Posted inଜାତୀୟ

ହଠାତ୍‌ ମଞ୍ଚରେ କାନ୍ଦିଲେ ରାଷ୍ଟ୍ରପତି, କାରଣ ଜାଣିଲେ ହୋଇଯିବେ ତାଜୁବ!

ଡେରାଡୁନ,୨୦।୬: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କର ୬୭ତମ ଜନ୍ମଦିନରେ ଉତ୍ତରାଖଣ୍ଡର ତିନି ଦିନିଆ ଗସ୍ତରେ ଅଛନ୍ତି। ତେବେ ତାଙ୍କର ଏକ ଭାବପ୍ରବଣ ହୋଇ କାନ୍ଦୁଥିବା ଭିଡିଓ ଭାଇରାଲ ହୋଇଛି। ଡେରାଡୁନସ୍ଥିତ ନ୍ୟାସନାଲ ଇନଷ୍ଟିଟ୍ୟୁଟ ଫର ଦି ଏମ୍ପାୱାରମେଣ୍ଟ ଅଫ ପର୍ସନ୍ସ ଉଇଥ ଭିଜୁଆଲ ଡିଜାବିଲିଟିଜ (NIEPVD)ର ଛାତ୍ରୀଛାତ୍ରମାନେ ତାଙ୍କ ଜନ୍ମଦିନ ଉପଲକ୍ଷେ ଏକ ସୁନ୍ଦର ଗୀତ ଗାଇ ଶୁଭେଚ୍ଛା ଜଣାଇଥିଲେ। ଏହି ଗୀତ ଶୁଣି ରାଷ୍ଟ୍ରପତି ଏତେ ଆବେଗପ୍ରବଣ ହୋଇଥିଲେ ଯେ ସେ ଷ୍ଟେଜରେ ହିଁ କାନ୍ଦିବାକୁ ଲାଗିଲେ।

ରାଷ୍ଟ୍ରପତି ମୁର୍ମୁ ଛାତ୍ରୀଛାତ୍ରଙ୍କୁ ସମ୍ବୋଧିତ କରି କହିଥିଲେ, ମୁଁ ମୋର ଲୁହ ଅଟକାଇ ପାରିଲି ନାହିଁ। ସେମାନେ ମୋ ଜନ୍ମଦିନରେ ବିଶେଷ ବାର୍ତ୍ତା ଦେଇଥିଲେ। ଏହା ଲାଗୁଛି ଯେମିତି ସେମାନେ ସ୍ବରରେ ନୁହେଁ, ହୃଦୟରୁ ଗାଉଛନ୍ତି। ସେ ଆହୁରି ମଧ୍ୟ କହିଥିଲେ ଯେ ଏହି ଛାତ୍ରଙ୍କର ପ୍ରତିଭା ତାଙ୍କର ଏହି ବିଶ୍ୱାସକୁ ଦୃଢ କରୁଛି ଯେ ବିକଳାଙ୍ଗ ଶିଶୁମାନେ କିଛି ବିଶେଷ କ୍ଷମତା ନେଇ ଜନ୍ମ ହୋଇଥାନ୍ତି। ସେ ସେମାନଙ୍କୁ ଆତ୍ମବିଶ୍ୱାସର ସହ ଆଗକୁ ବଢ଼ିବାକୁ ଉତ୍ସାହିତ କରିଥିଲେ ଏବଂ କହିଥିଲେ ଯେ ସେମାନଙ୍କର ସଫଳତା ନିଶ୍ଚିତ।

ଏହି ଅବସରରେ ଉତ୍ତରାଖଣ୍ଡ ରାଜ୍ୟପାଳ ଲେଫ୍ଟନାଣ୍ଟ ଜେନେରାଲ (ଅବସରପ୍ରାପ୍ତ) ଗୁରମିତ ସିଂହ ଏବଂ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମୀ ରାଷ୍ଟ୍ରପତିଙ୍କୁ ସମ୍ମାନିତ କରିଥିଲେ। ରାଷ୍ଟ୍ରପତି ମୁର୍ମୁ ରାଜପୁର ରୋଡ଼ରେ ନୂତନ ନିର୍ମିିତ ରାଷ୍ଟ୍ରପତି ନିକେତନର ଉଦଘାଟନ ମଧ୍ୟ କରିଥିଲେ। ଏହା ସହ ସେ ନୈନିତାଲର ରାଜଭବନରେ ଏକ ଡାକଟିକଟ ଉନ୍ମୋଚନ କରିବେ, ଯାହା ଏହି ଐତିହାସିକ ଭବନର ୧୨୫ ବର୍ଷ ପୂର୍ତ୍ତି ଉପଲକ୍ଷରେ ପ୍ରକାଶିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିହାରରେ ଅସଦାଚରଣ! ବାଇକରେ ଯାଉଥିବା ନାବାଳିକା ଛାତ୍ରୀଙ୍କୁ ବ୍ୟାଡ ଟଚ୍‌; ଭିଡିଓ ଭାଇରାଲ

ପାଟନା,୨୧।୯: ବିହାରର ଜାମୁଇ ଜିଲାରେ ଏକ ରାସ୍ତା ଉପରେ ଜଣେ ନାବାଳିକା ଛାତ୍ରୀଙ୍କୁ ହଇରାଣ-ହରକତ ଓ ଅଶାଳୀନ ବ୍ୟବହାର କରାଯିବା ଏବଂ ତାଙ୍କ ସହ ଜଣେ ନାବାଳକ…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

ସମଗ୍ର ପୃଥିବୀରେ କୋଣାର୍କ ସର୍ବାପେକ୍ଷା ଅଧିକ ଅଳଂକୃତ ମନ୍ଦିର

ଉପରେ ଯେଉଁ ଶୀର୍ଷକ ବ୍ୟବହାର କରିଛୁ, ତାହା ଫର୍ଗୁସନ୍‌ଙ୍କ ମତ। ସେ ମଧ୍ୟ ଶ୍ରୀପଦ୍ମକେଶର ମନ୍ଦିର ଶବ୍ଦ ବ୍ୟବହାର କରିନାହାନ୍ତି। ଜଣେ ଭାରତୀୟ ମନମୋହନ ଗାଙ୍ଗୁଲି ମଧ୍ୟ…

ନିଜ ନାଗରିକଙ୍କ ପାଇଁ ଆଡଭାଇଜରୀ ଜାରି କଲା ଆମେରିକା; ମଧ୍ୟ-ପୂର୍ବରେ ପରିସ୍ଥିତି ଜଟିଳ ହେବାର ଆଶଙ୍କା

ଓ୍ବାଶିଂଟନ,୨୧।୯: ଆମେରିକା ନିଜ ନାଗରିକମାନଙ୍କ ପାଇଁ ଏକ ନୂତନ ଆଡଭାଇଜରୀ ଜାରି କରି ଇରାନ ଗସ୍ତ ନ କରିବାକୁ ଅନୁରୋଧ କରିଛି। ଏଥିରେ ଆମେରିକୀୟ ନାଗରିକମାନଙ୍କୁ ଯେକୌଣସି…

ଗଞ୍ଜାମରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା, ବାଦ୍ ପଡ଼ିଲା ୧.୮୮ ଲକ୍ଷ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲାରେ ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା…

ବଡ଼ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୧।୯: କାନାଡାରେ ଫ୍ଲାଇଟ୍ ଟ୍ରେନିଂ ସମୟରେ ବିମାନ ଦୁର୍ଘଟଣା ହୋଇଛି । ଏଥିରେ ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ତାମିଲନାଡୁର ମନୋଜ…

୭୮ ଘରୋଇ ହସ୍ପିଟାଲରୁ କଟିଯିବ ଆୟୁଷ୍ମାନ, ନାମ ଗୋପନ ରଖି କର୍ତ୍ତୃପକ୍ଷ କହିଲେ ସରକାର ଯେତେବେଳେ…

ଭୁବନେଶ୍ୱର,୨୧।୯(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଓଡ଼ିଶା ଡେଭଲପ୍‌ମେଣ୍ଟ ଅଥରିଟି(ଓଡିଏ)ଆକ୍ଟକୁ ନେଇ ଜୋରଦାର ଖୋଳତାଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବିଏମ୍‌ସି ପକ୍ଷରୁ ୭,୩୦୦ ବେଆଇନ…

ପାଟଣା-ସାହାରପଡ଼ା ବ୍ଲକ ବିଜେଡିର ନୂଆ କର୍ମକର୍ତ୍ତା ନିଯୁକ୍ତ, ରଞ୍ଜନ-ମଧବାଙ୍କୁ ବଡ଼ ଦାୟିତ୍ବ ଦେଲା ବିଜେଡି

ପାଟଣା,୨୧ା୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଅଧୀନ ପାଟଣା ଓ ସାହାରପଡ଼ା ବ୍ଲକ ବିଜେଡିର କାର୍ଯ୍ୟକାରୀ କମିଟିକୁ ଗତ ଶନିବାର ଦଳର ବରିଷ୍ଠ ଉପସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?