ଚାରି ଦିନିଆ ଓଡ଼ିଶା ଗସ୍ତରେ ଆସି ଜନ୍ମମାଟିରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ମୟୁରଭଞ୍ଜ,୨୮ା୨: ଚାରି ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବୁଧବାର ଆସି ମୟୁରଭଞ୍ଜରେ ପହଞ୍ଚିଛନ୍ତି। ଅପରାହ୍ନରେ ଭାରତୀୟ ବାୟୁସେନାର ଏକ ସ୍ୱତନ୍ତ୍ର ହେଲିକପ୍ଟରରେ ରାଞ୍ଚିରୁ ନିଜ ଜିଲା ମୟୂରଭଞ୍ଜରେ ପହଞ୍ଚିଥିଲେ।

ଏହି ଅବସରରେ ସେ ରାଇରଙ୍ଗପୁରଠାରେ ବିଭିନ୍ନ ସଡ଼କ ପ୍ରକଳ୍ପ ଓ କ୍ରୀଡ଼ା କମ୍ପ୍ଲେକ୍ସର ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହ ବଡ଼ସାହିସ୍ଥିତ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ଉଦଘାଟନ କରିବେ। ଏହାସହିତ ରାଷ୍ଟ୍ରପତି ଓଡ଼ିଶାର ରାଇରଙ୍ଗପୁର ଠାରେ କେନ୍ଦ୍ର ସରକାରଙ୍କ ଅବକାଶ ନିବାସ ପାଇଁ ଶିଳାନ୍ୟାସ କରିବେ।

ଆସନ୍ତା ୨୯ ତାରିଖରେ କେନ୍ଦୁଝର ଗୋନାସିକାସ୍ଥିତ କଦଳୀବାଡ଼ି ଗ୍ରାମର ପିଭିଟିଜି ସଦସ୍ୟଙ୍କ ସହ ଆଲୋଚନା କରିବେ। ଏହାପରେ ସେ ‘କେନ୍ଦୁଝରର ଜନଜାତି: ଲୋକ, ସଂସ୍କୃତି ଓ ଐତିହ୍ୟ’ ଶୀର୍ଷକ ଜାତୀୟ ଆଲୋଚନାଚକ୍ରକୁ ଉଦଘାଟନ କରିବା ସହ ଧରଣୀଧର ବିଶ୍ୱବିଦ୍ୟାଳୟର ଉତ୍ତର କ୍ୟାମ୍ପସ, କେନ୍ଦୁଝର ଠାରେ ଛାତ୍ରଛାତ୍ରୀମାନଙ୍କୁ ସମ୍ବୋଧିତ କରିବେ

ସନ୍ଧ୍ୟାରେ ରାଷ୍ଟ୍ରପତି ଭୁବନେଶ୍ୱରସ୍ଥିତ ଉତ୍କଳ ବିଶ୍ୱବିଦ୍ୟାଳୟର ୫୩ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ। ଆସନ୍ତା ୧ ତାରିଖରେ ରାଷ୍ଟ୍ରପତି ଭଞ୍ଜ ବିହାରସ୍ଥିତ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ୨୫ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri