ଅର୍ଥମନ୍ତ୍ରୀଙ୍କୁ ଦହି-ଚିନି ଖୁଆଇଦେଲେ ରାଷ୍ଟ୍ରପତି: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧।୨: ଆଜି ସଂସଦରେ ଉପସ୍ଥାପିତ ହେବ କେନ୍ଦ୍ର ସାଧାରଣ ବଜେଟ। ଏହାପୂର୍ବରୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ତାଙ୍କ ଟିମ ସହିତ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ବଜେଟର ଏକ କପି ତାଙ୍କୁ ପ୍ରଦାନ କରିଥିଲେ। ବଜେଟ ଉପସ୍ଥାପନ କରିବାକୁ ଅର୍ଥମନ୍ତ୍ରୀ ମଧ୍ୟ ରାଷ୍ଟ୍ରପତିଙ୍କ ଅନୁମୋଦନ ନେଇଥିଲେ। ଏହି ସମୟରେ ରାଷ୍ଟ୍ରପତି ମୁର୍ମୁ ନିର୍ମଳାଙ୍କୁ ଦହି ଏବଂ ଚିନି ଖୁଆଇ ଦେଇଥିଲେ। ଭାରତୀୟ ସଂସ୍କୃତିରେ, ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିବା କିମ୍ବା ନୂତନ ଉଦ୍ୟମ ଆରମ୍ଭ କରିବା ପୂର୍ବରୁ ଦହି-ଚିନି ଖାଇବାକୁ ଶୁଭ ବୋଲି ବିବେଚନା କରାଯାଏ।

କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ମଙ୍ଗଳବାର ପୂର୍ବାହ୍ନ ୧୧ଟାରେ ଲୋକ ସଭାରେ ୨୦୨୫-୨୬ ଆର୍ଥତ୍କ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିବେ। ଏହା ନିର୍ମଳାଙ୍କର କ୍ରମାଗତ ଅଷ୍ଟମ ବଜେଟ। ବଜେଟ୍‌ ଉପସ୍ଥାପନ ପୂର୍ବରୁ ଅର୍ଥ ମନ୍ତ୍ରଣାଳୟ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ଅର୍ଥ ରାଷ୍ଟ୍ରମନ୍ତ୍ରୀ ପଙ୍କଜ ଚୌଧୁରୀ ପୂର୍ବରୁ ସେଠାରେ ପହଞ୍ଚିଥିଲେ। ମୁଖ୍ୟ ଅର୍ଥନୈତିକ ପରାମର୍ଶଦାତା ଭି ଅନନ୍ତ ନାଗେଶ୍ୱରନ ଉପସ୍ଥିତ ଥିଲେ।
ଏନ୍‌ଡିଏ ସରକାରଙ୍କ ବିକଶିତ ଭାରତ ସ୍ବପ୍ନକୁ ଦୃଷ୍ଟିରେ ରଖି ଅର୍ଥମନ୍ତ୍ରୀ ବଜେଟରେ ଅର୍ଥନୀତିର ବିଭିନ୍ନ କ୍ଷେତ୍ରକୁ ପ୍ରାଧାନ୍ୟ ଦେଇପାରନ୍ତି। ଗରିବ ଓ ମଧ୍ୟବିତ୍ତ ଶ୍ରେଣୀ ପାଇଁ ବଜେଟରେ ବ୍ୟବସ୍ଥା ରହିବ ବୋଲି ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୂଚନା ଦେଇଛନ୍ତି। ଏହି ୨ ବର୍ଗଙ୍କ ପାଇଁ ଧନର ଦେବୀ ଲକ୍ଷ୍ମୀ ଉଦାର ହେବା ପାଇଁ ସେ ପ୍ରାର୍ଥନା କରିଛନ୍ତି। ସରକାରଙ୍କ ସମାନତା ସହ ଆର୍ଥତ୍କ ଅଭିବୃଦ୍ଧି ନୀତି କାଏମ ରହିବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri