ନୂଆଦିଲ୍ଲୀ,୧୭।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଜଷ୍ଟିସ ଧନଞ୍ଜୟ ଯଶୱନ୍ତ ଚନ୍ଦ୍ରଚୂଡଙ୍କୁ ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି ଭାବେ ନିଯୁକ୍ତ କରିଛନ୍ତି। ନଭେମ୍ବର ୯ରେ ସେ ଶପଥ ଗ୍ରହଣ କରିବା ସହ କାର୍ଯ୍ୟଭାର ଦାୟିତ୍ୱ ଗ୍ରହଣ କରିବେ। ଏହାପରେ ଚନ୍ଦ୍ରଚୂଡ ଦେଶର ୫୦ତମ ପ୍ରଧାନ ବିଚାରପତି ଭୋବେ ବିବେଚିତ ହେବେ। ତାଙ୍କର କାର୍ଯ୍ୟକାଳ ୨୦୨୪ ନଭେମ୍ବର୧୦ ପର୍ଯ୍ୟନ୍ତ ରହିବ ବୋଲି ଜଣାପଡ଼ିଛି। ସୂଚନା ମୁତାବକ, ଅକ୍ଟୋବର ୧୧ରେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଉଦୟ ଉମେଶ ଲଲିତ ତାଙ୍କ ଉତ୍ତରାଧିକାରୀ ଭାବେ କେନ୍ଦ୍ର ସରକାରଙ୍କୁ ଜଷ୍ଟିସ ଚନ୍ଦ୍ରଚୂଡଙ୍କ ନାମ ସୁପାରିଶ କରିଥିଲେ। ତେବେ ସୋମବାର କେନ୍ଦ୍ର ତାଙ୍କ ନାମକୁ ମଞ୍ଜୁରି ପ୍ରଦାନ କରିଛି। ସୂଚନାଯୋଗ୍ୟ, ୧୯୫୯ ନଭେମ୍ବର ୧୧ରେ ଜନ୍ମ ହୋଇଥିବା ଜଷ୍ଟିସ ଚନ୍ଦ୍ରଚୂଡଙ୍କ ପିତା ମଧ୍ୟ ଭାରତର ପ୍ରଧାନ ବିଚାରପତି ଭାବେ କାର୍ଯ୍ୟ ତୁଳାଇଛନ୍ତି। ତାଙ୍କ ପିତା ଯଶବନ୍ତ ବିଷ୍ଣୁ ଚନ୍ଦ୍ରଚୂଡ ଦୀର୍ଘ ସମୟ ଧରି ଏହି ଗୁରୁତ୍ୱପୂର୍ଣ୍ଣ ପଦବୀରେ ରହିଥିଲେ। ୧୯୭୮ ରୁ ୧୯୮୫ ପର୍ଯ୍ୟନ୍ତ ଅଥାତ୍ ଦୀର୍ଘ ୭ବର୍ଷ ପାଇଁ ସେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ରହିଥିଲେ।
ଅନ୍ୟପଟେ ୨୦୧୬ରେ ଜଷ୍ଟିସ ଡିଓ୍ବାଇ ଚନ୍ଦ୍ରଚୂଡ ସୁପ୍ରିମକୋର୍ଟର ବିଚାରପତି ହୋଇଥିଲେ। ଏହାପୂର୍ବରୁ ସେ ଆହ୍ଲାବାଦ ହାଇକୋର୍ଟର ପ୍ରଧାନ ବିଚାରପତି ଥିଲେ। ବିଚାରପତି ଭାବେ ତାଙ୍କର ପ୍ରଥମ ନିଯୁକ୍ତି ୨୦୦୦ମସିହାରେ ବମ୍ବେ ହାଇକୋର୍ଟରେ ହୋଇଥିଲା। ଏହାପୂର୍ବରୁ ସେ ୧୯୯୮ ରୁ ୨୦୦୦ ପର୍ଯ୍ୟନ୍ତ ଭାରତ ସରକାରଙ୍କ ଅତିରିକ୍ତ ସଲିସିଟର ଜେନେରାଲ ଥିଲେ।
ଲୁଚାଇ ରଖିଥିଲେ: ମିଳିଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ମାଓବାଦୀ ସାମଗ୍ରୀ
ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଥାନା ଅଞ୍ଚଳରେ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜଙ୍ଗଲରୁ ଜବତ କରିଛନ୍ତି। ଜବତ…
କଢ଼ାଗଲା ଝଡ଼ ବତାସରେ ଛିଣ୍ଡିଥିବା ତ୍ରିରଙ୍ଗା: ପୁଣି ଗାନ୍ଧିଛକରେ ଉଡିଲା …
ବରଗଡ଼,୩୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଗାନ୍ଧିଛକରେ ଉଡୁଥିବା ଛିଣ୍ଡା ତ୍ରିରଙ୍ଗାକୁ ମଙ୍ଗଳବାର ଅପସାରିତ କରାଯାଇଛି। ଅପସାରଣ ପରେ ସେଠାରେ ନୂଆ ତ୍ରିରଙ୍ଗା ଉଡୁଛି। ଏଠାରେ ଉଲ୍ଲେଖନୀୟ, ସହର…
ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି
ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…
ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ପାଳନ: ଉଲ୍ଲେଖନୀୟ ଅବଦାନ ପାଇଁ ୫ ଟ୍ରାନ୍ସଜେଣ୍ଡରଙ୍କୁ…
ଛତ୍ରପୁର,୩୧।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ୨୦୨୬ ପାଳିତ ହୋଇଯାଇଛି…
କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..
ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…
ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…
ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ…
୧ ଏପ୍ରିଲରୁ ୧୫ ଦିନ ଧରି ଚାଲିବ ସ୍ବ-ଗଣନା, ଏହି ୱେବସାଇଟ ମାଧ୍ୟମରେ ଦେବେ ସବୁ ତଥ୍ୟ, ଜିଲାପାଳ କହିଲେ…
ଛତ୍ରପୁର,୩୧।୩ (ଦିଲ୍ଲୀପ ସାମଲ ): ପ୍ରଥମ ପର୍ଯ୍ୟାୟର ଗୃହ ତାଲିକା ଓ ଗୃହ ଗଣନା (ସ୍ବ-ଗଣନା) ଆସନ୍ତାକାଲି ଅର୍ଥାତ୍ ୧ ଏପ୍ରିଲରୁ ୧୫ ଏପ୍ରିଲ ୨୦୨୬ ପର୍ଯ୍ୟନ୍ତ…
ଗଞ୍ଜାମରେ ଲଜ୍ଜା: ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର: ନାବାଳକ ପ୍ରେମିକଙ୍କୁ…
ବ୍ରହ୍ମପୁର, ୩୧।୩(ସୁବାସ ଚନ୍ଦ୍ର ପାଢୀ) : ପୁଣିଥରେ ଗଞ୍ଜାମରେ ଲଜ୍ଜା। ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର ମାମଲାରେ ଗୋଷାଣୀନୂଆଗାଁ ପୋଲିସ ଦୁଇଜଣ ଅଭିଯୁକ୍ତକୁ ଗିରଫ କରିଛି। ସେମାନଙ୍କୁ…
Archives

