Posted inଜାତୀୟ

VB-G RAM G ବିଲକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, MGNREGA ବଦଳରେ ଏଣିକି ଲାଗୁ ହେବ…

ନୂଆଦିଲ୍ଲୀ,୨୧।୧୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ବିକାଶିତ ଭାରତ-ନିଯୁକ୍ତି ଏବଂ ଆଜୀବିକା ମିଶନ (ଗ୍ରାମୀଣ) ଗ୍ୟାରେଣ୍ଟି ବିଲ୍ VB-G RAM G ୨୦୨୫ କୁ ଅନୁମୋଦନ କରିଛନ୍ତି। ରାଷ୍ଟ୍ରପତିଙ୍କ ସମ୍ମତି କ୍ରମେ ବିଲ୍ ଆଇନରେ ପରିଣତ ହୋଇଛି । ପୂର୍ବରୁ ଏହା ସଂସଦର ଉଭୟ ଗୃହ ଦ୍ୱାରା ଗୃହୀତ ହୋଇଥିଲା। ନୂତନ ଆଇନ ବର୍ତ୍ତମାନ ଗ୍ରାମୀଣ ପରିବାରଗୁଡ଼ିକୁ ପ୍ରତି ଆର୍ଥିକ ବର୍ଷରେ ୧୨୫ ଦିନର ବୈଧାନିକ ମଜୁରୀ ନିଯୁକ୍ତିର ଗ୍ୟାରେଣ୍ଟି ଦେବ, ଯାହା ପୂର୍ବ ୧୦୦ ଦିନ ଥିଲା।

ସରକାର ଆସନ୍ତା ବର୍ଷ ୧ ଏପ୍ରିଲ (୨୦୨୬) ଠାରୁ ଏହି ବିଲ୍ କାର୍ଯ୍ୟକାରୀ କରିବାକୁ ଯୋଜନା କରିଥିବା ଜଣାପଡିଛି । ଏହି ପ୍ରସ୍ତାବିତ ଆଇନ ୨୦ ବର୍ଷ ପୁରୁଣା ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଯୁକ୍ତି ଗ୍ୟାରେଣ୍ଟି ଆଇନ (MGNREGA)କୁ ବଦଳାଇବ। ଏହି ବିଲ୍ ଅନୁଯାୟୀ, ନିଯୁକ୍ତିର ବୈଧାନିକ ଗ୍ୟାରେଣ୍ଟି ବର୍ତ୍ତମାନ ୧୦୦ ଦିନରୁ ୧୨୫ ଦିନକୁ ବୃଦ୍ଧି କରାଯାଇଛି ।

କେନ୍ଦ୍ର ଗ୍ରାମୀଣ ବିକାଶ ମନ୍ତ୍ରଣାଳୟ ଅନୁଯାୟୀ, ଏହି ବିଲ୍ ମନରେଗାକୁ ବଦଳାଇଥାଏ ଏବଂ ଏକ ବିକଶିତ ଭାରତ ୨୦୪୭ର ଦୃଷ୍ଟିକୋଣ ସହିତ ଡିଜାଇନ୍ କରାଯାଇଛି । ସରକାରଙ୍କ ଲକ୍ଷ୍ୟ ହେଉଛି ଗ୍ରାମାଞ୍ଚଳରେ ଆୟ ସୁରକ୍ଷାକୁ ସୁଦୃଢ଼ ​​କରିବା  ।

ଆଇନର ବ୍ୟବସ୍ଥା ଅନୁଯାୟୀ, ଇଚ୍ଛୁକ ଗ୍ରାମୀଣ ପରିବାରଗୁଡ଼ିକୁ ସର୍ବନିମ୍ନ ୧୨୫ ଦିନର ନିଯୁକ୍ତି ପ୍ରଦାନ କରିବା ପାଇଁ ସରକାର ସାମ୍ବିଧାନିକ ଭାବରେ ଦାୟୀ ରହିବେ। ମଜୁରୀ ପ୍ରଦାନ ସପ୍ତାହିକ କିମ୍ବା ସର୍ବାଧିକ ୧୫ ଦିନ ମଧ୍ୟରେ ବାଧ୍ୟତାମୂଳକ। ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଦେୟ ପ୍ରଦାନ ନ ହେଲେ ମଜୁରୀ ପ୍ରଦାନରେ ବିଳମ୍ବ ପାଇଁ କ୍ଷତିପୂରଣ ପ୍ରଦାନ କରିବାର ବ୍ୟବସ୍ଥା ମଧ୍ୟ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri