୬ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ: ବିମାନ ବନ୍ଦରରେ ଭବ୍ୟ ସ୍ୱାଗତ

ଭୁବନେଶ୍ୱର,୨।୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ ଦିନିଆ ଓଡ଼ିଶା ଗସ୍ତରେ ଆସି ସୋମବାର ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ବାୟୁସେନାର ଏକ ସ୍ୱତନ୍ତ୍ର ବିମାନ ଯୋଗେ ସେ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନ ବନ୍ଦରରେ ଅବତରଣ କରିବା ପରେ ତାଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି।

ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିବା ପାଇଁ ବିମାନ ବନ୍ଦରରେ ରାଜ୍ୟପାଳ ହରି ବାବୁ କମ୍ଭମପାଟି ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ରହି ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ଅଭିନନ୍ଦନ ଜଣାଇଥିଲେ। ବିମାନ ବନ୍ଦରରୁ ରାଷ୍ଟ୍ରପତିଙ୍କ କାରକେଡ୍ ସିଧାସଳଖ ଲୋକ ସେବା ଭବନ ଅଭିମୁଖେ ଯାଇଥିଲା। ରାଷ୍ଟ୍ରପତିଙ୍କ ଏହି ଦୀର୍ଘ ଗସ୍ତକୁ ଦୃଷ୍ଟିରେ ରଖି ରାଜଧାନୀରେ ସୁରକ୍ଷା ବ୍ୟବସ୍ଥାକୁ ଅତ୍ୟନ୍ତ କଡ଼ାକଡ଼ି କରାଯାଇଛି।

ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ, ମଙ୍ଗଳବାର ରାଷ୍ଟ୍ରପତି ଯାଜପୁର, ବାଲେଶ୍ୱର ଏବଂ ପୁରୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହି ୬ ଦିନ ମଧ୍ୟରେ ସେ ବିଭିନ୍ନ ସାମାଜିକ ଓ ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବା ସହ ନିଜ ଜନ୍ମମାଟିର ବିଭିନ୍ନ ସ୍ଥାନ ପରିଦର୍ଶନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ମାଉଜର ଦେଖାଇ ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କଠାରୁ ଲକ୍ଷାଧିକ ଟଙ୍କା ଝାମ୍ପିନେଲେ ୪ ଦୁର୍ବୃତ୍ତ

ନନ୍ଦପୁର,୨୦ା୯(ତୁଷାରକାନ୍ତ ମହାନ୍ତି): ପାର୍ବଣ ପୂର୍ବରୁ କୋରାପୁଟ ଜିଲାର ବିଭିନ୍ନ ସ୍ଥାନରେ ଚୋରି ଡକାୟତି ରାହାଜାନି ଘଟଣା ଦିନକୁ ଦିନ ବୃଦ୍ଧି ପାଉଛି। ନନ୍ଦପୁର ଥାନା କ୍ଷେତ୍ର ପାଲିବା…

ଶ୍ରୀଗୁଣ୍ଡିଚା ମନ୍ଦିର ପରିଦର୍ଶନ ସହ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟ ପ୍ରଶାସକ

ପୁରୀ,୨୦ା୯(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷରେ ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ…

ପାରିବାରିକ କଳହର କରୁଣ ପରିଣତି: ସ୍ତ୍ରୀଙ୍କୁ ହତ୍ୟାପରେ, ସ୍ୱାମୀଙ୍କ ଆତ୍ମହତ୍ୟା

ପରଜଙ୍ଗ, ୨୦/୯ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅଧୀନ ଦଦରାଘାଟି ଫାଣ୍ଡି ଅଞ୍ଚଳର ଆଖୁଆପାଳ ପଞ୍ଚାୟତ ଅନ୍ତର୍ଗତ ୩ ନମ୍ବର କଲୋନୀରେ ପାରିବାରିକ କଳହକୁ…

ସିମନବାଡ଼ି ସବ୍‌ଷ୍ଟେସନ କାର୍ଯ୍ୟ ଶେଷକୁ ବିତିଲା ଦୀର୍ଘଦିନ : ଲୋକଙ୍କୁ ମିଳୁନି ସେବା, ବିଭାଗର ଅହେତୁକ ବିଳମ୍ବକୁ ନେଇ ବଢ଼ୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି, ୨୦/୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଦୀର୍ଘଦିନ ହେଲା ୩୩/୧୧ କେଭି ବିଦ୍ୟୁତ ସବ୍‌ଷ୍ଟେସନ ସ୍ଥାପନ କାର୍ଯ୍ୟ ଶେଷ ହୋଇସାରିଛି। ହେଲେ…

ସକାଳୁ ସକାଳୁ ବର୍ଷାକୁ ନେଇ ବଡ଼ ଅପଡେଟ୍‌: ଜାରି ହେଲା ଆଲର୍ଟ, ଓଡ଼ିଶାର ଏହି ଜିଲାରେ…

ଭୁବନେଶ୍ୱର,୨୦ା୯(ସୌମ୍ୟରଞ୍ଜନ ରାଉତ): ଉତ୍ତର ଆଣ୍ଡାମାନ ସାଗର ଓ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଶନିବାର ସାରେ ଲଘୁଚାପର ରୂପ ନେଇଛି। ପଶ୍ଚିମ ଓ ଉତ୍ତର ପଶ୍ଚିମ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?