Posted inଜାତୀୟ

ଦେଶର ୫୦ତମ ପ୍ରଧାନ ବିଚାରପତି ହେଲେ ଜଷ୍ଟିସ ଚନ୍ଦ୍ରଚୂଡ

ନୂଆଦିଲ୍ଲୀ,୧୭।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଜଷ୍ଟିସ ଧନଞ୍ଜୟ ଯଶୱନ୍ତ ଚନ୍ଦ୍ରଚୂଡଙ୍କୁ ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି ଭାବେ ନିଯୁକ୍ତ କରିଛନ୍ତି। ନଭେମ୍ବର ୯ରେ ସେ ଶପଥ ଗ୍ରହଣ କରିବା ସହ କାର୍ଯ୍ୟଭାର ଦାୟିତ୍ୱ ଗ୍ରହଣ କରିବେ। ଏହାପରେ ଚନ୍ଦ୍ରଚୂଡ ଦେଶର ୫୦ତମ ପ୍ରଧାନ ବିଚାରପତି ଭୋବେ ବିବେଚିତ ହେବେ। ତାଙ୍କର କାର୍ଯ୍ୟକାଳ ୨୦୨୪ ନଭେମ୍ବର୧୦ ପର୍ଯ୍ୟନ୍ତ ରହିବ ବୋଲି ଜଣାପଡ଼ିଛି। ସୂଚନା ମୁତାବକ, ଅକ୍ଟୋବର ୧୧ରେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଉଦୟ ଉମେଶ ଲଲିତ ତାଙ୍କ ଉତ୍ତରାଧିକାରୀ ଭାବେ କେନ୍ଦ୍ର ସରକାରଙ୍କୁ ଜଷ୍ଟିସ ଚନ୍ଦ୍ରଚୂଡଙ୍କ ନାମ ସୁପାରିଶ କରିଥିଲେ। ତେବେ ସୋମବାର କେନ୍ଦ୍ର ତାଙ୍କ ନାମକୁ ମଞ୍ଜୁରି ପ୍ରଦାନ କରିଛି। ସୂଚନାଯୋଗ୍ୟ, ୧୯୫୯ ନଭେମ୍ବର ୧୧ରେ ଜନ୍ମ ହୋଇଥିବା ଜଷ୍ଟିସ ଚନ୍ଦ୍ରଚୂଡଙ୍କ ପିତା ମଧ୍ୟ ଭାରତର ପ୍ରଧାନ ବିଚାରପତି ଭାବେ କାର୍ଯ୍ୟ ତୁଳାଇଛନ୍ତି। ତାଙ୍କ ପିତା ଯଶବନ୍ତ ବିଷ୍ଣୁ ଚନ୍ଦ୍ରଚୂଡ ଦୀର୍ଘ ସମୟ ଧରି ଏହି ଗୁରୁତ୍ୱପୂର୍ଣ୍ଣ ପଦବୀରେ ରହିଥିଲେ। ୧୯୭୮ ରୁ ୧୯୮୫ ପର୍ଯ୍ୟନ୍ତ ଅଥାତ୍‌ ଦୀର୍ଘ ୭ବର୍ଷ ପାଇଁ ସେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ରହିଥିଲେ।
ଅନ୍ୟପଟେ ୨୦୧୬ରେ ଜଷ୍ଟିସ ଡିଓ୍ବାଇ ଚନ୍ଦ୍ରଚୂଡ ସୁପ୍ରିମକୋର୍ଟର ବିଚାରପତି ହୋଇଥିଲେ। ଏହାପୂର୍ବରୁ ସେ ଆହ୍ଲାବାଦ ହାଇକୋର୍ଟର ପ୍ରଧାନ ବିଚାରପତି ଥିଲେ। ବିଚାରପତି ଭାବେ ତାଙ୍କର ପ୍ରଥମ ନିଯୁକ୍ତି ୨୦୦୦ମସିହାରେ ବମ୍ବେ ହାଇକୋର୍ଟରେ ହୋଇଥିଲା। ଏହାପୂର୍ବରୁ ସେ ୧୯୯୮ ରୁ ୨୦୦୦ ପର୍ଯ୍ୟନ୍ତ ଭାରତ ସରକାରଙ୍କ ଅତିରିକ୍ତ ସଲିସିଟର ଜେନେରାଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ପାଇଁ ଜିଲାପାଳଙ୍କଠାରେ ପହଞ୍ଚିଲେ ଶତାଧିକ ମହିଳା

ବଲାଙ୍ଗୀର,୧୨ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡ଼ା ପଞ୍ଚାୟତ ଦେଓଗାଁ ଗ୍ରାମରେ ସମ୍ପୂର୍ଣ୍ଣ ମଦ ବିକ୍ରିକୁ ବନ୍ଦ କରିବା ନେଇ ସୋମବାର ଜିଲାପାଳ ଅଫିସରେ…

ଦୁଇଥର ଗଜକେଶରୀ ଯୋଗ: ଏହି ୪ ରାଶିଙ୍କ ଭାଗ୍ୟରେ ଲାଗିଲା ଲଟେରୀ, ଚାରିଆଡୁ ଆସିବ ଟଙ୍କା!

ବୈଦିକ ଜ୍ୟୋତିଷ ଅନୁସାରେ ଗଜକେଶରୀ ଯୋଗକୁ ଏକ ଶୁଭ ଯୋଗ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଜନ୍ମକୁଣ୍ଡଳୀରେ ଏହି ଯୋଗ ସୃଷ୍ଟି ହେଲେ କ୍ୟାରିୟର,…

ଏଲିଟ ଫିଲ୍ଡିଂ କ୍ଲବରେ ସାମିଲ ହେଲେ ତିଲକ

ଇନ୍ଦୋର,୧୨।୧୦: ଭାରତୀୟ ଟି-୨୦ ଦଳର ଉପଅଧିନାୟକ ତିଳକ ବର୍ମା ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଅନ୍ତର୍ଜାତୀୟ ଟି-୨୦ ସିରିଜର ତୃତୀୟ ମ୍ୟାଚ୍‌ରେ ତିଳକ…

୧୩ରେ ଲଘୁଚାପ: ପାଣିପାଗ ବିଭାଗର କହିଲା ଏହାର ଗତିବିଧି…

ଭୁବନେଶ୍ୱର,୧୨।୧୦ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୧୩ ଅକ୍ଟୋବର ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଅନୁକୂଳ ପାଣିପାଗ ଓ ସାମୁଦ୍ରିକ ପରିସ୍ଥିତି…

କ୍ରିକେଟ ମଇଦାନରେ କମାଲ କଲେ ଦ୍ରାବିଡ଼ଙ୍କ ପୁଅ: ବିସ୍ଫୋରକ ଇନିଂସ ଖେଳି ସମସ୍ତଙ୍କୁ କରିଦେଲେ ଚକିତ

ନୂଆଦିଲ୍ଲୀ, ୧୨।୧୦: ପୂର୍ବତନ ଭାରତୀୟ ଅଧିନାୟକ ତଥା ମୁଖ୍ୟ କୋଚ ରାହୁଲ ଦ୍ରାବିଡ଼ଙ୍କ ପୁଅ ଅନୱୟ ଦ୍ରାବିଡ଼ ନିଜର ଆକ୍ରମଣାତ୍ମକ ବ୍ୟାଟିଂ ପାଇଁ ଏବେ ଚର୍ଚ୍ଚାରେ। ଭିନୁ…

ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଘୋଷଣା: ଏହି ୨ ଜଣଙ୍କୁ ମିଳିଲା

ନୂଆଦିଲ୍ଲୀ,୧୨।୧୦: ୨୦୨୬ ମସିହାର ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଆମେରିକୀୟ ଅର୍ଥନୀତିଜ୍ଞ ରବର୍ଟ ଇ. ହଲ (Robert E. Hall) ଏବଂ ମାଇକେଲ ୱୁଡଫୋର୍ଡ (Michael Woodford)ଙ୍କୁ…

ସରକାରୀ କର୍ମଚାରୀଙ୍କ ଦରମା-ପେନସନ ଉପରେ ବଡ଼ ଖବର: ଏହି ରାଜ୍ୟ ଗଠନ କଲା ଅଷ୍ଟମ ବେତନ ଆୟୋଗ

ନୂଆଦିଲ୍ଲୀ, ୧୨।୧୦: କେନ୍ଦ୍ର ସରକାର ୨୦୨୫ ନଭେମ୍ବରରେ ଅଷ୍ଟମ ବେତନ ଆୟୋଗ ଗଠନକୁ ମଞ୍ଜୁରି ଦେଇଥିଲେ। ଏହା ପରେ ଏକ କମିଟି ଗଠନ କରାଯାଇଛି। ଏହି କମିଟି…

ବୈଭବ ସୂର୍ଯ୍ୟବଂଶୀ ନୁହେଁ, ଏହି ଭାରତୀୟ ଷ୍ଟାରଙ୍କୁ ୱାଲର୍‌ଡ ସୁପରପାୱାର ଓପନର କହିଲେ ଦିନେଶ କାର୍ତ୍ତିକ

ଇନ୍ଦୋର,୧୨।୧୦: ଭାରତୀୟ ଦଳର ଷ୍ଟାର ଓପନର ଅଭିଷେକ ଶର୍ମାଙ୍କ ଜବରଦସ୍ତ ବ୍ୟାଟିଂକୁ ନେଇ ପ୍ରଶଂସାରେ ଶତମୁଖ ହୋଇଛନ୍ତି ପୂର୍ବତନ ଭାରତୀୟ କ୍ରିକେଟର ଦିନେଶ କାର୍ତ୍ତିକ। ବିଭିନ୍ନ ପରିସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?