Posted inଜାତୀୟ

ପଦ୍ମ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୨।୩: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବୁଧବାର ୨୦୨୩ ବର୍ଷ ପାଇଁ ପଦ୍ମ ପୁରସ୍କାର ପ୍ରଦାନ କରିଛନ୍ତି। ଏହି ପଦ୍ମ ପୁରସ୍କାର ମଧ୍ୟରୁ ୬ ପଦ୍ମ ବିଭୂଷଣ, ୯ ପଦ୍ମ ଭୂଷଣ ଏବଂ ୯୧ ଜଣଙ୍କୁ ପଦ୍ମଶ୍ରୀ ଦିଆଯାଇଛି। ପୁରସ୍କାର ପ୍ରାପ୍ତ ବ୍ୟକ୍ତିଙ୍କ ମଧ୍ୟରେ ୧୯ ଜଣ ମହିଳା ଅଛନ୍ତି। ରାଷ୍ଟ୍ରପତି ପ୍ରଥମେ ସ୍ଥପତି ବାଲକ୍ରିଷ୍ଣା ଦୋଷୀଙ୍କୁ ସମ୍ମାନିତ କରିଥିଲେ। ତାଙ୍କ ଝିଅ ଏହି ସମ୍ମାନ ଗ୍ରହଣ କରିଥିଲେ। ଆଦିତ୍ୟ ବିର୍ଲା ଗ୍ରୁପ ଚେୟାରମ୍ୟାନ କୁମାର ମଙ୍ଗଲମ ବିର୍ଲା ରାଷ୍ଟ୍ରପତିଙ୍କ ଠାରୁ ପଦ୍ମ ଭୂଷଣ ଗ୍ରହଣ କରିଥିଲେ।
ଏଥର ଓଡ଼ିଶାରୁ ୪ ଜଣଙ୍କୁ ପଦ୍ମଶ୍ରୀ ପୁରସ୍କାର ଦିଆଯିବ। ୪ ଜଣ ଓଡ଼ିଆ ହେଲେ କଳା ପାଇଁ ମାଗୁଣି ଚରଣ କୁଅଁର, ସାହିତ୍ୟ ଓ ଶିକ୍ଷା ପାଇଁ ପଣ୍ଡିତ ଅନ୍ତର୍ଯ୍ୟାମୀ ମିଶ୍ର, ରଙ୍ଗବତୀର ଗାୟିତା କ୍ରିଷ୍ଣା ପଟେଲ ଓ କୃଷି ପାଇଁ ପଟ୍ଟାୟତ ସାହୁ। ତେବେ ବୁଧବାର ରାଷ୍ଟ୍ରପତି ଭବନରେ ୫୦ରୁ ଊର୍ଦ୍ଧ୍ୱ ଜଣଙ୍କୁ ପଦ୍ମ ପୁରସ୍କାର ଦିଆଯାଇଛି। ସେମାନଙ୍କ ମଧ୍ୟରୁ କେନ୍ଦୁଝର ଜିଲାର କଣ୍ଢେଇ ନୃତ୍ୟଶିଳ୍ପୀ ମାଗୁଣି ଚରଣ କୁଅଁରଙ୍କୁ ରାଷ୍ଟ୍ରପତି ମୁର୍ମୁ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରିଛନ୍ତି। ୮୫ ବର୍ଷୀୟ ମାଗୁଣି ଦୀର୍ଘ ୬ ଦଶନ୍ଧି ଧରି କାଠି କଣ୍ଢେଇ ନାଚ ମାଧ୍ୟମରେ ଲୋକଙ୍କ ମନୋରଞ୍ଜନ କରି ଆସୁଛନ୍ତି। ଅନ୍ୟପକ୍ଷେ ଅନ୍ତର୍ଯାମି ମିଶ୍ର, କିଷ୍ଣା ପଟେଲ ଓ ପଟ୍ଟାୟତ ସାହୁ ଆସନ୍ତା ମାସରେ ରାଷ୍ଟ୍ରପତିଙ୍କଠାରୁ ପଦ୍ମ ପୁରସ୍କାର ଗ୍ରହଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣିଥରେ ଠପ ହେଲା ଏକ୍ସ, ୫ ଦିନରେ ଦୁଇଥର

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୯।୪: ପୂର୍ବରୁ ଟୁଇଟର ଭାବରେ ଜଣାଶୁଣା ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ପୁଣିଥରେ ବନ୍ଦ ହେବାର ଖବର ଆସିଛି। ବ୍ୟବହାରକାରୀମାନେ ଲଗାତାର ସୋସିଆଲ ମିଡିଆରେ ଅଭିଯୋଗ...

ଟ୍ରାଫିକ ବ୍ୟବସ୍ଥା ସମ୍ଭାଳିଲେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଭିଡିଓ ଭାଇରାଲ

ଲକ୍ଷ୍ନୌ,୨୯।୪: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଉତ୍ତରପ୍ରଦେଶର ଲକ୍ଷ୍ନୌ ଆସନରୁ ଭାଜପା ପ୍ରାର୍ଥୀ ଭାବରେ ପୁନଃ ମନୋନୀତ ହୋଇଛନ୍ତି। ସୋମବାର ସେ ଏଠାରୁ ପ୍ରାର୍ଥିପତ୍ର ଦାଖଲ...

ଫସିଗଲେ କହ୍ନେୟା କୁମାର, ଉଦିତ ରାଜ

ନୂଆଦିଲ୍ଲୀ,୨୯।୪: କହ୍ନେୟା କୁମାର ଏବଂ ଉଦିତ ରାଜଙ୍କୁ ଲୋକ ସଭା ପ୍ରାର୍ଥୀ କରାଯିବା ପରେ ଦିଲ୍ଲୀ କଂଗ୍ରେସରେ ଯେଉଁ ଆଲୋଡ଼ନ ସୃଷ୍ଟି ହୋଇଛି, ତାହା ଏପର୍ଯ୍ୟନ୍ତ...

କଂଗ୍ରେସକୁ ବଡ ଝଟ୍‌କା, ନାମାଙ୍କନ ଫେରାଇ ନେଲେ ପ୍ରାର୍ଥୀ

ଇନ୍ଦୋର,୨୯।୪: ଲୋକ ସଭା ନିର୍ବାଚନ ପୂର୍ବରୁ ଇନ୍ଦୋରରେ କଂଗ୍ରେସକୁ ବଡ ଝଟ୍‌କା ଲାଗିଛି। କଂଗ୍ରେସ ପ୍ରାର୍ଥୀ ଅକ୍ଷୟ କାନ୍ତି ବାମ ଆଜି ଦଳକୁ ଚକିତ କରି...

ମମତା ସରକାରଙ୍କୁ ସୁପ୍ରିମକୋର୍ଟରୁ ଲାଗିଲା ବଡ ଝଟ୍‌କା

ନୂଆଦିଲ୍ଲୀ,୨୯।୪: ପଶ୍ଚିମବଙ୍ଗର ମମତା ବାନାର୍ଜୀ ସରକାର ସନ୍ଦେଶଖାଲି ମାମଲାରେ ସୁପ୍ରିମକୋର୍ଟଙ୍କଠାରୁ କୌଣସି ଆଶ୍ୱସ୍ତି ପାଇନାହାଁନ୍ତି। ଏହି ମାମଲାର ଶୁଣାଣି ବେଳେ ସୁପ୍ରିମକୋର୍ଟ କହିଛନ୍ତି ଯେ ସନ୍ଦେଶଖାଲି...

ଜମ୍ମୁ-କଶ୍ମୀରରେ ତୁଷାରପାତ

ଶ୍ରୀନଗର,୨୯ା୪: ଏପ୍ରିଲର ଶେଷ ଦିନରେ ଜମ୍ମୁ-କଶ୍ମୀରରେ ପାଣିପାଗ ଧାରା ବଦଳିଛି। ଗୁରେଜ, ମଛିଲ, ରାଜଦାନ ସମେତ ରାଜ୍ୟର ଅନେକ ପାହାଡ଼ିଆ ଅଞ୍ଚଳରେ ତୁଷାରପାତ ହୋଇଛି। ଏଥି...

ନିର୍ବାଚନ ପ୍ରଚାର ପାଇଁ ଜେଲରୁ ବାହାରକୁ ଆସି ପାରିବେନି ହେମନ୍ତ ସୋରେନ

ନୂଆଦିଲ୍ଲୀ,,୨୯।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଗିରଫଦାରୀ ଏବଂ ଇଡି କାର୍ଯ୍ୟାନୁଷ୍ଠାନ ବିରୋଧରେ ତାଙ୍କ ଆବେଦନ ଉପରେ ସୁପ୍ରିମକୋର୍ଟ କୌଣସି ବିଜ୍ଞପ୍ତି ପ୍ରକାଶ କରିନାହାଁନ୍ତି।...

ପ୍ରାର୍ଥିପତ୍ର ଦାଖଲ କଲେ ରାଜନାଥ ସିଂ

ଲକ୍ଷ୍ନୌ,୨୯ା୪: କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ସୋମବାର ତାଙ୍କର ପ୍ରାର୍ଥତ୍ପତ୍ର ଦାଖଲ କରିଛନ୍ତି। ବିଶାଳ ଶୋଭାଯାତ୍ରାରେ ଆସି ରାଜନାଥ ସିଂ ତାଙ୍କର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଆଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri