Posted inରାଜ୍ୟ

ପାରାଦ୍ୱୀପରେ ବୋଇତ ବନ୍ଦାଣ ଉତ୍ସବରେ ଯୋଗଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ପାରାଦ୍ୱୀପ,୨୭।୧୧: ପାରାଦ୍ୱୀପ ପୋର୍ଟ ଟ୍ରଷ୍ଟ ପକ୍ଷରୁ ଆୟୋଜିତ ବୋଇତ ବନ୍ଦାଣ ଉତ୍ସବରେ ଯୋଗ ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ କହିଛନ୍ତି ଚନ୍ଦ୍ରଯାନ-୩ର ସଫଳତା ପରେ ଭାରତ ବର୍ତ୍ତମାନ ସମୁଦ୍ରଯାନ ମିଶନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ସମୁଦ୍ର ଯାନ ମିଶନ ଦ୍ୱାରା ୬୦୦ ମିଟର ଗଭୀରତା ଭିତରେ ରହିଥିବା ସାମୁଦ୍ରିକ ସମ୍ପଦ ଓ ଜୈବ ବିବିଧତାର ଆକଳନ କରାଯାଇ ପାରିବ। ବାଣିଜ୍ୟ ବ୍ୟବସାୟ ଓ ଅର୍ଥନୈତିକ ଅଭିବୃଦ୍ଧି କ୍ଷେତ୍ରରେ ସାମୁଦ୍ରିକ ବାଣିଜ୍ୟର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥବା ସେ କହିଛନ୍ତି।

ରାଷ୍ଟ୍ରପତି କହିଛନ୍ତି ବର୍ତ୍ତମାନ ଆମ ଦେଶ ବନ୍ଦରର ବିକାଶରୁ ବନ୍ଦରର ନେତୃତ୍ୱରେ ବିକାଶ ଆଡକୁ ଅଗ୍ରସର ହେଉଛି । ଏହି ଦିଗରେ କେନ୍ଦ୍ର ସରକାରଙ୍କର ସାଗରମାଳା କାର୍ଯ୍ୟକ୍ରମ ଏକ ପ୍ରଶଂସନୀୟ ପଦକ୍ଷେପ । କେନ୍ଦ୍ର ସରକାର ପୋର୍ଟ୍‍ସ ଫର୍‍ ପ୍ରସପରିଟି ଏବଂ ପୋର୍ଟ୍‍ସ ଫର ପ୍ରୋଗ୍ରେସ୍‍ ଦିଗରେ କାର୍ଯ୍ୟ କରୁଛନ୍ତି । ତେବେ ବିଶ୍ୱସ୍ତରୀୟ ମାନଦଣ୍ଡକୁ ଦୃଷ୍ଟିରେ ରଖି ଭାରତର ବନ୍ଦର ଗୁଡ଼ିକ ଅଧିକ ଦକ୍ଷତାର ସହ କାର୍ଯ୍ୟ କରିବାର ଆବଶ୍ୟକତା ରହିଛି । ବନ୍ଦର ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରିବା ଦରକାର ବୋଲି ସେ କହିଛନ୍ତି ।

ଏହି ଅବସରରେ ରାଷ୍ଟ୍ରପତି ଯୁବପୀଢ଼ି ମାନଙ୍କୁ ଆତ୍ମନିର୍ଭର ହେବାକୁ ପରାମର୍ଶ ଦେଇଛନ୍ତି । ସେ କହିଛନ୍ତି ଯୁବପିଢ଼ୀ ନୂଆ ଶିଳ୍ପ ପ୍ରତିଷ୍ଠାରେ ମନୋନିବେଶ କରିବାର ଆବଶ୍ୟକତା ରହିଛି । ଏହାଦ୍ୱାରା ସେମାନେ ନିଜେ ଜୀବିକା ଅର୍ଜନ କରିବା ସହ ଅନ୍ୟମାନଙ୍କୁ ମଧ୍ୟ ରୋଜଗାରକ୍ଷମ କରିପାରିବେ । ଏହି ଅବସରରେ ସୋମବାର ରାଷ୍ଟ୍ରପତି ପାରାଦ୍ୱୀପରେ ମଲ୍‍ଟି ମୋଡାଲ ଲଜିଷ୍ଟିକ ପାର୍କର ଉଦ୍‍ଘାଟନ କରିଛନ୍ତି । ଏହାସହ ନୂଆ ଜଳଭଣ୍ଡାର ଓ ଜଳ ବିଶୁଦ୍ଧକରଣ କାରଖାନାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଓଡ଼ିଶା ରାଜ୍ୟପାଳ ରଘୁବର ଦାସ, କେନ୍ଦ୍ରମନ୍ତ୍ରୀ ଶ୍ରୀପଦ ୟେଶୋ ନାୟକ, ବିଶ୍ୱେଶ୍ୱର ଟୁଡୁ, ମନ୍ତ୍ରୀ ଟୁକୁନି ସାହୁ ଓ ଶାନ୍ତନୁ ଠାକୁର ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସଭା ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ହଟଚମଟ: ଭାଜପା ଉପରେ ବଡ ଅଭିଯୋଗ ଲଗାଇଲେ ଡି.କେ. ଶିବକୁମାର

ବେଙ୍ଗାଲୁରୁ,୧୫।୩: ରାଜ୍ୟସଭା ନିର୍ବାଚନ ପୂର୍ବରୁ ଓଡ଼ିଶା କଂଗ୍ରେସ ଶିବିରରେ କମ୍ପନ। ବିଧାୟକଙ୍କୁ କିଣିବା ପାଇଁ ବଡ଼ ଧରଣର ପ୍ରୟାସ ହେଉଥିବା ଅଭିଯୋଗ ଆଣିଛନ୍ତି କର୍ଣ୍ଣାଟକ ଉପ-ମୁଖ୍ୟମନ୍ତ୍ରୀ ଡି.କେ.…

ଜିଲାପାଳଙ୍କ ନିର୍ଦ୍ଦେଶ ପରେ ତତ୍ପର ହେଲା ଯୋଗାଣ ବିଭାଗ, ଗୋଟିଏ ଘରୁ ଜବତ ହେଲା ୨୧ ଗ୍ୟାସ ସିଲିଣ୍ଡର

ବରଗଡ଼,୧୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରନ୍ଧନ ଗ୍ୟାସର କଳାବଜାର ଚାଲିଥିବା ଅଭିଯୋଗ ହୋଇଛି। ତେବେ ଏଭଳି କଳାବଜାର ଉପରେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଜିଲାପାଳ ଆଦିତ୍ୟ ଗୋୟଲ…

କଳିଙ୍ଗା ଘାଟିରେ କୁଆପଥର ବର୍ଷା, କିଛି ସମୟ ପାଇଁ ଠପ୍ ହେଲା ଯାତାୟତ

ଭଞ୍ଜନଗର,୧୫ା୩(ବାବୁଲା ପ୍ରଧାନ): ଗଞ୍ଜାମ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ଅଞ୍ଚଳରେ ରବିବାର ଦିନବେଳା କୁଆପଥର ସହ ପ୍ରବଳ ବର୍ଷା ହୋଇଛି । ପ୍ରାୟ ୨…

ଅବକାରୀ ରେଞ୍ଜ ପକ୍ଷରୁ ଚଢ଼ାଉ; ଦେଶୀରନ୍ଧା ମଦ- ମହୁଲ ଫୁଲ ଜବତ, ୩ ଗିରଫ

ବଞ୍ଚୋ,୧୫ା୩(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ଉପଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲା ଅବକାରୀ ଅଧିକ୍ଷକଙ୍କ ତତ୍ତ୍ବାବଧନରେ ଆନନ୍ଦପୁର ଅବକାରୀ ରେଞ୍ଜ ପକ୍ଷରୁ ଚଢ଼ାଉ କରାଯାଇଛି । ଅବକାରୀ ନିରୀକ୍ଷକ…

ଗାଙ୍ଗଦହଣୀରେ ଅଗ୍ନିକାଣ୍ଡ ଘଟି ଗୋଟିଏ ପରିବାର ଛାରଖାର, ଘରେ କେହି ନଥିବା ବେଳେ…

ପୁରୁଷୋତ୍ତମପୁର,୧୫ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଗାଙ୍ଗଦହଣୀ ଗ୍ରାମ ପଞ୍ଚାୟତ ଧୋବା ସାହିରେ ଅଗ୍ନିକାଣ୍ଡ । ରବିବାର ଅଭି ସେଠୀଙ୍କ ଘରେ ନିଆଁ ଲାଗି…

ରାଜ୍ୟସ୍ତରୀୟ ଡୁମାଳ ମହାସଭା ଆରମ୍ଭ, ଯୋଗଦେଲେ ୧୧ଜିଲାର ପ୍ରତିନିଧି

ଭେଡେନ,୧୫।୩(ହୃଷୀକେଶ ଖମାରୀ): ବରଗଡ ଜିଲା ଭେଡେନ ବ୍ଲକ ପପଙ୍ଗାଠାରେ ରବିବାରରୁ ରାଜ୍ୟସ୍ତରୀୟ ଡୁମାଳ ମହାସଭା ଆରମ୍ଭ ହୋଇଥିବା ବେଳେ ସୋମବାର ପର୍ଯ୍ୟନ୍ତ ଏହି ମହାସଭା ଚାଲିବ। ଏହି…

ଓଲଟିଲା ଚାଉଳ ବୋଝେଇ ପିକ୍ଅପ୍ ଭ୍ୟାନ୍, ୩ମୃତ ୬ ଆହତ

ବିଷମକଟକ,୧୫।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ଥାନା ଅନ୍ତର୍ଗତ ଡୁକୁମ୍ ଗ୍ରାମ ପଞ୍ଚାୟତର କାଚାପାଜୁ ଗ୍ରାମ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ରବିବାର ବିଳମ୍ବିତ…

ସ୍ତ୍ରୀଙ୍କ ସହ ଝଗଡ଼ା ପରେ ଚରମ ନିଷ୍ପତ୍ତି ନେଲେ ବ୍ୟକ୍ତି; ଫେସବୁକ ଲାଇଭରେ ସାପକୁ

କୋରାପୁଟ,୧୫।୩: କୋରାପୁଟ ଜିଲା ମାଳିଗୁଡ଼ା ଅଞ୍ଚଳରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ସେହି ଅଞ୍ଚଳର ନବୀନ ମାଳି ନାମକ ଜଣେ ବ୍ୟକ୍ତି ନିଜ ସ୍ତ୍ରୀଙ୍କ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri