିବର୍ଷ ୨୬ ଜୁଲାଇରେ କାରଗିଲ ବିଜୟ ଦିବସ ପାଳନ କରିଥାଏ । ଏହି ଅବସରରେ ରାଷ୍ଟ୍ରପତି ମୁର୍ମୁ ତାଙ୍କ ପ୍ରଥମ ଟୁଇଟରେ ଲେଖିଛନ୍ତି, କାରଗିଲ ବିଜୟ ଦିବସ ଆମ ସେନାଙ୍କ ଅସାଧାରଣ ବୀରତା, ପରାକ୍ରମ ଓ ଦୃଢ ସଂକଳ୍ପର ପ୍ରତିକ । ଭାରତ ମାତାର ରକ୍ଷା ପାଇଁ ନୀଜ ପ୍ରାଣବଳୀ ଦେଉଥିବା ସମସ୍ତ ବୀର ସେନାଙ୍କୁ ମୁଁ ସଲମ କରୁଛି । ସମସ୍ତ ଦେଶବାସୀ ସେମାନଙ୍କ ଓ ସେମାନଙ୍କ ପରିବାର ପାଖରେ ଋୁଣି ରହିବେ । ଜୟ ହିନ୍ଦ ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବି କାରଗିଲ ବିଜୟ ଦିବସ ଅବସରରେ ବୀର ଯବାନଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଇଛନ୍ତି । ମୋଦି ଟୁଇଟରେ ଲେଖିଛନ୍ତି କାରଗିଲ ବିଜୟ ଦିବସ ଭାରତ ମାଆର ଗର୍ବ ଓ ଗୌରବର ପ୍ରତିକ । ଏହି ଅବସରରେ ମାତୃଭୂମିର ସୁରକ୍ଷାରେ ପରାକ୍ରମର ପରାକାଷ୍ଠା ଦେଖାଇଥିବା ଦେଶର ସମସ୍ତ ସାହାସି ସୁପୁତ୍ରଙ୍କୁ ମୋର ଶତ ଶତ ପ୍ରଣାମ । ଜୟ ହିନ୍ଦ ।
ଏହାସହ ପ୍ରତୀରକ୍ଷା ମନ୍ତ୍ରୀ ରାଜନାଥ ସିଂ, ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ବି ବୀର ଯବାନଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀ ପୁନରୁଦ୍ଧାର ଦାବି: ପଞ୍ଚାୟତ ଅଫିସରେ ସରପଞ୍ଚଙ୍କୁ ତାଲା ମାରିଲେ ମହିଳା

ଭେଡ଼େନ,୨୫।୫ (ହୃଷିକେଶ ଖମାରୀ): ଦିନକୁ ଦିନ ତାପମାତ୍ରା ବଢ଼ି ଚାଲିଥିବା ବେଳେ ଲୋକେ ଗାଧୋଇବା ଓ ପାନୀୟ ଜଳ ପାଇଁ ଡହଳ ବିକଳ ହେଉଛନ୍ତି । ବରଗଡ଼…

‘ମୃତ ଝିଅ ଅପେକ୍ଷା ଛାଡପତ୍ର ପାଇଥିବା ଝିଅ ଭଲ’, ସୁପ୍ରିମ କୋର୍ଟରେ ଭାବପ୍ରବଣ ହୋଇଗଲେ SG ମେହେଟା

ନୂଆଦିଲ୍ଲୀ,୨୫।୫: ଭୋପାଳରେ ଘଟିଥିବା ବହୁଚର୍ଚ୍ଚିତ ଟ୍ବିଶା ଶର୍ମା ମୃତ୍ୟୁ ମାମଲା ସମ୍ପର୍କରେ ସଲିସିଟର ଜେନେରାଲ (SG)ତୁଷାର ମେହେଟ୍ଟା ଏକ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ କରିଛନ୍ତି। ସୋମବାର (୨୫ ମଇ,…

ବ୍ରିଜ ଉପରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା ଓଲଟି ଲାଗିଗଲା ନିଆଁ, ଡ୍ରାଇଭର ନିଖୋଜ

ରାଉରକେଲା,୨୫ା୫(ସଙ୍ଗୀତା ଜେନା): ରାଉରକେଲାର ନୂତନ ବ୍ରାହ୍ମଣୀ ବ୍ରିଜ୍‌ ଉପରେ ଏକ ବଡ଼ଧରଣର ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ହାଇଓ୍ବା ଓଲଟି ପଡ଼ିବାରୁ ଏଥିରେ ନିଆଁ ଲାଗିଯାଇଥିଲା।…

ଧର୍ମେନ୍ଦ୍ର, ଶିବୁ ସୋରେନଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ, ୬୬ ଜଣଙ୍କୁ ସମ୍ମାନୀତ କରିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୫।୫: ସୋମବାର ସାରେ ରାଷ୍ଟ୍ରପତି ଭବନର ଦରବାର ହଲରେ ପଦ୍ମ ପୁରସ୍କାର ସମାରୋହ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମ ସମୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬୬ଜଣ ବିଶିଷ୍ଟ…

ବୈଶିଙ୍ଗା-ରୁପ୍ସା ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା, ଶିକ୍ଷକ ମୃତ

ବୈଶିଙ୍ଗା,୨୫।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ବଜାର ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଏଥିରେ ବେତନଟୀ ବ୍ଲକ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ…

ପେଟ୍ରୋଲ-ଡିଜେଲର ମୂଲ୍ୟ ବୃଦ୍ଧିକୁ ନେଇ ବର୍ଷିଲେ ରାହୁଲ, ସରକାର ଚୁପଚାପ୍ ପକେଟ…..

ନୂଆଦିଲ୍ଲୀ,୨୫।୫: ସୋମବାର ଦିନ ପୁଣିଥରେ ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପାଇଛି। ମାତ୍ର ୧୦ ଦିନ ମଧ୍ୟରେ ଏହା ଚତୁର୍ଥ ଥର ପାଇଁ ସରକାର…

ଲୋକଙ୍କ ସମସ୍ୟା ଶୁଣିଲେ : ସମସ୍ୟାର ତ୍ବରିତ୍ ସମାଧାନ ନିର୍ଦ୍ଦେଶ ଦେଲେ ଏଡିଏମ୍

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ):  ବରଗଡ଼ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁଙ୍କ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ।…

ଦୁର୍ଘଟଣାକୁ ଡାକୁଛି ବେପରୁଆ ‘ୟୁ-ଟର୍ନ’

କାଏମା,୨୫ା୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ରେଲୱେ ଓଭରବ୍ରିଜ ନିକଟରେ ଥିବା କଟ ପଏଣ୍ଟରେ ଗାଡ଼ିଗୁଡ଼ିକ ନେଉଥିବା ବେପରୁଆ ‘ୟୁ-ଟର୍ନ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri