Posted inଜାତୀୟ

ବଢିଲା ନୌସେନାର ଶକ୍ତି

କୋଲକାତା,୧୭।୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ଆଧୁନିକ ଯୁଦ୍ଧ ଜାହାଜ ଆଇଏନଏସ ବିନ୍ଧ୍ୟଗିରୀ(ପି୧୭ଏ)ର ଉଦଘାଟନ କରିଛନ୍ତି। ରାଷ୍ଟ୍ରପତି ମୁର୍ମୁ ହୁଗଲି ନଦୀ କୂଳରେ ଅବସ୍ଥିତ ‘ଗାର୍ଡେନ ରିଚ ସିପବିଲ୍ଡର୍ସ ଏବଂ ଇଞ୍ଜିନିୟରିଂ ଲିମିଟେଡ’ ପରିସରରେ ଯୁଦ୍ଧ ଜାହାଜର ଉଦଘାଟନ କରିଥିଲେ। ଏହି ସମୟରେ ପଶ୍ଚିମବଙ୍ଗର ରାଜ୍ୟପାଳ ସିଭି ଆନନ୍ଦ ବୋଷ ଏବଂ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଧ୍ୟ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ଭାରତୀୟ ନୌସେନାର ‘ପ୍ରୋଜେକ୍ଟ ୧୭ ଆଲଫା’ ଅଧୀନରେ ନିର୍ମିତ ସାତୋଟି ଜାହାଜ ମଧ୍ୟରୁ ଏହା ହେଉଛି ଷଷ୍ଠ ଜାହାଜ। ଏହି ଅତ୍ୟାଧୁନିକ ଯୁଦ୍ଧ ଜାହାଜ ନୌସେନାରେ ସାମିଲ ହେବା ପରେ ନୌସେନାର ଶକ୍ତିରେ ଉଲ୍ଲେଖନୀୟ ବୃଦ୍ଧି ଘଟିବ।

ଏହି ପ୍ରକଳ୍ପ ଅଧୀନରେ ନିର୍ମିତ ପାଞ୍ଚଟି ଯୁଦ୍ଧ ଜାହାଜ ୨୦୧୯ରୁ ୨୦୨୨ ମଧ୍ୟରେ ଆରମ୍ଭ କରାଯାଇଥିଲା। ଏହି ପ୍ରକଳ୍ପ ଅଧୀନରେ, ଗାର୍ଡେନ ରିଚ ସିପବିଲ୍ଡର୍ସ ଏବଂ ଇଞ୍ଜିନିୟରିଂ ଲିମିଟେଡ ତିନିଟି ଯୁଦ୍ଧ ଜାହାଜ ନିର୍ମାଣ କରିବାକୁ ଥିଲା ଏବଂ ଏହି ଆଇଏନଏସ ବିନ୍ଧ୍ୟଗିରୀ ହେଉଛି ତୃତୀୟ ଯୁଦ୍ଧ ଜାହାଜ। ଅବଶିଷ୍ଟ ୪ଟି ଯୁଦ୍ଧ ଜାହାଜକୁ ମହାରାଷ୍ଟ୍ରର ମାଜାଗନ ଡକ ଲିମିଟେଡ ନିର୍ମାଣ କରୁଛି। ଅଧିକାରୀ କହିଛନ୍ତି ଯେ ଏହି ଯୁଦ୍ଧ ଜାହାଜର ୭୫ ପ୍ରତିଶତ ଅଂଶ ସ୍ବଦେଶୀ କମ୍ପାନୀ ଏବଂ ମଧ୍ୟମ ଆକାରର କମ୍ପାନୀ ଅର୍ଥାତ୍‌ ଏମଏସଏମଇ କମ୍ପାନୀ ଦ୍ୱାରା ପ୍ରସ୍ତୁତ କରାଯାଇଛି। ନୌସେନାରେ ପ୍ରବେଶ କରିବା ପୂର୍ବରୁ ଏହାର ଅନେକ ପରୀକ୍ଷା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

BLOଙ୍କ ପାଇଁ ବଡ଼ ଖବର: ମିଳିବ ବାର୍ଷିକ ୧୮ ହଜାର ଟଙ୍କାର ସମ୍ମାନ ଭତ୍ତା, ୮୧.୪୫ କୋଟିର…

ଭୁବନେଶ୍ୱର,୨୪।୯: ରାଜ୍ୟର ବୁଥ୍ ଲେବଲ୍ ଅଫିସର (BLO)ଙ୍କ ପାଇଁ ରାଜ୍ୟ ସରକାର ଏକ ବଡ଼ ଆର୍ଥିକ ପ୍ରୋତ୍ସାହନ ଘୋଷଣା କରିଛନ୍ତି। SIR ୨୦୨୬ ଭୋଟର ତାଲିକା ସଂଶୋଧନ…

ପୁରୁଷୋତ୍ତମପୁରରେ ଫୁଲୁଛି ରୁଷିକୁଲ୍ୟା

ପୁରୁଷୋତ୍ତମପୁର,୨୪।୯, (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ତିନି ଦିନ ହେଲା ବର୍ଷା ଲାଗିରହି ସାଧାରଣ ଜୀବନକୁ…

‘ପାକିସ୍ତାନ ଜିନ୍ଦାବାଦ’ ଜପ କଲେ ଆୟୁଷ୍ମାନ ଖୁରାନା; ଟ୍ରୋଲ ହେବା ପରେ କହିଲେ…

ମୁମ୍ବାଇ: ଆୟୁଷ୍ମାନ ଖୁରାନା ବଲିଉଡର ସେହି ଅଭିନେତାମାନଙ୍କ ମଧ୍ୟରୁ ଅନ୍ୟତମ, ଯେଉଁମାନେ ହାସ୍ୟରସ ଓ ଆକ୍ସନଠାରୁ ଆରମ୍ଭ କରି ସାମାଜିକ ବାର୍ତ୍ତାବହ ଚଳଚ୍ଚିତ୍ର ପର୍ଯ୍ୟନ୍ତ ବିଭିନ୍ନ ଶୈଳୀର…

୧୬ ବର୍ଷ ପ୍ରତୀକ୍ଷାର ଅନ୍ତ: ଏସିଆନ୍ ଗେମ୍ସରେ ହିମାଚଳର ଝିଅ ସୀମା ରଚିଲେ ଇତିହାସ, ଭାରତ ପାଇଁ ଜିତିଲେ ବ୍ରୋଞ୍ଜ

ନୂଆଦିଲ୍ଲୀ,୨୪।୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତୀୟ ଆଥଲେଟ୍ ସୀମା କୁମାରୀ ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। ମହିଳା ୧୦,୦୦୦ ମିଟର ରେସ୍ ଇଭେଣ୍ଟରେ ସୀମା ୩୨:୪୧.୫୪…

ରାହୁଲଙ୍କୁ ଭାଜପାର କଡ଼ା ପ୍ରଶ୍ନ

ନୂଆଦିଲ୍ଲୀ,୨୪।୯: ରାହୁଲ ଗାନ୍ଧୀଙ୍କ ଅଭିଯୋଗର ଜବାବରେ ଭାଜପା ପ୍ରତିକ୍ରିୟା ରଖିଛି। ଭାଜପା ମୁଖପାତ୍ର ତଥା ରାଜ୍ୟ ସଭା ଏମପି ସୁଧାଂଶୁ ତ୍ରିବେଦୀ କହିଛନ୍ତି ଯେ ଏହି ଦାବି…

ନିର୍ବାଚନ ଆୟୋଗ (EC) ବିବାଦକୁ ନେଇ ବଢୁଛି ଜ୍ଞାନେଶ କୁମାରଙ୍କ ଅଡୁଆ, ମହାଭିଯୋଗ ପ୍ରସ୍ତାବ ଆଣିବାକୁ ପ୍ରସ୍ତୁତ ବିରୋଧୀ

ନୂଆଦିଲ୍ଲୀ,୨୪।୯: ନିର୍ବାଚନ ଆୟୋଗ ଏବଂ SIR (ସିଷ୍ଟମାଟିକ ଇନଫର୍ମେସନ ରିଟ୍ରାଇଭାଲ) ପ୍ରକ୍ରିୟା ସମ୍ବନ୍ଧୀୟ ତଥ୍ୟ ସାମ୍ନାକୁ ଆସିବା ପରେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ବର୍ତ୍ତମାନ…

ପ୍ରତି ମ୍ୟାଚ ପିଛା ୪.୮ କୋଟି ଟଙ୍କା… ଟିମ ଇଣ୍ଡିଆ ପାଇଁ ବଡ଼ ଲାଭ; ବିସିସିଆଇ (BCCI) ପାଇଲା…

ନୂଆଦିଲ୍ଲୀ,୨୪।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ ପୂର୍ବରୁ ଟିମ ଇଣ୍ଡିଆର ‘ଟାଇଟଲ ସ୍ପନ୍ସର’ (ମୁଖ୍ୟ ପ୍ରାୟୋଜକ) ସମ୍ବନ୍ଧୀୟ ତଥ୍ୟ ସାମ୍ନାକୁ ଆସିଛି। ବିଭିନ୍ନ ସୂତ୍ରରୁ ମିଳିଥିବା ଖବର…

ଚାଷୀଙ୍କ ମେରୁଦଣ୍ଡ ଭାଙ୍ଗିଦେଲା ଲଘୁଚାପ ବର୍ଷା

ଛତ୍ରପୁର,୨୪।୯(ଦ୍ୱାରକା ପଟ୍ଟନାୟକ/ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ପଞ୍ଚାୟତରେ ଖରିଫ ଋତୁ ଫସଲ ପରେ ନୂଆ ଫସଲ ଚାଷ କରିବା ପାଇଁ ଚାଷୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?