Posted inଜାତୀୟ

ପଦ୍ମ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୨।୩: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବୁଧବାର ୨୦୨୩ ବର୍ଷ ପାଇଁ ପଦ୍ମ ପୁରସ୍କାର ପ୍ରଦାନ କରିଛନ୍ତି। ଏହି ପଦ୍ମ ପୁରସ୍କାର ମଧ୍ୟରୁ ୬ ପଦ୍ମ ବିଭୂଷଣ, ୯ ପଦ୍ମ ଭୂଷଣ ଏବଂ ୯୧ ଜଣଙ୍କୁ ପଦ୍ମଶ୍ରୀ ଦିଆଯାଇଛି। ପୁରସ୍କାର ପ୍ରାପ୍ତ ବ୍ୟକ୍ତିଙ୍କ ମଧ୍ୟରେ ୧୯ ଜଣ ମହିଳା ଅଛନ୍ତି। ରାଷ୍ଟ୍ରପତି ପ୍ରଥମେ ସ୍ଥପତି ବାଲକ୍ରିଷ୍ଣା ଦୋଷୀଙ୍କୁ ସମ୍ମାନିତ କରିଥିଲେ। ତାଙ୍କ ଝିଅ ଏହି ସମ୍ମାନ ଗ୍ରହଣ କରିଥିଲେ। ଆଦିତ୍ୟ ବିର୍ଲା ଗ୍ରୁପ ଚେୟାରମ୍ୟାନ କୁମାର ମଙ୍ଗଲମ ବିର୍ଲା ରାଷ୍ଟ୍ରପତିଙ୍କ ଠାରୁ ପଦ୍ମ ଭୂଷଣ ଗ୍ରହଣ କରିଥିଲେ।
ଏଥର ଓଡ଼ିଶାରୁ ୪ ଜଣଙ୍କୁ ପଦ୍ମଶ୍ରୀ ପୁରସ୍କାର ଦିଆଯିବ। ୪ ଜଣ ଓଡ଼ିଆ ହେଲେ କଳା ପାଇଁ ମାଗୁଣି ଚରଣ କୁଅଁର, ସାହିତ୍ୟ ଓ ଶିକ୍ଷା ପାଇଁ ପଣ୍ଡିତ ଅନ୍ତର୍ଯ୍ୟାମୀ ମିଶ୍ର, ରଙ୍ଗବତୀର ଗାୟିତା କ୍ରିଷ୍ଣା ପଟେଲ ଓ କୃଷି ପାଇଁ ପଟ୍ଟାୟତ ସାହୁ। ତେବେ ବୁଧବାର ରାଷ୍ଟ୍ରପତି ଭବନରେ ୫୦ରୁ ଊର୍ଦ୍ଧ୍ୱ ଜଣଙ୍କୁ ପଦ୍ମ ପୁରସ୍କାର ଦିଆଯାଇଛି। ସେମାନଙ୍କ ମଧ୍ୟରୁ କେନ୍ଦୁଝର ଜିଲାର କଣ୍ଢେଇ ନୃତ୍ୟଶିଳ୍ପୀ ମାଗୁଣି ଚରଣ କୁଅଁରଙ୍କୁ ରାଷ୍ଟ୍ରପତି ମୁର୍ମୁ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରିଛନ୍ତି। ୮୫ ବର୍ଷୀୟ ମାଗୁଣି ଦୀର୍ଘ ୬ ଦଶନ୍ଧି ଧରି କାଠି କଣ୍ଢେଇ ନାଚ ମାଧ୍ୟମରେ ଲୋକଙ୍କ ମନୋରଞ୍ଜନ କରି ଆସୁଛନ୍ତି। ଅନ୍ୟପକ୍ଷେ ଅନ୍ତର୍ଯାମି ମିଶ୍ର, କିଷ୍ଣା ପଟେଲ ଓ ପଟ୍ଟାୟତ ସାହୁ ଆସନ୍ତା ମାସରେ ରାଷ୍ଟ୍ରପତିଙ୍କଠାରୁ ପଦ୍ମ ପୁରସ୍କାର ଗ୍ରହଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ପିଏମ୍‌ ସୂର୍ଯ୍ୟଘର ଯୋଜନା: ସବ୍‌ସିଡି ଅର୍ଥ ବ୍ୟାଙ୍କ ଖାତାକୁ ଆସିବା ପାଇଁ ମନ୍ତ୍ରୀଙ୍କୁ ଗୁହାରି

କଟକ ସଦର,୨୫ା୮(ସୁଶାନ୍ତ କୁମାର ଜେନା): କଟକ ସଦର ନିର୍ବାଚନ ମଣ୍ଡଳୀରେ ପିଏମ୍‌ ସୂର୍ଯ୍ୟଘର ଯୋଜନା ଆଖି ଦୃଶିଆ ଅଗ୍ରଗତି ହୋଇପାରୁ ନ ଥିବାରୁ ଉପମୁଖ୍ୟମନ୍ତ୍ରୀ ତଥା ବିଦ୍ୟୁତ୍‌…

ସରକାରକୁ ପୁଣି ଅଲ୍ଟିମେଟମ୍‌ ଦେଲା CJP: ୩ ଦାବି ପୂରଣ ନ ହେଲେ…ସରକାରଙ୍କଠାରେ ପଶିଲା ଛନ୍‌କା

ନୂଆଦିଲ୍ଲୀ,୨୬।୮: କକ୍ରୋଚ ଜନତା ପାର୍ଟି (CJP) ପୁଣି ଥରେ ଦିଲ୍ଲୀରେ ପ୍ରଦର୍ଶନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ଦଳ ପକ୍ଷରୁ ସେପ୍ଟେମ୍ବର ୫ ତାରିଖରେ ଶାନ୍ତିପୂର୍ଣ୍ଣ ପ୍ରଦର୍ଶନ…

ଜମିପଟ୍ଟା ପାଇଁ ତହସିଲ ଅଫିସ ଦୌଡୁଥିଲେ ମାଲିକ, ବିଧାୟକ ପହଞ୍ଚି ସମସ୍ତଙ୍କୁ…

ମହାକାଳପଡ଼ା,୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରାଠାରେ ଏକ ସ୍ବତନ୍ତ୍ର ଉତ୍ସବରେ ମଙ୍ଗଳବାର ବିଧାୟକ ଡ. ଦୁର୍ଗାପ୍ରସନ୍ନ ନାୟକ ଯୋଗଦେଇ କୂଳନାଞ୍ଜୁରା, ବିଲ ନାଞ୍ଜୁରା…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ୫୦,୦୦୦ ଝିଅଙ୍କୁ ମିଳିବ ସ୍କୁଟି

ଲକ୍ଷ୍ନୌ,୨୬।୮: ଲକ୍ଷ୍ନୌରେ ‘ଲୋକମାତା ଅହଲ୍ୟାବାଇ ମାତୃଶକ୍ତି ଯାତ୍ରା ଯୋଜନା’ର ଶୁଭାରମ୍ଭ ଏବଂ ସ୍ବତନ୍ତ୍ର ବସ ପାଇଁ ପତାକା ପ୍ରଦର୍ଶନ ଅବସରରେ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଝିଅମାନଙ୍କ…

ବଢୁଛି ଶିଶୁ ଶ୍ରମିକ, ନାବାଳିକା ଯୌନ ନିର୍ଯାତନା: ସଚେତନତା ନେଇ…

ମହାକାଳପଡ଼ା, ୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ବଙ୍ଗ ଭାଷାଭାଷୀ ବହୁଳ ପଞ୍ଚାୟତମାନଙ୍କରେ ଶିଶୁ ଶ୍ରମିକ, ନାବାଳିକା ଶିଶୁଙ୍କୁ ଯୌନ ନିର୍ଯାତନା, ଶିଶୁ ଚାଲାଣ…

ବଢିଲା କ୍ୟାନସର ରୋଗୀଙ୍କ ଚିନ୍ତା! ୧ ଲକ୍ଷ ଟଙ୍କାର ଇଞ୍ଜେକ୍ସନରେ କେବଳ ପାଣି ଆଉ ଜୀବାଣୁ

ନୂଆଦିଲ୍ଲୀ,୨୬।୮: ଯେତେବେଳେ ପ୍ରାୟ ଏକ ଲକ୍ଷ ଟଙ୍କା ମୂଲ୍ୟର ଏକ ଇଞ୍ଜେକ୍ସନ ଜଣେ ଗରିବ କର୍କଟ ରୋଗୀଙ୍କ ମାଗଣା ଚିକିତ୍ସା ପାଇଁ ଉଦ୍ଦିଷ୍ଟ ସରକାରୀ ହସ୍ପିଟାଲରୁ ଗାଏବ…

ଜଳୁନି ଷ୍ଟ୍ରିଟ ଲାଇଟ: ଚେତାବନୀ ଦେଲେ ଲକ୍ଷ୍ମୀପୁର ଗ୍ରାମବାସୀ, ପଞ୍ଚାୟତ ନିର୍ବାଚନରେ…

ଗଞ୍ଜାମ,୨୬।୮(ବିଦ୍ୟାଧର ସାହୁ): ସରକାର ପଞ୍ଚାୟତର ବିକାଶ ହେଉଛି ବୋଲି ଡିଣ୍ଡିପ ପିଟୁଥିବାବେଳେ ଏବେ ବି କିଛି ପଞ୍ଚାୟତ ଅବହେଳିତ ଅବସ୍ଥାରେ ରହିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର…

ଛାତରୁ ଖସୁଛି କଂକ୍ରିଟ୍‌, ତଳେ ପଢ଼ୁଛନ୍ତି ପିଲା: ଶ୍ରେଣୀଗୃହରେ ଜମୁଛି ପାଣି

ଆନନ୍ଦପୁର,୨୬।୮(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ମନୋହରପୁର ପଞ୍ଚାୟତ ମନୋହରପୁର ଉଚ୍ଚ ବିଦ୍ୟାଳୟ ଅବହେଳିତ ହୋଇପଡ଼ିଛି। ଶ୍ରେଣୀଗୃହ ଭଗ୍ନ ଅବସ୍ଥାରେ ଥିବାବେଳେ ଛାତରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri