ଆସନ୍ତା ୧୦ରେ ଓଡ଼ିଶା ଆସିବେ ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର,୨।୧୦(ବ୍ୟୁରୋ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୧୦ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ। ରାଷ୍ଟ୍ରପତି ହେବା ପରେ ସେ ପ୍ରଥମ ଥର ଲାଗି ଓଡ଼ିଶା ଆସୁଛନ୍ତି। ୧୦ ତାରିଖରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ରାଜଭବନକୁ ଯିବେ। ଏହାପରେ ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରି ୧୧ ତାରିଖରେ ଦିଲ୍ଲୀ ଫେରିଯିବେ ବୋଲି ସୂଚନା ମିଳିଛି।