ଭର୍ତ୍ତୃହରି ମହତାବଙ୍କୁ ଲୋକ ସଭା କାମଚଳା ବାଚସ୍ପତି ନିଯୁକ୍ତ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୦।୬: ଓଡ଼ିଶାର ବରିଷ୍ଠ ଲୋକ ସଭା ଏମପି ଭର୍ତ୍ତୃହରି ମହତାବଙ୍କୁ କାମଚଳା ବାଚସ୍ପତି ନିଯୁକ୍ତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସମ୍ବିଧାନର ଧାରା ୯୫ (୧) ଅନୁଯାୟୀ ତାଙ୍କୁ ଏହି ପଦବୀରେ ନିଯୁକ୍ତ କରାଯାଇଛି। ସେହିପରି ଲୋକ ସଭା ସଦସ୍ୟ କେ ସୁରେଶ, ଟି ଆର ବାଲୁ, ରାଧା ମୋହନ ସିଂ, ଫଗ୍ଗାନ୍ ସିଂ କୁଲାଷ୍ଟେ ଏବଂ ସୁଦୀପ ବନ୍ଦୋପାଧ୍ୟାୟ ସହକାରୀ କାମଚଳା ବାଚସ୍ପତି ଭାବେ କାର୍ଯ୍ୟ କରିବେ ବୋଲି ସଂସଦୀୟ ବ୍ୟାପାର ମନ୍ତ୍ରୀ କରେନ ରିଜିଜୁ କହିଛନ୍ତି।

ଭର୍ତ୍ତୃହରି ଲୋକ ସଭାକୁ ଲଗାତାର ୭ ଥର ନିର୍ବାଚିତ ହୋଇଛନ୍ତି। ଗତ ସାଧାରଣ ନିର୍ବାଚନରେ ଭର୍ତ୍ତୃହରି ଭାରତୀୟ ଜନତା ପାର୍ଟି(ଭାଜପା) ଟିକେଟରେ ଲୋକ ସଭାକୁ ବିଜୟୀ ହୋଇଛନ୍ତି। ନିର୍ବାଚନ ପୂର୍ବରୁ ସେ ବିଜୁ ଜନତା ଦଳରୁ ଇସ୍ତଫା ଦେଇଥିଲେ।

ଭର୍ତ୍ତୃହରି ୧୯୯୮ ମସିହା ଭାରତୀୟ ସାଧାରଣ ନିର୍ବାଚନରେ କଟକ ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ଲୋକ ସଭା ପାର୍ଥୀ ଭାବରେ ନିର୍ବାଚନ ଲଢ଼ିଥିଲେ ଏବଂ ବିଜୟୀ ହୋଇ ୧୩ଶ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ । ଏହାପରେ ସେ ଲଗାତାର ଭାବରେ ଏହି ନିର୍ବାଚନ ମଣ୍ଡଳୀରୁ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।

୨୦୧୭ ମସିହାରେ ତାଙ୍କୁ ଭାରତର ସଂସଦରେ ପୁରସ୍କୃତ କରାଯାଇଥିଲା । ତାଙ୍କ ବକୃତାରେ ଉତ୍ତମ ପ୍ରଦର୍ଶନ ପାଇଁ ତାଙ୍କ ୨୦୧୭ ଓ ୨୦୧୮ ମସିହାରେ ସଂସଦ ରତ୍ନ ପୁରସ୍କାର ପ୍ରଦାନ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଆହୁରି ୧୮ଟଙ୍କା ବଢିଯିବ LPG ସିଲିଣ୍ଡର! ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୬।୮: ଭାରତରେ ଆଗାମୀ ଦିନରେ ଘରୋଇ ଏଲପିଜି (LPG) ସିଲିଣ୍ଡର ପିଛା ଦାମ୍ ପ୍ରାୟ ୧୮ ଟଙ୍କା ବୃଦ୍ଧି ହୋଇପାରେ। ଏହାସହିତ ପେଟ୍ରୋଲ-ଡିଜେଲ ଏବଂ ସିଏନ୍‌ଜି (CNG)ର…

ପୁଣି ହଜାର ହଜାର ଟଙ୍କା ବଢିଲା ସୁନା ଦର: ରୂପା ମୂଲ୍ୟରେ ମଧ୍ୟ…

ନୂଆଦିଲ୍ଲୀ,୬।୮: ପୁଣି ବଢିଲା ସୁନା ଦର। ଗତକାଲି ତୁଳନାରେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୨,୮୯୦ ବୃଦ୍ଧି ପାଇଛି। ରୂପା ମୂଲ୍ୟରେ ମଧ୍ୟ ଏକ…

Gen-Zଙ୍କ ପାଇଁ RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

ଆନ୍ଦୋଳନ ପରେ ନୂଆ ରଣନୀତି, ଅଭିଜିତ ଦୀପକେଙ୍କ ଘରେ CJPର ମାରାଥନ ବୈଠକ: ହେବ ବଡ଼ ଘୋଷଣା

ନୂଆଦିଲ୍ଲୀ, ୬।୮: ଦେଶବ୍ୟାପୀ କଥିତ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌କୁ ବିରୋଧ କରି ଦିଲ୍ଲୀର ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରମୁଖ ସ୍ବର ଭାବେ ଉଭା ହୋଇଥିବା କକରୋଚ…

ମଝି ଆକାଶରେ ଟ୍ରମ୍ପଙ୍କ ହେଲିକପ୍ଟର ନିକଟକୁ ହଠାତ୍‌ ଚାଲିଆସିଲା ଯାତ୍ରୀବାହୀ ବିମାନ, ଆଉ ତା’ପରେ…

ୱାଶିଂଟନ, ୬।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ସେତେବେଳେ ଆଶ୍ଚର୍ଯ୍ୟଚକିତ ହୋଇଯାଇଥିଲେ, ଯେତେବେଳେ ତାଙ୍କୁ ନେଇଯାଉଥିବା ସାମରିକ ହେଲିକପ୍ଟର ‘ମେରିନ ୱାନ’ କଥିତ ଭାବେ ୱାଶିଂଟନ…

ମହାକାଶରେ ହୋଇପାରେ ଜୋରଦାର ବିସ୍ଫୋରଣ! ଭାରତର ୨୦ରୁ ୨୨ ସାଟେଲାଇଟ୍‌ ଉପରେ…

ନୂଆଦିଲ୍ଲୀ,୬।୮: ଲୋକ ସଭାରେ ସରକାର ଜଣାଇଛନ୍ତି ଯେ ଭାରତର ଲୋ ଅର୍ଥ ଅରବିଟ୍ (LEO)ରେ କାର୍ଯ୍ୟରତ ୨୨ଟି ସକ୍ରିୟ ସାଟେଲାଇଟ୍ (ଉପଗ୍ରହ) ମଧ୍ୟରୁ ୨୦ଟି ଉପରେ ଧକ୍କା…

ବଡ଼ ଦୁର୍ଘଟଣା: ଭୁଶୁଡ଼ି ପଡ଼ିଲା ଶହେ ବର୍ଷ ପୁରୁଣା କୋଠା, ଗୋଟିଏ ପରିବାରର ୬ ମୃତ

ଲକ୍ଷ୍ନୌ,୬।୮: ଉତ୍ତରପ୍ରଦେଶର ପ୍ରତାପଗଡ଼ରେ ଏକ ବଡ଼ ଦୁର୍ଘଟଣା ଘଟିଛି। ନଗର କୋତବାଲି ଅନ୍ତର୍ଗତ ମହୁଲି ନିକଟରେ ଏକ ଶହେ ବର୍ଷ ପୁରୁଣା ଜର୍ଜର ଘର ହଠାତ୍‌ ଭୁଶୁଡ଼ି…

ବିଜେଡି, କଂଗ୍ରେସ ପୋଛିନେଲେ ସମସ୍ତ ୧୧ ଆସନ: ନିର୍ବାଚନରୁ ଦୁରେଇ ରହିଲା ଭାଜପା

ସୋନପୁର,୬।୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ଯୋଜନା କମିଟିରେ ଖାଲିଥିବା ୧୧ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଜିଲାର ନିର୍ବାଚିତ ଜିଲା ପରିଷଦ ସଭ୍ୟାସଭ୍ୟ ଏହି ନିର୍ବାଚନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri